ଆଜି ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ ରହିବ ଜଗା ଦର୍ଶନ

ଆଜି ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ ତିଥି । ମହାପ୍ରଭୁଙ୍କ ସେନାପଟା ନୀତି ଲାଗି ହେବ । ଫଳରେ ସାଧାରଣ ଦର୍ଶନ ବନ୍ଦ ରହିବ । ଗତକାଲି ରାତ୍ର ପହୁଡ଼ ଠାରୁ ଆଜି ଅପରାହ୍ନ ୨ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ ଜଗା ଦର୍ଶନ । ସେନାପଟା ନୀତି ଶେଷ ହେବା ପରେ ଅର୍ଥାତ୍ ଅପରାହ୍ନ ୨ଟା ପରେ ଜଗା ଦର୍ଶନ କରିପାରିବେ ଭକ୍ତ ।

puri

ଶ୍ରୀଗୁଣ୍ଡିଚା ଯାତ୍ରା କରିବା ପୂର୍ବରୁ ମହାପ୍ରଭୁଙ୍କର ଅନେକ ନୀତିକ୍ରାନ୍ତି ହୋଇଥାଏ । ସେଥି ମଧ୍ୟରୁ ମହାପ୍ରଭୁଙ୍କ ସେନାପଟା ଲାଗି ନୀତି ଅନ୍ୟତମ । ଏହା ଏକ ଗୁପ୍ତନୀତି ହୋଇଥିବାରୁ ଶ୍ରୀମନ୍ଦିରର ପରମ୍ପରା ଅନୁଯାୟୀ କେବଳ ଦଇତାପତି ସେବାୟତମାନେ ଏହି ନୀତି କରିଥାନ୍ତି ।

ସ୍ନାନ ପୂର୍ଣ୍ଣିମା ପୂର୍ବରୁ ଶ୍ରୀମନ୍ଦିରରେ ଦଇତା ପ୍ରବେଶ ହୋଇଥାଏ । ଦଇତାପତି ସେବାୟତମାନେ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ବାହୁଟ ଓ ସେନାପଟା ଲାଗି କରିବାର ପରମ୍ପରା ରହିଛି । ତେବେ ତିଥି ଅନୁସାରେ, ଆଜି ମହାପ୍ରଭୁଙ୍କର ଏହି ନୀତି ହେବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+