Get Updates
Get notified of breaking news, exclusive insights, and must-see stories!

ଶେରଗଡ଼ରୁ-ପୁରୀକୁ ଗଡ଼ିଲା ପ୍ରଥମ ଏସି ବସ୍ ଜଗନ୍ନାଥ ଏକ୍ସପ୍ରେସ୍

ଭୁବନେଶ୍ୱର: ଜଗନ୍ନାଥ ଧାମ୍ ପୁରୀକୁ ଆଜି ଗଞ୍ଜାମ ଜିଲ୍ଲାର ଶେରଗଡ଼ରୁ ଗଡିଲା ପ୍ରଥମ ଏସି ବସ୍ 'ଜଗନ୍ନାଥ ଏକ୍ସପ୍ରେସ୍‌' ଗଡ଼ିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫେରେନ୍‌ସ ଜରିଆରେ ଶେରଗଡ-ପୁରୀ ମଧ୍ୟରେ ଜଗନ୍ନାଥ ଏକ୍ସପ୍ରେସ ଏସି ବସ ସେବା ଚଳାଚଳକୁ ପତକା ହଲାଇ ଶୁଭାରମ୍ଭ କରିଛନ୍ତି । ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ (ଓଏସ୍‌ଆରଟିସି) ପକ୍ଷରୁ ଏହି ବସ ସେବା ଆରମ୍ଭ କରାଯାଇଛି ।

ଏହି ଅବସରରେ ସମବେତ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଶେରଗଡ-ପୁରୀ ମଧ୍ୟରେ ଏହି ନୂଆ ବସ୍‌ ସେବା ଦ୍ୱାରା ଶେରଗଡ ଜନସାଧାରଣ ସୁବିଧାରେ ପୁରୀ ଯାଇ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ ଲାଭ କରିପାରିବେ । ବିଶେଷ କରି କାର୍ତ୍ତିକ ମାସରେ ଗଂଜାମର ବହୁ ଲୋକ ହବିଷ ପାଇଁ ପୁରୀ ଯାଉଥିବାରୁ ଏହି ବସ୍‌ ସେବା ସେମାନଙ୍କ ପାଇଁ ବିଶେଷ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ମତବ୍ୟକ୍ତ କରିଥିଲେ ।

AC Bus

ମୁଖ୍ୟମନ୍ତ୍ରୀ କହିଥିଲେ ଯେ 5T ସ୍କୁଲ ରୂପାନ୍ତର ହେଉ ବା ମନ୍ଦିର ରୂପାନ୍ତର, ଗଂଜାମ ସବୁବେଳେ ଆଗରେ ରହିଛି । ମା ତାରା ତାରିଣୀଙ୍କ ମନ୍ଦିର ରୂପାନ୍ତର କାମ ଜିଲ୍ଲାବାସୀଙ୍କ ପାଇଁ ଆନନ୍ଦ ଆଣି ଦେଇଛି । ସେହିପରି 5T ସ୍କୁଲ ରୂପାନ୍ତର ଛାତ୍ରଛାତ୍ରୀ ଓ ଅଭିବାବକମାନଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି କରିଛି । ପଞ୍ଚାୟତରାଜ କ୍ଷେତ୍ରରେ ଗଂଜାମ ଜିଲ୍ଲା ପରିଷଦ ଜାତୀୟ ସ୍ତରରେ ଶ୍ରେଷ୍ଠ ଜିଲ୍ଲା ପରିଷଦ ପୁରସ୍କାର ଲାଭ କରିଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଆଭିନନ୍ଦନ ଜଣାଇଥିଲେ । ଜନସାଧାରଣଙ୍କ ଆଶୀର୍ବାଦ ଓ ସହଯୋଗ ଜାରି ରହିଲେ ଆଗାମୀ ଦିନରେ ଗଂଜାମ ଜିଲ୍ଲା ଆହୁରି ଅନେକ ସଫଳତା ଲାଭ କରିପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଏହି କାର୍ଯ୍ୟକ୍ରମରେ ସାଂସଦ ଚନ୍ଦ୍ରଶେଖର ସାହୁ, ଗଞ୍ଜାମ ଜିଲ୍ଲାପାଳ, OSRTCର ଅଧିକାରୀ ଓ ଶେରଗଡର ପଞ୍ଚାୟତ ପ୍ରତିନିଧିମାନେ ଉପସ୍ଥିତ ଥିଲେ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+