ଜଗା ଦର୍ଶନ ପାଇଁ ପାଉଣା, ଆରମ୍ଭ ହେବ ପାରମାଣିକ ଦର୍ଶନ

ପୁରୀ: ଜଗା ଦର୍ଶନ ପାଇଁ ଆସୁଥିବା ଭକ୍ତଙ୍କୁ ଦେବାରକୁ ପଡ଼ିବ ପାଉଣା । ଶ୍ରୀମନ୍ଦିରର ଆୟ ବଢାଇବାକୁ ଭକ୍ତଙ୍କ ଉପରେ ବୋଝ ଲଦିବ ପ୍ରଶାସନ । ପୁଣି ଆରମ୍ଭ ହେବ ପାରମାଣିକ ଦର୍ଶନ । ଶ୍ରୀମନ୍ଦିର ପରିସରରେ ଥିବା ପବିତ୍ର ସ୍ଥାନଗୁଡ଼ିକୁ ଦର୍ଶନ କରିବାକୁ ହେଲେ ତୀର୍ଥଯାତ୍ରୀଙ୍କୁ ଟଙ୍କା ଦେବାକୁ ପଡ଼ିବ । ବିଭିନ୍ନ ନିଯୋଗ ସହ ଆଲୋଚନା ପରେ ଏସଓପି ଜାରି କରିବ ଶ୍ରୀମନ୍ଦିର ପ୍ରଶାସନ । ଗତକାଲି ବସିଥିବା ଶ୍ରୀମନ୍ଦିର ଅର୍ଥ ସବକମିଟି ବୈଠକରେ ଏନେଇ ନିଷ୍ପତ୍ତି ହୋଇଛି ।

jagannath temple

ପ୍ରତିଦିନର ନୀତିକୁ ଦେଖି ପ୍ରଶାସନ ଭିତରକାଠ ନିକଟରୁ ଜଗା ଦର୍ଶନ ଲାଗି ପାରମାଣିକ ଟିକେଟ୍ ବ୍ୟବସ୍ଥା କରିବ । ନିର୍ଦିଷ୍ଟ ସମୟ ପାଇଁ ଭକ୍ତ ପାଉଣା ଦେଇ ନିଜ ପ୍ରଭୁଙ୍କୁ ଦର୍ଶନ କରିବେ ।

ଏହାସହ ରୋଷଘର ଦର୍ଶନ, ରୋହିଣୀ କୁଣ୍ଡରୁ ଜଳ ସଂଗ୍ରହ, କୋଇଲି ବୈକୁଣ୍ଠ ଦର୍ଶନ, ଶ୍ରୀଗୁଣ୍ଡିଚା ମନ୍ଦିର ଦର୍ଶନ, ନରେନ୍ଦ୍ରରେ ସଂକଳ୍ପ କରିବା ଆଦି ଉପରେ ଶୁଳ୍କ ଆଦାୟ ହେବ । ଶ୍ରୀମନ୍ଦିର ପ୍ରଶାସନ ଏହି ତୀର୍ଥ ଓ ପବିତ୍ର ସ୍ଥଳ ଗୁଡ଼ିକୁ ଟେଣ୍ଡର କରି ମାହାଲ ଆଦାୟ କରିବାକୁ ନିଷ୍ପତ୍ତି ନେଇଛି । ପ୍ରତିଦିନର ନୀତିକୁ ଦେଖି ପ୍ରଶାସନ ଭିତର କାଠକୁ ଜଗା ଦର୍ଶନ ଲାଗି ପାରମାଣିକ ଟିକେଟ୍ ବ୍ୟବସ୍ଥା କରିବ । ଫଳରେ ନିର୍ଦିଷ୍ଟ ସମୟ ପାଇଁ ଭକ୍ତ ଦେୟଯୁକ୍ତ ଜଗା ଦର୍ଶନ କରିବେ ।

ବିଭିନ୍ନ ନିଯୋଗ ସହ ଆଲୋଚନା ପରେ ପାରମାଣିକ ଦର୍ଶନ ସମୟ ଏବଂ ଟିକେଟ୍ ମୂଲ୍ୟ ଧାର୍ଯ୍ୟ ହେବ । ଆୟ ବଢ଼ାଇବାକୁ ଶ୍ରୀମନ୍ଦିର ପ୍ରଶାସନ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ଉପରେ ଭାର ଲଦିଦେବାକୁ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରିଛି ।

ଶ୍ରୀମନ୍ଦିର ପରିସରରେ ମା ମହାଲକ୍ଷ୍ମୀଙ୍କ ମନ୍ଦିରରେ ବସିବ ଦାନ ବାକ୍ସ । 4ଟି ସ୍ଥାନରେ ବସିବ ଦାନ ବାକ୍ସ । ଭକ୍ତ ନିବାସରେ ଟିଭି ଲାଗିବ । ସେପଟେ ରୋହିଣୀ କୁଣ୍ଡ ଓ ଗୁଣ୍ଡିଚା ମନ୍ଦିର ନିଲାମ ପାଇଁ ଟେଣ୍ଡର ହେବ ବୋଲି ବୈଠକରେ ଆଲୋଚନା ହୋଇଛି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ ଏ ନେଇ ସୂଚନା ଦେଇଛନ୍ତି ।

ପୂର୍ବରୁ କୋଭିଡ୍‌ ଓ ଅନ୍ୟାନ୍ୟ କାରଣରୁ ଶ୍ରୀମନ୍ଦିରର ମାହାଲ ସବୁ ଶୁଳ୍କମୁକ୍ତ କରାଯାଇଥିଲା । ଏବେ ପୁଣିଥରେ ଶୁଳ୍କ ଲାଗୁ ପାଇଁ ନିଷ୍ପତ୍ତି ହୋଇଛି । ଏଥିପାଇଁ ଟେଣ୍ଡର୍‌ କରାଯିବ । ଟେଣ୍ଡର୍‌ରେ ସ୍ବତନ୍ତ୍ର ଏସଓପି ରହିବ । ଶୋଷଣମୁକ୍ତ ପରିବେଶ ପାଇଁ ଏହି ଏସଓପି ଲାଗୁ ହେବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+