Get Updates
Get notified of breaking news, exclusive insights, and must-see stories!

ରତ୍ନ ଭଣ୍ଡାର ଖୋଲିବା ବେଳେ ଶ୍ରୀମନ୍ଦିରରେ ଲାଗିବ କଟକଣା, ସିଂହ ଦ୍ୱାର ଛାଡି ବନ୍ଦ ରହିବ ବାକି ତିନି ଦ୍ଵାର

ଅନେକ ଚର୍ଚ୍ଚା ପରେ ଖୋଲିବାକୁ ଯାଉଛି ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାର। ଏନେଇ ସବୁ ପ୍ରସ୍ତୁତି ସାରିଥିବା ବେଳେ ରତ୍ନଭଣ୍ଡାର ରକ୍ଷକ ପ୍ରଭୁ ଲୋକନାଥଙ୍କ ନିକଟରୁ ଆଜ୍ଞାମାଳ ମଧ୍ୟ ଆସିଛି। ଏହାରି ମଧ୍ୟରେ ରତ୍ନଭଣ୍ଡାର ଖୋଲିବା ସଂପର୍କରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବଡ଼ ସୂଚନା ଦେଇଛନ୍ତି।

Puri temple

ରତ୍ନଭଣ୍ଡାର ଖୋଲିବା ସମୟରେ ଶ୍ରୀମନ୍ଦିରରେ ସାମୟିକ କଟକଣା ରହିବ। ସିଂହଦ୍ୱାରକୁ ଛାଡ଼ି ବାକି ତିନି ଦ୍ୱାର ବନ୍ଦ ରହିବ। ଯେଉଁମାନେ ସେବା ଓ ପୂଜା ପାଇଁ ଅଧିକୃତ ସେମାନଙ୍କୁ ଛଡ଼ାଯିବ। କମିଟିର ସଦସ୍ୟ ଯିବା ବେଳେ ବି ସେମାନଙ୍କୁ ଯାଞ୍ଚ କରାଯିବ। ବେହରଣ ଦ୍ବାର ନିକଟରେ ସେମାନଙ୍କୁ ଯାଞ୍ଚ କରାଯିବ। ସେପଟେ ରତ୍ନଭଣ୍ଡାର ଖୋଲିବା ପୂର୍ବରୁ ମହାପ୍ରଭୁଙ୍କୁ ଦଶର୍ନ କରିଛନ୍ତି ଜଷ୍ଟିସ ବିଶ୍ବନାଥ ରଥ। ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ମଧ୍ୟ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି।

ତେବେ ରତ୍ନଭଣ୍ଡାର କେତେବେଳେ ଖୋଲାଯିବ ସେନେଇ ମନ୍ଦିରର ସେବାୟତମାନଙ୍କ ସହ ବିଚାରବିମର୍ଶ କରି ସମୟ ନିର୍ଘଣ୍ଟ କରିବାକୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ଶନିବାର ଆଇନ ମନ୍ତ୍ରୀ ପୃ୍‌ଥ୍ବୀରାଜ ହରିଚନ୍ଦନ କହିଛନ୍ତି। ଗଣମାଧ୍ୟମକୁ ମନ୍ତ୍ରୀ କହିଛନ୍ତି ଯେ, ରତ୍ନଭଣ୍ଡାରର ମରାମତି ଓ ଗଣତିମଣତି ବାବଦ କାର୍ଯ୍ୟ ଅତ୍ୟନ୍ତ ସ୍ବଚ୍ଛତା ସହ ଓ ସୁରୁଖୁରୁରେ କରିବା ପାଇଁ ବିଭିନ୍ନ କମିଟି ଗଠନ ହୋଇଛି। କିଏ କେଉଁ କମିଟିରେ ରହିବେ ତାହା ମଧ୍ୟ ସରକାର ଚୂଡ଼ାନ୍ତ କରିସାରିଛନ୍ତି। ପ୍ରତ୍ୟେକ କାର୍ଯ୍ୟ ବିଧିବ୍ୟବସ୍ଥା ଅନୁସାରେ କରାଯିବ ।

ମହାପ୍ରଭୁଙ୍କ ରତ୍ନଭଣ୍ଡାରରେ ଥିବା ଅଳଙ୍କାରର ସଂଖ୍ୟା, ଗୁଣାତ୍ମକ ମାନ, ଓଜନ ଓ ଫଟୋଚିତ୍ର ସମ୍ବଳିତ ଡିଜିଟାଲ କାଟାଲଗ୍‌ ମଧ୍ୟ ପ୍ରସ୍ତୁତ କରାଯିବ, ଯାହାକି ଭବିଷ୍ୟତ ପାଇଁ ଏକ ରେଫରେନ୍ସ ଡକ୍ୟୁମେଣ୍ଟ ଭାବେ ଉପଯୋଗ କରିହେବ । ଏହି ସମସ୍ତ ପ୍ରକ୍ରିୟାରେ ଧାର୍ମିକ ଭାବାବେଗ, ସ୍ବଚ୍ଛତା ଓ ପାରଦର୍ଶିତାକୁ ଗୁରୁତ୍ୱ ଦିଆଯିବ। ଏ ନେଇ ପ୍ରସ୍ତୁତ ଏସ୍‌ଓପି ମନ୍ଦିର ପ୍ରଶାସନକୁ ଦିଆଯାଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଆବଶ୍ୟକତା ଅନୁସାରେ କାର୍ଯ୍ୟ କରିବାକୁ କୁହାଯାଇଛି।

ରତ୍ନଭଣ୍ଡାର ଖୋଲିବା ସଂକ୍ରାନ୍ତ ଏସ୍‌ଓପି ଚୂଡ଼ାନ୍ତ ପାଇଁ ବୈଠକ ବସି ସରକାରଙ୍କ ପକ୍ଷରୁ ବିଭିନ୍ନ ଦିଗ ଉପରେ ତର୍ଜମା କରାଯାଇଛି। ଏହି ସମସ୍ତ ପ୍ରକ୍ରିୟାର ସୁପରିଚାଳନା ପାଇଁ ମୁଖ୍ୟ ପ୍ରଶାସକଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏସ୍‌ଓପିରେ ସବୁକଥା ସ୍ପଷ୍ଟ ଭାବେ ଉଲ୍ଲେଖ ରହିଛି। କେଉଁ କମିଟି କ'ଣ କାର୍ଯ୍ୟ କରିବ ତାହା ମଧ୍ୟ ଉଲ୍ଲେଖ ରହିଛି। ଗଣତି ସମୟରେ ରିଜର୍ଭ ବ୍ୟାଙ୍କର ପ୍ରତିନିଧି ଉପସ୍ଥିତ ମଧ୍ୟ ରହିବେ। ସେହିଭଳି ଭିତର ରତ୍ନଭଣ୍ଡାରକୁ କେଉଁମାନେ ଯିବେ ତାହା ମଧ୍ୟ ଚୂଡ଼ାନ୍ତ ହୋଇଛି। ବିଭିନ୍ନ କମିଟିରେ ମନ୍ଦିର ପରିଚାଳନା ସଦସ୍ୟ, ସେବାୟତ, ଏଏସ୍‌ଆଇ ପ୍ରତିନିଧି, ରିଜର୍ଭ ବ୍ୟାଙ୍କ ପ୍ରତିନିଧିଙ୍କୁ ସାମିଲ କରାଯାଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଏସବୁ କମିଟିର ସୁପରିଚାଳନା ଦାୟିତ୍ୱ ତୁଲାଇବେ ବୋଲି ମନ୍ତ୍ରୀ କହିଛନ୍ତି। ଗତଥର ରତ୍ନଭଣ୍ଡାରର ଅଳଙ୍କାର ଗଣତିମଣତି କାର୍ଯ୍ୟ ପାଇଁ ୭୦ରୁ ୭୨ ଦିନ ସମୟ ଲାଗିଥିଲା। ଚଳିତଥର ଟେକ୍ନୋଲୋଜିରେ ସୁଧାର ଆସିଛି। ମାତ୍ର ଏହି କାର୍ଯ୍ୟ ପାଇଁ କେତେଦିନ ସମୟ ଲାଗିବ ତାହା କହିବା ଏବେ ସମ୍ଭବପର ନୁହେଁ । ଏହି ମରାମତି ଓ ଗଣତିମଣତି ଯୋଗୁ ମହାପ୍ରଭୁଙ୍କ ଦର୍ଶନ କିମ୍ବା ନୀତିକାନ୍ତିରେ କୌଣସି ପ୍ରଭାବ ପଡ଼ିବ ନାହିଁ ବୋଲି ମନ୍ତ୍ରୀ ସ୍ପଷ୍ଟ କରିଛନ୍ତି । ତେବେ ରତ୍ନଭଣ୍ଡାର ଖୋଲିବା ଓ ଗଣତିମଣତି ଏକ ସମ୍ବେଦନଶୀଳ ପ୍ରସଙ୍ଗ । ମହାପ୍ରଭୁଙ୍କ ନୀତି ତଥା ଧାର୍ମିକ ଭାବନା ସହ ଜଡ଼ିତ ଥିବାରୁ କିଛି କଥା ଲୁକ୍କାୟିତ ରହିବା ଜରୁରୀ ବୋଲି ମନ୍ତ୍ରୀ କହିଛନ୍ତି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+