ବିଜେପିରେ ମିଶିଲେ ଜୟ ଢୋଲକିଆ, ନୂଆପଡ଼ାରୁ ହୋଇପାରନ୍ତି ପ୍ରାର୍ଥୀ
ନୂଆପଡ଼ା ଉପନିର୍ବାଚନ ପୂର୍ବରୁ ରାଜ୍ୟ ରାଜନୀତିର ଉଷ୍ଣତା ବୃଦ୍ଧି ପାଇଛି। ସ୍ବର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ ବିଜେପିରୋ ଯୋଗ ଦେଇଛନ୍ତି। ରାଜ୍ୟ ବିଜେପି କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ, ସଭାପତି ମନମୋହନ ସାମଲ,ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ବରିଷ୍ଠ ବିଜେପି ନେତା ବସନ୍ତ ପଣ୍ଡା, ଜୟନାରାୟଣ ମିଶ୍ର ଏବଂ ଅନ୍ୟ ଦଳୀୟ ନେତାଙ୍କ ଉପସ୍ଥିତିରେ ସେ ବିଜେପିରେ ସାମିଲ ହୋଇଛନ୍ତି।
ଜୟଙ୍କ ବାପା ବିଜେଡରେ ଥିବାରୁ ସେ ମଧ୍ୟ ବିଜେଡିରୁ ପ୍ରାର୍ଥୀ ହେବେ ବୋଲି କୁହାଯାଉଥିଲା। ଯାହାଦ୍ୱାରା ବିଜେଡିକୁ ସିମ୍ପାଥି ଭୋଟ ମଧ୍ୟ ମିଳିଥାଆନ୍ତା। କିନ୍ତୁ ନବୀନ ଦିଲ୍ଲୀରୁ ଫେରୁ ଫେରୁ ଜୟଙ୍କ ପଦ୍ମ ଧରିବା ରାଜନୈତିକ ମହଲରେ ଝଡ ସୃଷ୍ଟି କରିଛି। ଯଦି ଭାଜପା ପକ୍ଷରୁ ଜୟ ପ୍ରାର୍ଥୀ ହୁଅନ୍ତି ତେବେ ବିଜେଡିରୁ କିଏ ପ୍ରାର୍ଥୀ ହେବେ ସେନେଇ ମଧ୍ୟ ଚର୍ଚ୍ଚା ଆରମ୍ଭ ହୋଇଛି।

ସବୁଠାରୁ ବଡ଼ କଥା ହେଲା ଯେ ବିଜେଡିର ପଦଯାତ୍ରାରେ ଜୟଙ୍କୁ ଦେଖିବାକୁ ମିଳି ନ ଥିଲା। ସେବେଠାରୁ ଏକ ପ୍ରକାର ନିଶ୍ଚିତ ହୋଇଥିଲା ଯେ, ଜୟ ଢୋଲକିଆ ଭାଜପା ଆଡ଼କୁ ଢଳିଥିଲେ। ନୂଆଦିଲ୍ଲୀରେ ଭାଜପାର କେନ୍ଦ୍ରୀୟ ନେତୃତ୍ବଙ୍କୁ ଦେଖା କରିଥିଲେ। ଜୟ ଭାଜପା ପ୍ରାର୍ଥୀ ହେଲେ ନୂଆପଡ଼ାର ଅଙ୍କ ଓଲଟପାଲଟ ହୋଇଯିବ ଏବଂ ଭାଜପାର ବିଜୟ ସହଜସାଧ୍ୟ ହୋଇଯିବ ବୋଲି ରାଜନୈତିକ ସମୀକ୍ଷକମାନେ ମତ ଦେଉଛନ୍ତି। ତେଣେ ଏହା ବିଜେଡି ଲାଗି ମୁଣ୍ଡବ୍ୟଥାର କାରଣ ବି ହେବ। ଜୟଙ୍କ ବିଜେପିରେ ଯୋଗଦାନ ବିଜେଡିକୁ ଶକ୍ତ ଝଟ୍କା ଦେଇଛି ବୋଲି କୁହାଯାଉଛି।












Click it and Unblock the Notifications