ଯାଜପୁର ବସ୍ ଦୁର୍ଘଟଣା: ମୃତକଙ୍କ ପାଇଁ ୩ ଲକ୍ଷ ଅନୁକମ୍ପା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
Jajpur Bus Accident News: ଯାଜପୁର ଜିଲ୍ଲା ବାରବାଟୀ ଛକ ନିକଟରେ ଏକ ଯାତ୍ରୀବାହୀ ବସ୍ ଓଫର ବ୍ରିଜରୁ ତଳକୁ ଖସି ୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି । ଏହି ଦୁର୍ଘଟଣାର ଖବର ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହ ମୃତ ବ୍ୟକ୍ତିମାନଙ୍କ ଆତ୍ମୀୟଙ୍କ ପାଇଁ ୩ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କରିଛନ୍ତି। ସମସ୍ତ ଆହତଙ୍କୁ ଉପଯୁକ୍ତ ଚିକିତ୍ସା ସହାୟତା ପାଇଁ ପ୍ରଶାସନକୁ ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଏହି ଦୁର୍ଘଟଣାକୁ ନେଇ ଦଃଖ ପ୍ରକାଶ କରିଥନ୍ତି । ସେ ଏକ୍ସରେ ଏକ ପୋଷ୍ଟ ସେୟାର କରି ଲେଖିଛନ୍ତି, 'ଯାଜପୁର କୁଆଖିଆ ନିକଟରେ ଯାତ୍ରୀବାହୀ ବସ୍ ଦୁର୍ଘଟଣା ଗସ୍ତ ଘଟଣାରେ ମୃତ୍ୟୁବରଣ କରିଥିବା ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି । ମହାପ୍ରଭୁଙ୍କ ପାଖରେ ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି ।'
ଯାଜପୁର କୁଆଖିଆ ନିକଟରେ ଯାତ୍ରୀବାହୀ ବସ୍ ଦୁର୍ଘଟଣା ଗସ୍ତ ଘଟଣାରେ ମୃତ୍ୟୁବରଣ କରିଥିବା ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି । ମହାପ୍ରଭୁଙ୍କ ପାଖରେ ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି ।
— Dharmendra Pradhan (मोदी का परिवार) (@dpradhanbjp) April 15, 2024
ଖବର ଅନୁସାରେ, ସମସ୍ତ ଗୁରୁତରଙ୍କ ଚିକିତ୍ସା ପାଇଁ କଟକ ବଡ଼ ମେଡିକାଲରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ୫ ଗୁରୁତରଙ୍କୁ ଆଇସିୟୁକୁ ସ୍ଥାନାନ୍ତର କରାଯାଇଥିବା ନେଇ ସୂଚନା ରହିଛି । ସେହିପରି ବସ ଡ୍ରାଇଭରଙ୍କୁ ନେଇ ବର୍ତ୍ତମାନ ପର୍ଯ୍ୟନ୍ତ କୌଣସି ସୂଚନା ନାହିଁ, ଅନ୍ୟପଟେ କଣ୍ତକ୍ଟର ମେଡିକାଲରେ ଭର୍ତ୍ତି କରାଯାଇଛି । 'କାଳିଆ ନନା' ନାମକ ବସଟି ପୁରୀରୁ ହଳଦିଆ ଯାଉଥିବା ବେଳେ ଦୁର୍ଘଟଣା ଘଟିଛି ।












Click it and Unblock the Notifications