କୋରେଇ ଟ୍ରେନ୍ ଦୁର୍ଘଟଣା: ୫ ଲକ୍ଷ ଅନୁକମ୍ପା ରାଶି ଘୋଷଣା କଲେ ରେଳମନ୍ତ୍ରୀ

କୋରେଇ ଟ୍ରେନ୍ ଦୁର୍ଘଟଣା:୫ ଲକ୍ଷ ଅନୁକମ୍ପା ରାଶି ଘୋଷଣା କଲେ ରେଳମନ୍ତ୍ରୀ

ଯାଜପୁର: ଯାଜପୁର କୋରେଇ ଟ୍ରେନ୍ ଦୁର୍ଘଟଣା । ମୃତକ ଓ ଆହତଙ୍କ ପରିବାରକୁ ଅନୁକମ୍ପା ରାଶି ଘୋଷଣା କଲେ ରେଳମନ୍ତ୍ରୀ । କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମୃତକଙ୍କ ପରିବାର ପାଇଁ ୫ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି । ସେହିପରି ଗୁରୁତର ଆହତଙ୍କ ପାଇଁ ୧ ଲକ୍ଷ ଟଙ୍କା ଲେଖାଏଁ ଏବଂ ସାମାନ୍ୟ ଆହତଙ୍କୁ ୨୫ ହଜାର ଟଙ୍କା ମିଳିବ ବୋଲି ଘୋଷଣା କରାଯାଇଛି । ଏନେଇ ଟ୍ୱିଟ୍ କରି ସୂଚନା ଦେଲେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ।

ashwini vaishnaw

ସେହିପରି ଏହି ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୃତକଙ୍କ ପରିବାରକୁ ସମବେଦନା ଜଣାଇବା ସହ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ରାଜ୍ୟ ସରକାରଙ୍କର ତରଫରୁ ମୃତଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ । ଏହା ସହ ଆବଶ୍ୟକ ଚିକିତ୍ସା ଯୋଗାଇଦେବା ପାଇଁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ସୂଚନା ଅନୁସାରେ, ଆଜି ସକାଳ ପ୍ରାୟ ୬ ଟା ୪୪ ମିନିଟରେ ଏକ ମାଲବାହୀ ଟ୍ରେନ୍ ଭାରସ୍ୟାମ ହରାଇ ଯାଜପୁର କୋରେଇ ଷ୍ଟେସନରେ ପଶିଯାଇଥିଲା । ଟ୍ରେନଟି ଦ୍ରୁତ ଗତିରେ ଥିବାରୁ ୧୦ରୁ ଅଧିକ ବଗି ଲାଇନଚ୍ୟୁତ ହୋଇଛି । ଏହି ବଗି ଗୁଡିକ ମଧ୍ୟରୁ ପ୍ରାୟ ୩ରୁ ୪ଟି ବଗି ଯାତ୍ରୀ ବିଶ୍ରାମାଗାର ଉପରକୁ ମାଡି ଯାଇଥିଲା । ସେହି ସମୟରେ ବହୁ ଲୋକ ସେଠି ଟ୍ରେନକୁ ଅପେକ୍ଷା କରି ଛିଡା ହୋଇଥିଲେ । ଘଟଣା ସ୍ଥଳରେ ଟ୍ରେନ୍ ବଗି ତଳେ ଚାପି ହୋଇ ୩ ଜଣଙ୍କର ମୃତ୍ୟୁ ହୋଇଛି । ତେବେ ବର୍ତ୍ତମାନ ଉଦ୍ଧାର କାର୍ଯ୍ୟ ଯାରି ରହିଛି। ପୂର୍ବତଟ ରେଳବାଇର ବରିଷ୍ଠ ଅଧିକାରୀ କୋରେଇରେ ପହଁଚିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+