ଲଘୁଚାପ ଜନିତ ଲଗାଣ ବର୍ଷାରେ ବିପଦ ସଙ୍କେତ ଟପିଲା ଜଳକା ଓ ବୈତରଣୀ

ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ଫୁଲୁଛି ଜଳକା ଓ ବୈତରଣୀ ନଦୀ। ଏହି ଦୁଇଟି ନଦୀ ଏବେ ବିପଦ ସଂକେତ ଉପରେ ପ୍ରବାହିତ ହେଉଛି। ଫଳରେ ନଦୀ କୂଳିଆଙ୍କୁ ଘାରିଛି ବନ୍ୟା ଆଶଙ୍କା।

river

ବାଲେଶ୍ୱର ଜିଲ୍ଲା ବସ୍ତା ବ୍ଲକ ମଥାନୀ ଠାରେ ବିପଦ ସଂକେତ ୬.oo ମିଟର ଥିବା ବେଳେ ସକାଳ ୬ଟା ସୁଦ୍ଧା ଜଳସ୍ତର ବୃଦ୍ଧି ପାଇ ୧୦.୨୨ ମିଟରରେ ପ୍ରବାହିତ ହେଉଛି।ଜଳକା ନଦୀର ଉପର ମୁଣ୍ଡ ମୟୂରଭଞ୍ଜ ଜିଲ୍ଲାରେ ଲଗାଣ ବର୍ଷା ଯୋଗୁ ଜଳସ୍ତର ଅଧିକ ବୃଦ୍ଧି ପାଇବାରେ ଲାଗିଛି। ବିଭିନ୍ନ ସ୍ଥାନରେ ନଦୀବନ୍ଧ ଦୁର୍ବଳ ଥିବାରୁ ବନ୍ୟା ଆଶଙ୍କାରେ ଭୟଭୀତ ଅଛନ୍ତି ନଦୀ ତଟବର୍ତ୍ତୀ ଅଞ୍ଚଳବାସୀ ।

ଗତ କିଛି ଦିନ ହେଲା ଜଳକା ନଦୀ ଅବବାହିକା ସମେତ ଉପରମୁଣ୍ଡ- ମୟୁରଭଞ୍ଜ ଜିଲ୍ଲାର ରାସଗୋବିନ୍ଦପୁର, ମୋରଡା, ଶୁଳିଆପଦା,ଚିତ୍ରଡା ଅଞ୍ଚଳରେ ପ୍ରବଳ ବର୍ଷା ଲାଗିରହିଛି। ଫଳରେ ନଦୀର ଜଳସ୍ତର ବି ବଢୁଛି। ଏଭଳି ବର୍ଷା ଲାଗି ରହିଲେ ବନ୍ୟା ସମ୍ଭାବନାକୁ ଏଡ଼ାଇ ଦିଆଯାଇନପାରେ।ବର୍ତ୍ତମାନ ବନ୍ୟା ପରିସ୍ଥିତି ଉପୁଜିଲେ ଏବେ ରୁଆ ଯାଇଥିବା ଧାନ ତଳି ସବୁ ପଚି ଯିବା ସମେତ ବସ୍ତା ଏବଂ ସଦର‌ ବ୍ଲକର ପାଖାପାଖି ପଞ୍ଚାୟତର ଚାଷ‌ କ୍ଷତି ହେବାର ଆଶଙ୍କା କରାଯାଉଛି।

ସେହିପରି ଲଗାଣ ବର୍ଷା ଯୋଗୁ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି ବୈତରଣୀ। ରାଜଘାଟ ଓ ଆଖୁଆପଦାଠାରେ ବନ୍ୟା ଜଳ ବିପଦ ସଂକେତ ଉପରେ ପ୍ରବାହିତ ହେଉଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+