ଆଜି ପବିତ୍ର ଜନ୍ମାଷ୍ଟମୀ; ଉତ୍ସବ ମୁଖର ମଥୁରାରୁ ବୃନ୍ଦାବନ
ଆଜି ପବିତ୍ର ଜନ୍ମାଷ୍ଟମୀ । ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମଦିନ । ଏନେଇ ଚଳ ଚଞ୍ଚଳ ଶ୍ରୀକୃଷ୍ଣ ମନ୍ଦିର । ବୁଧବାର ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ଅର୍ଥାତ ପବିତ୍ର ଜନ୍ମାଷ୍ଟମୀ । ସବୁଠି ପାଳନ ହେଉଛି ଶ୍ରୀକୃଷ୍ଣ ଜନ୍ମୋତ୍ସବ । କିମ୍ବଦନ୍ତୀ ଅନୁସାରେ ଭାଦ୍ରବ କୃଷ୍ଣ ପକ୍ଷ ଅଷ୍ଟମୀ ତିଥିରେ ବିଷ୍ଣୁଙ୍କ ଅଷ୍ଟମ ଅବତାର ଭାବେ ଭଗବାନ ଶ୍ରୀକୃଷ୍ଣ ଜନ୍ମ ନେଇଥିଲେ ।
ଦ୍ୱାପର ଯୁଗରେ ପ୍ରବଳ ପ୍ରତାପୀ କଂସକୁ ବଧ କରିବା ନିମନ୍ତେ ମାନବ ରୂପରେ ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ଧରାବତରଣ କରିଥିଲେ ଭଗବାନ ବିଷ୍ଣୁ । ଏହା ଥିଲା ତାଙ୍କର ଶ୍ରୀକୃଷ୍ଣ ଅବତାର । କଂସଦ୍ୱାରା ବନ୍ଦୀ ଭଗ୍ନୀ ଦେବକୀଙ୍କ ଗର୍ଭରୁ ବନ୍ଦିଶାଳାରେ ଅର୍ଧ ରାତ୍ରୀରେ ରୋହିଣୀ ନକ୍ଷତ୍ର- ବୃଷରାଶିର ସଂଯୋଗ ସମୟରେ କୃଷ୍ଣ ଜନ୍ମ ଲାଭ କରିଥିଲେ ।
ଉତ୍ତର ପ୍ରଦେଶର ମଥୁରାରେ ଶ୍ରୀକୃଷ୍ଣ ଜନ୍ମଗ୍ରହଣ କରିଥାବାରୁ ଏଠାରେ ଏହି ଉତ୍ସବ ବିଶେଷ ଉଲ୍ଲାସରେ ପାଳିତ ହୋଇଥାଏ । କୃଷ୍ଣଙ୍କର କ୍ରୀଡ଼ାଭୂମୀ ଗୋକୁଳ ଓ ବୃନ୍ଦାବନରେ ଅସଂଖ୍ୟ ଜନଗହଳି ହୋଇଥାଏ । ଏହି ଉତ୍ସବ ପ୍ରାୟ ସାତଦିନବ୍ୟାପି ପାଳିତ ହୋଇଥାଏ ।

ଗୁଜରାଟର ଦ୍ୱାରକାରେ ଥିବା ଦ୍ୱାରିକାଧିଶ ମନ୍ଦିରରେ ମଧ୍ୟ ଏହି ଉତ୍ସବ ବହୁତ ଆଡ଼ମ୍ବରରେ ପାଳିତ ହୋଇଥାଏ । ଏହାଛଡ଼ା ପଶ୍ଚିମ ବଙ୍ଗରେ ଶ୍ରୀଚୈତନ୍ୟ ଓ ନିତ୍ୟାନନ୍ଦ ମହାପ୍ରଭୁଙ୍କ ଜନ୍ମସ୍ଥାନ ନବଦ୍ୱୀପରେ ମଧ୍ୟ ଜନ୍ମାଷ୍ଟମୀ ହର୍ଷୋଲ୍ଲାସରେ ପାଳିତ ହୋଇଥାଏ । ଲୋକେ ଉପବାସ ରଖି ଶ୍ରୀକୃଷ୍ଣଙ୍କ ଜନ୍ମ ଓ ଲୀଳା ବର୍ଣ୍ଣନାରେ ସମୃଦ୍ଧ ଶ୍ରୀମଦ୍ଭାଗବତର ଦଶମ ସ୍କନ୍ଧ ପଢ଼ିଥାନ୍ତି । ଜାମ୍ମୁଠାରେ ଏହିଦିନ ଗୁଡ଼ି ଉଡ଼ାଇବାର ପ୍ରଥା ରହିଛି ।
ଓଡ଼ିଶାର ପୁରପଲ୍ଲୀରେ ଏହି ଉତ୍ସବ ମହା ସମାରୋହରେ ପାଳନ କରାଯାଏ । ଏହିଦିନ ଲୋକେ ଉପବାସ ରଖିଥାନ୍ତି, ଓ ରାତ୍ରି ୧୨ ଘଟିକାକୁ କୃଷ୍ଣଜନ୍ମ ଉତ୍ସବ ପାଳନ କରିସାରି ଉପବାସ ଭାଙ୍ଗିଥାନ୍ତି। ଏହିଦିନ ଗାଁର ଭାଗବତ ଟୁଙ୍ଗୀମାନଙ୍କରେ ଅଥବା କାହାରି ଘର ବା ମଠ ମନ୍ଦିରରେ ହରିବଂଶ ପୁରାଣ ପାଠ କରାଯାଏ ।
ହରିବଂଶ ପୁରାଣ ଅତି ଦୀର୍ଘ ହୋଇଥିବାରୁ କେଉଁଠି କେଉଁଠି ଖଣ୍ଡିକିଆ ହରିବଂଶ ପଢ଼ିଥାନ୍ତି । ଶ୍ରୀମନ୍ଦିରରେ ପାଳିତ ପର୍ବପର୍ବାଣିମାନଙ୍କ ଭିତରେ ଜନ୍ମାଷ୍ଟମୀ ଅନ୍ୟତମ। ଓଡ଼ିଶାରେ ବୈଷ୍ଣବ ମତବାଦର ବହୁଳ ପ୍ରଭାବ ରହିଥିବାରୁ ଏହି ପର୍ବ ଓଡ଼ିଆ ଜନମାନସରେ ଏକ ସ୍ୱତନ୍ତ୍ର ସ୍ଥାନ ଗ୍ରହଣ କରିଛି । ଲୋକମାନେ ମଧ୍ୟ ଜନ୍ମାଷ୍ଟମୀ ବ୍ରତ ବହି ପାଠ କରିଥାନ୍ତି ।
ଜନ୍ମାଷ୍ଟମୀର ପରବର୍ତ୍ତୀ ଦିନ ନନ୍ଦୋତ୍ସବ ପାଳନ କରାଯାଏ। ନନ୍ଦରାଜ ଓ ଯଶୋଦାରାଣୀଙ୍କ ଆନନ୍ଦକୁ ମନେ ପକାଇବାପାଇଁ ଏହି ଦିନ ଲୋକେ ଗାୟନ କୀର୍ତ୍ତନ କରିଥାନ୍ତି ଓ ନିଜର ଉପବାସ ଭାଙ୍ଗି ବଡ଼ି ସକାଳୁ ମିଷ୍ଟାନ୍ନ ଆଦାନ ପ୍ରଦାନ କରିଥାନ୍ତି ଓ ସେବନ କରିଥାନ୍ତି ।
କୃଷ୍ଣଜନ୍ମାଷ୍ଟମୀ ପାଳନ କରିବାପାଇଁ ବିଦେଶରେ ସରକାରୀ ସ୍ତରରେ ମଧ୍ୟ ଆଦେଶ ଜାରି କରାଯାଇଅଛି । ଅରିଜୋନା ଏମିତି ଆଦେଶ ଜାରି କରିବାରେ ପ୍ରଥମ ।
-
ସରିଲା ଭୋଟ୍ ଗଣତି,ବାଜିମାତ୍ କଲେ ଦିଲ୍ଲୀପ ରାୟ, ଜାଣନ୍ତୁ କାହାକୁ ମିଳିଲା କେତେ ଭୋଟ? -
କ୍ରସ୍ ଭୋଟିଂକୁ ନେଇ ନବୀନଙ୍କ ପ୍ରତିକ୍ରିୟା, କହିଲେ ବିଜେପି... -
ବିଧାୟିକା ଉପାସନାଙ୍କ ଭୋଟ୍କୁ ନେଇ ନବୀନଙ୍କ ଅଭିଯୋଗ -
ଅଣ୍ଡା ପ୍ରେମୀଙ୍କ ପାଇଁ ଖୁସି ଖବର ; କମିଲା ରେଟ, ଜାଣନ୍ତୁ କେତେ? -
୨ ମାସ ତଳୁ ଯୋଜନା ପ୍ରସ୍ତୁତ ହୋଇଥିଲା, ଜିତିବା ପାଇଁ ଲଢୁଥିଲୁ;ବିଜୟ ମହାପାତ୍ର -
ଉଚ୍ଚସ୍ତରୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ -
ଘଡ଼ଘଡ଼ି ବିଜୁଳି ସହିତ ପ୍ରବଳ ଝଡ଼ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ -
ସାବଧାନ ! ଖାଉଛନ୍ତି କଞ୍ଚା ଆମ୍ବ ତେବେ ନିହାତି ଜାଣନ୍ତୁ ଏହି କଥା, ନଚେତ୍... -
ଯୁଦ୍ଧ ଭିତରେ ଖସିଲା ସୁନା ରୂପା ଦାମ, ଜାଣନ୍ତୁ କେତେ ? -
୨୧ ଯାଏଁ କୁଆପଥର ବର୍ଷା ସମ୍ଭାବନା, ଆଜି ପାଇଁ ଆଲର୍ଟ ଜାରି -
SCB ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨୫ ଲକ୍ଷ କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ -
ଦିଲ୍ଲୀ ହାଇକୋର୍ଟରେ ୧୦କୋଟି ଟଙ୍କାର କେସ୍ ଦାଏର କଲେ କେନ୍ଦ୍ର ମନ୍ତ୍ରୀ ହରଦୀପ ସିଂହ ପୁରୀଙ୍କ ଝିଅ, ଜାଣନ୍ତୁ ପୁରା ଘଟଣା











Click it and Unblock the Notifications