Get Updates
Get notified of breaking news, exclusive insights, and must-see stories!

ଶ୍ରୀମନ୍ଦିରରେ ଚାଲିଛି ପ୍ରଭୁ ଶ୍ରୀକୃଷ୍ଣଙ୍କ ଲୀଳା; ଦଶମୀ ତିଥିରେ ଆଜି ମହାପ୍ରଭୁଙ୍କ ବନଭୋଜି ବେଶ

ପୁରୀ : ଜନ୍ମାଷ୍ଟମୀ ଠାରୁ ଶ୍ରୀମନ୍ଦିରରେ ଚାଲିଛି ପ୍ରଭୁ ଶ୍ରୀକୃଷ୍ଣଙ୍କ ଲୀଳା । ସବୁଦିନ କିଛି ନା କିଛି ଦେଖିବାକୁ ମିଳୁଛି । ସେହିପରି ଆଜି ଦଶମୀ ତିଥିରେ ମହାପ୍ରଭୁଙ୍କ ବନଭୋଜି ବେଶ ଅନୁଷ୍ଠିତ ହେବ ।

ତ୍ରୟୋଦଶୀ ତିଥିରେ କୃଷ୍ଣବଳରାମ ବେଶରେ ମହାପ୍ରଭୁ ଦର୍ଶନ ଦେବାର ପରମ୍ପରା ରହିଛି । ଏହି ବେଶରେ ଦର୍ଶନ କଲେ ପୁନର୍ଜନ୍ମ ମିଳିନଥାଏ ବୋଲି ବିଶ୍ୱାସ ରହିଛି ।

କୃଷ୍ଣ-ବଳରାମ ବେଶରେ ଦର୍ଶନ ଦେବେ କାଳିଆ ଓ ବଳିଆ । ଏହି ବେଶରେ ମହାପ୍ରଭୁଙ୍କୁ ବିଭିନ୍ନ ପ୍ରକାରର ସ୍ୱର୍ଣ୍ଣ ଅଳଙ୍କାର ଲାଗି କରାଯିବ । ମସ୍ତକରେ ସୋଲ, ବେତରେ ତିଆରି ସ୍ୱର୍ଣ୍ଣ କିଆ ଖୋସା ଯାଇଥାଏ ।

କୃଷ୍ଣ ଓ ବଳରାମ ଗାଇ ବାଛୁରୀଙ୍କୁ ସାଙ୍ଗରେ ଧରି ବନଭୋଜି ପାଇଁ ଯାଇଥିବାର ପୁରାଣରେ ବର୍ଣ୍ଣିନା କରାଯାଇଛି । ଏହାକୁ ମନେ ପକାଇବା ପାଇଁ ସ୍ମରଣ କରି ଭାଦ୍ରବ କୃଷ୍ଣ ଦଶମୀ ତିଥିରେ ମହାପ୍ରଭୁଙ୍କୁ ଏହି ବେଶ କରାଯାଇଥାଏ ।

banabhoji_niti

ମଧ୍ୟାହ୍ନ ଧୂପ ପରେ ମହାପ୍ରଭୁ ଜଗନ୍ନାଥ ଓ ବଳଭଦ୍ରଙ୍କ ଠାରୁ ଆଜ୍ଞାମାଳ ଆଣି ଦକ୍ଷିଣ ଦ୍ୱାରରେ ଥିବା ରାମକୃଷ୍ଣଙ୍କୁ ପ୍ରଦାନ କରାଯିବ । ରାମକୃଷ୍ଣ ପାଲିଙ୍କିରେ ବିଜେ କରି ବଡ଼ଛତା ନିକଟରେ କୋଳି ବିକା ନୀତି ସମ୍ପନ୍ନ କରିବା ପରେ ସନ୍ଧ୍ୟାଧୂପରେ ବନଭୋଜି ବେଶ ସହ ଅର୍ଘାସୁର ଓ ବକାସୁର ବଦ୍ଧ ନୀତି ଅନୁଷ୍ଠିତ ହୋଇଥାଏ ।

ଆଜି ବନଭୋଜି ବେଶ ଅନୁଷ୍ଠିତ ହେଉଥିବା ବେଳେ ଆସନ୍ତାକାଲି କାଳୀୟଦଳନ ବେଶ ହେବ । ସମସ୍ତେ ଉଲ୍ଲସିତ । ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମ ଠାରୁ କଂସ ବଦ୍ଧ ପର୍ଯ୍ୟନ୍ତ ନୀତିକାନ୍ତି ଅନୁଷ୍ଠିତ ହୋଇଥାଏ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+