ଶ୍ରୀମନ୍ଦିରରେ ଚାଲିଛି ପ୍ରଭୁ ଶ୍ରୀକୃଷ୍ଣଙ୍କ ଲୀଳା; ଏକାଦଶୀ ତିଥିରେ ଆଜି କାଳୀୟଦଳନ ବେଶ ନୀତି
ପୁରୀ : ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର କାଳୀୟଦଳନ ବେଶ ନୀତି ଅନୁଷ୍ଠିତ ହେବ । ଆଜି ଭାଦ୍ରବ କୃଷ୍ଣ ଏକାଦଶୀ ଅବସରରେ ଏହି ନୀତି ହେବ । ଏହି ନୀତି ମଧ୍ୟାହ୍ନ ଧୂପ ପରେ ହୋଇଥାଏ । ଭକ୍ତମାନେ ଏହି ବେଶ ଦର୍ଶନ କଲେ ଅନନ୍ତ କୋଟି ପୁଣ୍ୟଫଳ ମିଳିଥାଏ ବୋଲି ବିଶ୍ଵାସ ରହିଛି ।
ଜନ୍ମାଷ୍ଟମୀ ଠାରୁ ଶ୍ରୀମନ୍ଦିରରେ ଚାଲିଛି ପ୍ରଭୁ ଶ୍ରୀକୃଷ୍ଣଙ୍କ ଲୀଳା । ସବୁଦିନ କିଛି ନା କିଛି ଦେଖିବାକୁ ମିଳୁଛି । ସେହିପରି ଆଜି ଏକାଦଶୀ ଅବସରରେ ମହାପ୍ରଭୁଙ୍କର କାଳୀୟଦଳନ ବେଶ ନୀତି ଅନୁଷ୍ଠିତ ହେବ ।
ଏହି ବେଶରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ବଳଭଦ୍ର କାଷ୍ଠ ନିର୍ମିତ ବେତ, ସୂତା ଓ କନାରେ ପ୍ରସ୍ତୁତ ପ୍ରାୟ ୩୦ ଫୁଟ ଲମ୍ୱର ବିରାଟକାୟ ସପ୍ତଫେଣିଆ କାଳୀୟ ସର୍ପକୁ ରତ୍ନସିଂହାସନ ଉପରକୁ ନିଆଯାଇଥାଏ। ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମ ଠାରୁ କଂସ ବଦ୍ଧ ପର୍ଯ୍ୟନ୍ତ ନୀତିକାନ୍ତି ଅନୁଷ୍ଠିତ ହୋଇଥାଏ ।
ଫେଣିଆ ମସ୍ତକ ଶ୍ରୀଜଗନ୍ନାଥଙ୍କ ଶ୍ରୀପୟର ତଳେ ଓ ଅବଶିଷ୍ଟ ଅଂଶ ଠାକୁରଙ୍କ ସମସ୍ତ ଶରୀରକୁ ଆବୃତ କରି ରଖାଯାଏ। ଦେବୀ ସୁଭଦ୍ରାଙ୍କୁ ସାଧାରଣ ବେଶରେ ଓ ବଳଭଦ୍ରଙ୍କ ଦୁଇ ପାର୍ଶ୍ୱରେ ଗୋଟିଏ ଲେଖାଏଁ କାଷ୍ଠ ନିର୍ମିତ ଗାଇ ବାଛୁରୀ ରଖାଯାଇଥାଏ।

ମଧ୍ୟାହ୍ନ ଧୂପ ପରେ ରତ୍ନସିଂହାସନ ଉପରେ ବିରାଜିତ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କୁ କାଳୀୟଦଳନ ବେଶରେ ସୁସଜ୍ୱିତ କରାଯାଇଥାଏ ।
ତ୍ରୟୋଦଶୀ ତିଥିରେ କୃଷ୍ଣବଳରାମ ବେଶରେ ମହାପ୍ରଭୁ ଦର୍ଶନ ଦେବାର ପରମ୍ପରା ରହିଛି । ଏହି ବେଶରେ ଦର୍ଶନ କଲେ ପୁନର୍ଜନ୍ମ ମିଳିନଥାଏ ବୋଲି ବିଶ୍ୱାସ ରହିଛି ।
କୃଷ୍ଣ-ବଳରାମ ବେଶରେ ଦର୍ଶନ ଦେବେ କାଳିଆ ଓ ବଳିଆ । ଏହି ବେଶରେ ମହାପ୍ରଭୁଙ୍କୁ ବିଭିନ୍ନ ପ୍ରକାରର ସ୍ୱର୍ଣ୍ଣ ଅଳଙ୍କାର ଲାଗି କରାଯିବ । ମସ୍ତକରେ ସୋଲ, ବେତରେ ତିଆରି ସ୍ୱର୍ଣ୍ଣ କିଆ ଖୋସା ଯାଇଥାଏ ।
-
ମହାପ୍ରଭୁଙ୍କ ଦର୍ଶନ କଲେ ଦିଲୀପ ରାୟ: କହିଲେ… -
ଆଉ ଆଲୋଚନା ନୁହେଁ, ଆମେ ପାକିସ୍ତାନଠାରୁ ପ୍ରତିଶୋଧ ନେବୁ... କାବୁଲରେ ଆକ୍ରମଣ ପରେ ତାଲିବାନ କଲା ଘୋଷଣା -
୨୧ ଯାଏଁ କୁଆପଥର ବର୍ଷା ସମ୍ଭାବନା, ଆଜି ପାଇଁ ଆଲର୍ଟ ଜାରି -
ଇରାନ-ଆମେରିକା ଯୁଦ୍ଧ, ଗିରଫ ହେଲେ ୧୯ ଭାରତୀୟ -
Rajya Sabha Election : ୪ ବିଜୟୀ ନେତାଙ୍କୁ ମିଳିଲା ସାର୍ଟିଫିକେଟ୍ -
ଗୁଜୁରାଟ ମୁନ୍ଦ୍ରା ବନ୍ଦରରେ ପହଞ୍ଚିଲା ଶିବାଲିକ୍ ଏଲ୍ପିଜି ଟ୍ୟାଙ୍କର -
ନିଲମ୍ବିତ ବିଧାୟକମାନଙ୍କୁ ବଡ଼ ଆହ୍ବାନ ଦେଲେ ମୋକିମ୍, କହିଲେ...... -
LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଶୀଘ୍ର କରନ୍ତୁ ଏହି କାମ -
ଭୁବନେଶ୍ବରରେ ପହଞ୍ଚିଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ -
ରାଜ୍ୟରେ ଆସନ୍ତା ୫ଦିନ ଧରି ଘଡ଼ଘଡ଼ି ଓ ବର୍ଷା ! -
Odisha Weather: ସତର୍କ କଲା ପାଣିପାଗ ବିଭାଗ, ଆହୁରି ୫ଦିନ ଘଡ଼ଘଡ଼ି ସହ ବର୍ଷା -
ବାରୁଣି ସ୍ନାନ ଅବସରରେ ବୈତରଣୀ କୂଳରେ ହଜାର ହଜାର ଭକ୍ତଙ୍କ ସମାଗମ












Click it and Unblock the Notifications