ସରକାରଙ୍କ ମାର୍ଗଦର୍ଶିକା ଅନୁସାରେ ସ୍ଥାନାନ୍ତର କରାଯିବ ଅଳଙ୍କାର

ମହାପ୍ରଭୁଙ୍କ ରତ୍ନ ଅଳଙ୍କାର ସ୍ଥାନାନ୍ତର ବୈଠକ ପରେ ଜିଲ୍ଲାପାଳଙ୍କ ସୂଚନା । ସରକାରଙ୍କ ମାର୍ଗଦର୍ଶିକା ଅନୁସାରେ ସ୍ଥାନାନ୍ତର କରାଯିବ ଅଳଙ୍କାର। ସକାଳ ୧୦ ଟାରୁ ଭକ୍ତଙ୍କ ପ୍ରବେଶ ଉପରେ କଟକଣା ରହିବ । ଭକ୍ତ ଉତ୍ତରଦୁଆର ଦେଇ ମହାପ୍ରସାଦ ପାଇଁ ଆନନ୍ଦବଜାର ଯାଇପାରିବେ। କେବଳ ପାଳିଆ ସେବକ ଶ୍ରୀମନ୍ଦିର ଭିତରକୁ ଯାଇପାରିବେ। ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ରହିବ ଶ୍ରୀମନ୍ଦିର । ପାଳିଆ ସେବକ ଓ ୧୧ ଜଣିଆ ଟିମ୍‌ ସଦସ୍ୟ ପାସ୍‌ ଦେଖାଇ ଭିତରକୁ ଯିବେ ।

puri

ରତ୍ନଭଣ୍ଡାର ମରାମତି ଓ ସଂରକ୍ଷଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବାପରେ ଆସନ୍ତାକାଲି ଅସ୍ଥାୟୀ ରତ୍ନଭଣ୍ଡାରରେ ରଖାଯାଇଥିବା ଶ୍ରୀଜୀଉଙ୍କର ଅଳଙ୍କାର ସ୍ଥାୟୀ ରତ୍ନଭଣ୍ଡାରକୁ ନିଆଯିବ । ରାଜ୍ୟ ସରକାରଙ୍କ ମାର୍ଗଦର୍ଶିକା ଅନୁଯାୟୀ, ସ୍ଥାନାନ୍ତର କରାଯିବ । ଏଥିପାଇଁ ମଙ୍ଗଳବାର ଦିନ ସକାଳ ୧୦ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ ହେବା ସହ ଶ୍ରୀମନ୍ଦିର ନାଟମଣ୍ଡପ ଏବଂ ଜଗମୋହନ ଶୋଧ କରାଯିବ । ରତ୍ନଭଣ୍ଡାର ସ୍ଥାନାନ୍ତର କାର୍ଯ୍ୟ ସମାପନ ପରେ ପ୍ରବେଶ କଟକଣା ପ୍ରତ୍ୟାହାର ତଥା ଦର୍ଶନ ସ୍ୱାଭାବିକ ହେବ । ଶ୍ରୀମନ୍ଦିର ମୁଖ୍ୟ ଦେଉଳ ତଥା ଝୁଲଣ ମଣ୍ଡପ ପରିସରକୁ ଭକ୍ତଙ୍କ ପ୍ରବେଶ ବାରଣ ରହିବ । ତେବେ ମହାପ୍ରସାଦ ପାଇବାକୁ ଇଚ୍ଛୁକ ଭକ୍ତମାନେ ଆନନ୍ଦ ବଜାରକୁ ଯାଇ ମହାପ୍ରସାଦ ନେଇ ପାରିବେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+