ଭୁବନେଶ୍ୱର ଝାଡଖଣ୍ଡ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ, ଉଚ୍ଚ ସ୍ତରୀୟ ତଦନ୍ତ ପାଇଁ ଦାବି କଲେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର ସ୍ଥିତ ଏକ ଘରୋଇ ଇଞ୍ଜିନିୟରିଂ କଲେଜରେ ପଢ଼ୁଥିବା ଝାଡ଼ଖଣ୍ଡ ଛାତ୍ରଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାର ଉଚ୍ଚ ସ୍ତରୀୟ ତଦନ୍ତ ପାଇଁ ଦାବି କରିଛନ୍ତି ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ। ସୋଶାଲ ମିଡିଆ 'ଏକ୍ସ'ରେ ଏନେଇ ଟ୍ୱିଟ୍ କରି ସେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି।

ହେମନ୍ତ ସୋରେନ ଟ୍ୱିଟ୍ରେ ଉଲ୍ଲେଖ କରିଛନ୍ତି ଯେ, ରାଞ୍ଚିର ଅଭିଷେକ ରବି ଓଡ଼ିଶାର ଭୁବନେଶ୍ୱର ସ୍ଥିତ ଏକ ଘରେଇ କଲେଜରେ ପଢ଼ୁଥିଲେ। ତାଙ୍କର ସନ୍ଦେହ ଜନକ ମୃତ୍ୟୁ ଘଟିଛି। ଓଡ଼ିଶା ମୁଖ୍ୟମନ୍ତ୍ରୀ ଏହି ଘଟଣାର ଉଚ୍ଚ ସ୍ତରୀୟ ତଦନ୍ତ କରି ଦୋଷୀ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରନ୍ତୁ।
ଭଗବାନ ଅଭିଷେକଙ୍କ ଆତ୍ମାକୁ ଶାନ୍ତି ପ୍ରଦାନ କରନ୍ତୁ। ତାଙ୍କ ପରିବାର ବର୍ଗକୁ ଏହି କଷ୍ଟ ସମୟରେ ଭଗବାନ ସହାୟକ ହୁଅନ୍ତୁ ବୋଲି ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଟ୍ୱିଟ୍ରେ ଉଲ୍ଲେଖ କରିଛନ୍ତି।
ସେହିପରି ଛାତ୍ରଙ୍କର ସନ୍ଦେହଜନକ ମୃତ୍ୟୁର ନିରପେକ୍ଷ ତଦନ୍ତ ପାଇଁ ଓଡ଼ିଶା ରାଜଭବନ ପକ୍ଷରୁ ଅନୁରୋଧ କରାଯାଇଛି। ଏହି ଘଟଣାର ତଦନ୍ତ କରାଯାଇ ବିହିତ ପଦକ୍ଷେପ ନେବାକୁ ରାଜଭବନ ପକ୍ଷରୁ ଅନୁରୋଧ କରାଯାଇଛି।
ଛାତ୍ରଙ୍କର ସନ୍ଦେହ ଜନକ ମୃତ୍ୟୁକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଘରୋଇ ଇଞ୍ଜିନିୟରିଂର କର୍ତ୍ତୃପକ୍ଷ। କଲଜେ ତରଫରୁ କୁହାଯାଇଛି, ଛାତ୍ର ଜଣଙ୍କ କଲେଜ ଛାତରୁ ପଡ଼ି ଯାଇଥିଲେ। ତାଙ୍କୁ ତୁରନ୍ତ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତୁରନ୍ତ ଘଟଣାସଂପର୍କରେ ପରିବାର ଲୋକ ଓ ପୁଲିସକୁ ଜଣାଇ ଦିଆଯାଇଥିଲା।












Click it and Unblock the Notifications