ଝାରସୁଗୁଡା ଉପନିର୍ବାଚନ ଫଳାଫଳ: ପ୍ରଥମ ରାଉଣ୍ଡରେ ବିଜେଡି ଆଗୁଆ...
ଝାରସୁଗୁଡ଼ା: ଜାରି ରହିଛି ଝାରସୁଗୁଡା ଉପନିର୍ବାଚନର ଭୋଟ୍ ଗଣତି ପ୍ରକ୍ରିୟା । ପ୍ରକାଶ ପାଇଥିବା ପ୍ରଥମ ରାଉଣ୍ଡ ଫଳାଫଳରେ ବିଜେଡ଼ି ପ୍ରାର୍ଥୀ ଦୀପାଳି ଦାସ ଆଗରେ ରହିଛନ୍ତି ।
ପ୍ରଥମ ରାଉଣ୍ଡ ଭୋଟ୍ ଗଣତି ସୁଦ୍ଧା ବିଜେଡିକୁ ୫୯୪୪, ବିଜେପି ୩୨୩୮ ଓ କଂଗ୍ରେସକୁ ୧୨୩ ଭୋଟ୍ ମିଳିଛି । ବିଜେଡ଼ି ପ୍ରାର୍ଥୀ ଦୀପାଳି ଦାସ 2706 ଖଣ୍ଡ ଭୋଟରେ ଆଗୁଆ ରହିଛନ୍ତି ।

ସକାଳ ୮ଟାରୁ ଭୋଟ ଗଣତି ଆରମ୍ଭ ହୋଇଛି । ମୋଟ ୧୪ଟି ଟେବୁଲରେ ୧୮ ରାଉଣ୍ଡ ଗଣତି ହେବ । ଭିଭିପାଟ ଓ ପୋଷ୍ଟାଲ ବାଲେଟ କାଉଣ୍ଟିଂ ପାଇଁ ଅଲଗା ଅଲଗା ଟେବୁଲ କରାଯାଇଛି । ଇଭିଏମ ଗଣନା ଲାଗି ୧୪ଟି କାଉଟିଙ୍ଗ ବ୍ୟବସ୍ଥା ହୋଇଛି । ଗୋଟିଏ କାଉଟିଙ୍ଗ ଟେବୁଲରେ ପୋଷ୍ଟାଲ ବାଲାଟ ଗଣନା ହେବ । ସଂଧ୍ୟା ୪ଟାରୁ ୬ଟା ଭିତରେ ଫଳାଫଳ ଆସିବା ନେଇ କହିଛନ୍ତି ସିଇଓ । ମତ ଗଣନାକୁ ତଦାରଖ କରିବା ଲାଗି ସେଣ୍ଟ୍ରାଲ ଅବଜରଭର ଉପସ୍ଥିତ ରହିଛନ୍ତି ।

ଗଣତି କେନ୍ଦ୍ର ବାହାରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ନିର୍ବାଚନ କମିଶନଙ୍କ ୱେବସାଇଟ ଜରିଆରେ ସାଙ୍ଗେ ସାଙ୍ଗେ ଗଣତିର ଅପଡେଟ୍ ମିଳୁଛି । ରାଜ୍ୟ ନିର୍ବାଚନ ଅଫିସ ସମେତ results.eci.gov.in ୱବସାଇଟରେ ମଧ୍ୟ ଫଳାଫଳ ଉପଲବ୍ଧ ହୋଇଛି ।












Click it and Unblock the Notifications