ଝାରସୁଗୁଡା ଉପନିର୍ବାଚନ: ଆରମ୍ଭ ହେଲା ଭୋଟିଂ ପ୍ରକ୍ରିୟା , ଜାରି ରହିଛି ମତଦାନ

ଝାରସୁଗୁଡା: ଆଜି ଝାରସୁଗୁଡା ଉପନିର୍ବାଚନ ପାଇଁ ଆରମ୍ଭ ହୋଇଛି ଭୋଟିଂ ପ୍ରକ୍ରିୟା । ପ୍ରଥମେ ମକ୍ ପୋଲ୍ ସକାଳ ୫.୩୦ ରେ ଆରମ୍ଭ ହେବା ପରେ ମତଦାନ ପକ୍ରିୟା ସକାଳ ୭.୦୦ଟା ରେ ଆରମ୍ଭ ହୋଇଛି । ଜନସାଧାରଣଙ୍କ ସୂଚନା ପାଇଁ ଦୁଇ ଘଣ୍ଟିଆ ଭୋଟିଂ ପ୍ରତିଶତ ରିପୋର୍ଟ ପ୍ରକାଶ ପାଇବ । ଜାରି ରହିଛି ମତଦାନ ।

ତେବେ ଉପନିର୍ବାଚନ ପାଇଁ ଏଥର ୨୫୩ଟି ବୁଥ କରାଯାଇଛି । ସେଥିମଧ୍ୟରୁ ୨୬ଟି ବୁଥକୁ ପିଙ୍କ୍ ବୁଥ ଏବଂ ୪୦ଟି ମଡେଲ ବୁଥ କରାଯାଇଛି । ଝାରସୁଗୁଡା ଉପନିର୍ବାଚନରେ ପ୍ରଥମ କରି ସବୁ ବୁଥରେ ୱେବକାଷ୍ଟିଂ କରାଯାଉଛି । ଜିଲ୍ଲାପାଳ ଏବଂ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସିଧାସଳଖ ମତଦାନ କେନ୍ଦ୍ର ଦେଖି ପାରିବେ । ଭୋଟ୍ ଦେଲେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ । ଭାଇ ବିଶାଳ ଦାସ ଓ ମା ମୀନତି ଦାସଙ୍କ ସହ ଆସି ଭୋଟ ଦେଇଛନ୍ତି ଦୀପାଳି ।

Jharsuguda Bypoll

ଏହି ଉପନିର୍ବାଚନରେ ଭୋଟ ଦେବା ପାଇଁ ୨,୨୧,୭୧୯ ଭୋଟର ଅଛନ୍ତି । ଯେଉଁଥିରେ ୧,୧୦,୬୧୯ ଜଣ ପୁରୁଷ ଏବଂ ୧,୧୧,୦୩୭ ଜଣ ମହିଳା ଏବଂ ୬୩ ଜଣ ତୃତୀୟ ଲିଙ୍ଗ ଏବଂ ୨୪୯ ଚାକିରୀଆ ଭୋଟର ଅଛନ୍ତି। ସେହିପରି ୨୫୩୪ ଭିନ୍ନକ୍ଷମ ଭୋଟର ଅଛନ୍ତି । ଏମାନେ ଯେପରି ସୁରକ୍ଷିତ ଭାବେ ଭୋଟ ଦେଇପାରିବେ ସେ ନେଇ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି ।

ସେହିଭଳି ମଡେଲ ବୁଥରେ ବୟସ୍କ, ଭିନ୍ନକ୍ଷମଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ପ୍ରତିକ୍ଷାଳୟ, ଥଣ୍ଡା ପାନୀୟ ବ୍ୟବସ୍ଥା, ଦହି, ଲସି ଏବଂ ଲେମ୍ବୁପାଣିର ବ୍ୟବସ୍ଥା ମଧ୍ୟ କରାଯାଇଛି । ସେପଟେ ଉପନିର୍ବାଚନ ପାଇଁ ଝାରସୁଗୁଡା ପୋଲିସ ପକ୍ଷରୁ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଏଥିସହିତ ୧୧୮ଟି ଅଟୋ ଏବଂ ୨୫୩ଟି ହୁଇଲ ଚ୍ୟାୟାର ଏବଂ ସ୍ବେଚ୍ଛାସେବୀଙ୍କୁ ମୁତୟନ କରାଯାଇଛି।

ସୂଚନାଯୋଗ୍ୟ, ଝାରସୁଗୁଡ଼ା ଉପନିର୍ବାଚନରେ ମୋଟ ୯ ଜଣ ପ୍ରାର୍ଥୀ ପ୍ରତିଦ୍ବନ୍ଦିତା କରୁଛନ୍ତି । ଝାରସୁଗୁଡା ଉପ ନିର୍ବାଚନ ପାଇଁ ବିଜେଡିରୁ ଦୀପାଳି ଦାସ, କଂଗ୍ରେସରୁ ତରୁଣ ପାଣ୍ଡେ ଓ ବିଜେପିରୁ ଟଙ୍କଧର ତ୍ରିପାଠୀ ପ୍ରାର୍ଥୀ ହୋଇଛନ୍ତି । ରାଜ୍ୟର ତିନି ପ୍ରମୁଖ ରାଜନୈତିକ ଦଳର ୩ ନୂଆ ଚେହେରା ଉପ-ନିର୍ବାଚନ ମୈଦାନକୁ ଓହ୍ଲାଇଛନ୍ତି ।

ଉଲ୍ଲେଖଯୋଗ୍ୟ, ଗତ ଜାନୁଆରୀ ୨୯ ତାରିଖରେ ବ୍ରଜରାଜନଗରରେ ତତକାଳୀନ ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ପରେ ଝାରସୁଗୁଡ଼ା ଆସନ ଖାଲି ପଡିଛି । ନବ ଦାସଙ୍କ ଗୁଳି କରି ହତ୍ୟା କରାଯାଇଥିଲା। ଏହି ଘଟଣାରେ ପୋଲିସ ଏଏସଆଇ ଗୋପାଳ ଦାସଙ୍କୁ ଗିରଫ କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+