କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ପତ୍ନୀ ଝିଙ୍ଗିଆ ଓରାମ୍‌ଙ୍କ ଦେହାନ୍ତ; ୫୮ ବର୍ଷ ବୟସରେ ଗଲା ଜୀବନ

କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ପତ୍ନୀଙ୍କ ଦେହାନ୍ତ । ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ପରଲୋକ । ଡେଙ୍ଗୁରେ ଚିକିତ୍ସିତ ହେଉଥିଲେ ଝିଙ୍ଗିଆ ଓରାମ୍‌ । ୫୮ ବର୍ଷ ବୟସରେ ଝିଙ୍ଗିଆ ଓରାମ୍‌ଙ୍କ ପରଲୋକ ।

Jingia Oram

ଭୁବନେଶ୍ବର ଲୁମ୍ବିନୀବିହାର ବାସଭବନରେ ଶେଷ ଦର୍ଶନ । ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମନ୍ତ୍ରିମଣ୍ଡଳ ସଦସ୍ୟ ଓ ଅନ୍ୟ ବ୍ୟକ୍ତି ବିଶେଷ ଶେଷ ଦର୍ଶନ କଲେ । ସୁନ୍ଦରଗଡ଼ ଅଭିମୁଖେ ନିଆଗଲା ପାର୍ଥିବ ଶରୀର ।

ଝିଙ୍ଗିଆ ଓରାମଙ୍କ ମୃତଦେହକୁ ଗତକାଲି ରାତିରେ ଭୁବନେଶ୍ୱରର ଲୁମ୍ବିନୀବିହାର ସ୍ଥିତ ବାସଭବନକୁ ଅଣାଯାଇଥିଲେ। ସେଠାରେ ତାଙ୍କୁ ଶେଷ ଦର୍ଶନ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ ତାଙ୍କ ମନ୍ତ୍ରିମଣ୍ଡଳରର ସଦସ୍ୟମାନେ। ଏହା ସହିତ ଆହୁରି ଅନେକ ବ୍ୟକ୍ତିବିଶେଷ ସେଠାରେ ପହଞ୍ଚି ଝିଙ୍ଗିଆ ଓରାମଙ୍କର ଶେଷ ଦର୍ଶନ କରିବା ସହିତ ଜୁଏଲ ଓରାମଙ୍କୁ ସାନ୍ତ୍ୱନା ଦେଇଥିଲେ। ଝିଙ୍ଗିଆ ଓରାମଙ୍କ ପାର୍ଥିବ ଶରୀରକୁ ଆଜି ସୁନ୍ଦରଗଡ଼ ନିଆଯାଉଛି। ସେଠାରେ ତାଙ୍କର ଶେଷକୃତ୍ୟ ସଂପନ୍ନ କରାଯିବ।

୯ ଦିନ ଧରି ଡେଙ୍ଗୁରେ ଆକ୍ରାନ୍ତ ଥିବା ଝିଙ୍ଗିଆ ଓରାମ ଭୁବନେଶ୍ୱରର ଏକ ଘରୋଇ ହସ୍‌ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ। ତାଙ୍କ ବିୟୋଗରେ ଭାଙ୍ଗି ପଡ଼ିଛନ୍ତି କେନ୍ଦ୍ର ମନ୍ତ୍ରୀ ଜୁଏଲ ଓରାମ। ତାଙ୍କ ରାଜନୀତିକ ଓ ବ୍ୟକ୍ତିଗତ କାର୍ଯ୍ୟରେ ପତ୍ନୀ ଝିଙ୍ଗିଆ ଓରାମଙ୍କର ଥିଲା ବେଶ୍ ଗୁରୁତ୍ୱପୂର୍ଣ୍ଣ ଭୂମିକା।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+