Job in Odisha: ୧୦୪୦ ପଦବୀରେ ଚାକିରି ସୁଯୋଗ, ଆଉ ଏକ OISF ବାଟାଲିଅନ ଗଠନକୁ ମଞ୍ଜୁରୀ
ରାଜ୍ୟରେ 'ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ'ର ଆଉ ଏକ ବାଟାଲିଅନ ଗଠନ କରାଯିବ । ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଞ୍ଜୁର କରିଛନ୍ତି । ଏହି ନୂତନ ବାଟାଲିଅନ ପାଇଁ ସମୁଦାୟ ୧୦୪୦ ଟି ପଦବୀ ମଧ୍ୟ ସୃଷ୍ଟି କରାଯାଇଛି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ OISF ରେ ଗୋଟିଏ ବାଟାଲିଅନ କାର୍ଯ୍ୟରତ ଅଛି । ଏହାର ସମୁଦାୟ ପଦବୀ ସଂଖ୍ୟା ୧୮୦୭ । ନୂଆ ବାଟାଲିଅନ ସୃଷ୍ଟି ହେବା ପରେ ଏଥିରେ ସମୁଦାୟ ୨ଟି ବାଟାଲିଅନ କାର୍ଯ୍ୟ କରିବ । ୨ଟି ବାଟାଲିଅନର ପଦବୀ ସଂଖ୍ୟା ୨୮୪୭ ହେବ।

ରାଜ୍ୟରେ ଶିଳ୍ପ ଅଭିବୃଦ୍ଧି ଉପରେ ରାଜ୍ୟ ସରକାର ଗୁରୁତ୍ୱାରୋପ କରି ପଦକ୍ଷେପ ନେଉଛନ୍ତି। ନୂଆ ନୂଆ ଶିଳ୍ପ ପ୍ରତିଷ୍ଠା ହେବା ସହିତ ଆଗାମୀ ଦିନରେ ଏହି କ୍ଷେତ୍ରରେ ବ୍ୟାପକ ସମ୍ଭାବନା ସୃଷ୍ଟି ହୋଇଛି। ତେଣୁ ଶିଳ୍ପ ପ୍ରତିଷ୍ଠାନ ଓ ବାଣିଜ୍ୟିକ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଗୁଡ଼ିକର ସୁରକ୍ଷା ଜରୁରୀ ହୋଇପଡ଼ିଛି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ନୂଆ ବାଟାଲିଅନ ଗଠନକୁ ମଞ୍ଜୁରୀ ଦେଇଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ଜାରି କରି ସୂଚନା ଦିଆଯାଇଛି ।












Click it and Unblock the Notifications