ରାଜା ଚକ୍ରଙ୍କ ୧୦ଟି ସ୍ଥାନରେ EOW ଓ STFର ମିଳିତ ଚଢ଼ାଉ

ଓଡ଼ିଶା ଖଣି ନିଗମ ସହ ସହବନ୍ଧିତ ଥିବା କେନ୍ଦୁଝର ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସିରେ ପ୍ରାୟ ୫୦କୋଟି ଟଙ୍କା ହେର୍‌ଫେର୍‌ ହୋଇଛି। ଏହି ମାମଲାରେ କ୍ରାଇମ୍‌ବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା(ଇଓଡବ୍ଲ୍ୟୁ) ଏବଂ ଏସ୍‌ଟିଏଫ୍‌ ମଙ୍ଗଳବାର ମିଳିତ ଭାବେ କେନ୍ଦୁଝରର ବିଜେଡି ନେତା ସୌମ୍ୟ ଓରଫ ରାଜା ଚକ୍ରଙ୍କ ୧୦ଟି ସ୍ଥାନରେ ମିଳିତ ଭାବେ ଚଢ଼ାଉ କରିଛି। ଏପରିକି ରାଜ୍ୟର ସମସ୍ତ ମାଇନ୍ସ କରିଡର ଚେକ୍‌ ପଏଣ୍ଟରେ ରେଟ୍‌ କରାଯାଇଥିବା ସୂଚନା ମିଳିଛି।

Raja Chakra

ମିଳିଥିବା ସୂଚନା ମୁତାବକ, ଟଙ୍କା ହେର୍‌ଫେର୍‌ ମାମଲାରେ ଗତ ଫେବୃଆରୀ ୮ରେ ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ଆଣ୍ଡ ଟ୍ରାନ୍ସପୋର୍ଟିଂ କୋ ଅପରେଟିଭ ଲିମିଟେଡର ପୂର୍ବତନ ସଭାପତି ମାନସ ରଞ୍ଜନ ବାରିକ ଓ ସମ୍ପାଦକ ଉତ୍କଳ ଦାଶଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ତଦନ୍ତ ସମୟରେ ଏହି ଠକେଇ ର଼୍ୟାକେଟରେ ଅନେକ ପ୍ରଭାବଶାଳୀ ଲୋକଙ୍କ ସମ୍ପୃକ୍ତି ଥିବା ଇଓଡବ୍ଲ୍ୟୁ ଜାଣିବାକୁ ପାଇଛି।

ଏହି ଲିଙ୍କ୍‌ରେ ସୋମବାର କେନ୍ଦୁଝରର ବିଜେଡି ନେତା ସୌମ୍ୟ ଓରଫ ରାଜା ଚକ୍ରଙ୍କୁ ଭୁବନେଶ୍ୱରସ୍ଥିତ କାର୍ଯ୍ୟାଳୟକୁ ଡାକି ଇଓଡବ୍ଲ୍ୟୁ ୧୨ ଘଣ୍ଟାର ମାରାଥନ ଜେରା କରିଥିଲା। ରାଜାଙ୍କୁ ଜେରା ପରେ ଇଓଡବ୍ଲ୍ୟୁ ବହୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ପାଇବା ପରେ ୧୦ଟି ଟିମ୍‌ ଗଠନ କରାଯାଇଥିବା ସୂଚନା ମିଳିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+