ଭିଜିଲାନ୍ସ ଜାଲରେ ମୃତ୍ତିକା ସଂରକ୍ଷଣ ଯୁଗ୍ମ ନିର୍ଦ୍ଦେଶକ, ଏକକାଳୀନ ୮ଟି ସ୍ଥାନରେ ରେଡ୍
ଭିଜିଲାନ୍ସ ଜାଲରେ ପୁଣି ଜଣେ ସରକାରୀ ବାବୁ। ମୃତ୍ତିକା ସଂରକ୍ଷଣ ଯୁଗ୍ମ ନିର୍ଦ୍ଦେଶକ ଦୟାନିଧି ବାଗଙ୍କ ଘରେ ଭିଜିଲାନ୍ସ ରେଡ୍ ହୋଇଛି। ଏକକାଳୀନ ୮ଟି ସ୍ଥାନରେ ଛାନ୍ଭିନ୍ କରୁଛି ଭିଜିଲାନ୍ସ ଟିମ୍। ଭୁବନେଶ୍ବର,କଳାହାଣ୍ଡି ଓ ନବରଙ୍ଗପୁରର ବିଭିନ୍ନ ସ୍ଥାନରେ ରେଡ ଚାଲିଛି। ସଂରକ୍ଷଣ ଏବଂ ଜଳଛାୟା ବିକାଶର ଯୁଗ୍ମ ନିର୍ଦ୍ଦେଶକ ଥିବା ଦୟାନିଧିଙ୍କ ବିରୋଧରେ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗ ହୋଇଛି।

ଚଢାଉ ଚାଲିଥିବା ସ୍ଥାନଗୁଡିକ ମଧ୍ୟରେ ରହିଛି କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅଧୀନ କୁପାଗାଁ ଗ୍ରାମରେ ଶ୍ରୀ ବାଗଙ୍କ ବାସଭବନ, ଧର୍ମଗଡ଼ ଥାନା ଅଧୀନ ବିକ୍ରମଗୁଡ଼ାରେ ତାଙ୍କ ଶ୍ୱଶୁର ଘର, ଭୁବନେଶ୍ୱର ଗୋଠପାଟଣାସ୍ଥିତ ମହାନଦୀ ଆପାର୍ଟମେଣ୍ଟରେ ବାଗଙ୍କ ଫ୍ଲାଟ (ଫ୍ଲାଟ ନଂ. ୧-ଡି)। ଭୁବନେଶ୍ୱର ଚନ୍ଦ୍ରଶେଖରପୁରସ୍ଥିତ ତାଙ୍କ ଏଲଆଇଜି ଘର (ନଂ. ଏଲଆଇଜି ୧୦/୬), ଭୁବନେଶ୍ୱରସ୍ଥିତ ମୃତ୍ତିକା ସଂରକ୍ଷଣ ଓ ଜଳସମ୍ପଦ ବିକାଶ ନିର୍ଦ୍ଦେଶାଳୟରେ ବାଗଙ୍କ ଅଫିସ ଚାମ୍ବର। ନବରଙ୍ଗପୁର ଜିଲା, ମାଝିଗୁଡ଼ା ଛକ ନିକଟ ପଡ଼ାଲଗୁଡ଼ାସ୍ଥିତ ଏକ ନିର୍ମାଣାଧୀନ ବିଲଡିଂ। ନବରଙ୍ଗପୁର ଜିଲା, ଚୁଟିଆଗୁଡ଼ା ମୌଜା ନିକଟ ଚୁଟିଆଗୁଡ଼ା ଛକରେ ଶ୍ରୀ ବାଗଙ୍କ ପତ୍ନୀଙ୍କ ନାମରେ ଥିବା ଏକ ବିଲଡିଂ। ନବରଙ୍ଗପୁର ଜିଲା ଚୁଟିଆଗୁଡ଼ା ମୌଜା ନିକଟ ଚୁଟିଆଗୁଡ଼ା ଛକରେ ବାଗଙ୍କ ପତ୍ନୀଙ୍କ ନାମରେ ଥିବା ଅନ୍ୟ ଏକ ବିଲଡିଂ।












Click it and Unblock the Notifications