ଆଜିଠୁ ବିଶ୍ୱ ପ୍ରସିଦ୍ଧ ଯୋରନ୍ଦା ମେଳା; ୨୨ରୁ ୨୪ ପର୍ଯ୍ୟନ୍ତ ୩ ଦିନ ବ୍ୟାପୀ ପାଳିତ ହେବ ଏହି ମେଳା
ଆଜିଠୁ ବିଶ୍ୱ ପ୍ରସିଦ୍ଧ ଯୋରନ୍ଦା ମେଳା । ଏଥିପାଇଁ ସଜେଇ ହୋଇଛି ଢେଙ୍କାନାଳ ଜିଲ୍ଲାର ପ୍ରସିଦ୍ଧ ଯୋରନ୍ଦା ମହିମାଗାଦି ପୀଠ । ଯୋରନ୍ଦା ମହିମାଗାଦି ପୀଠକୁ ରାଜ୍ୟ ତଥା ରାଜ୍ୟ ବାହାରୁ ଲକ୍ଷାଧିକ ମହିମା ଭକ୍ତ ଓ ସାଧୁସନ୍ଥଙ୍କର ଆଗମନ ଆରମ୍ଭ ହେଲାଣି । ଆଉ ଖୁବ୍ ସୁନ୍ଦର ଦେଖା ଯାଉଛି ଯୋରନ୍ଦା ପୀଠ । ମାଘ ମେଳା ଏଠାରେ ଅନନ୍ୟ ।
୨୨ରୁ ୨୪ ପର୍ଯ୍ୟନ୍ତ ୩ ଦିନ ବ୍ୟାପୀ ପାଳିତ ହେବ ଏହି ମେଳା । ଏନେଇ ବାହାରୁ ସାଧୁସନ୍ଥଙ୍କ ସମାଗମ ହେବ । ଏଥିପାଇଁ ସମସ୍ତ ପ୍ରକାରର ବ୍ୟବସ୍ଥାମାନ ମଧ୍ୟ କରାଯାଇଛି ।
ମାଘମାସରେ ମହିମା ସାଧୁଙ୍କ ମନ୍ତ୍ରରେ ପ୍ରକମ୍ପିତ ହେବ ମହିମା ପୀଠ । ସେଥିପାଇଁ ସଜେଇ ହେଲାଣି ଢେଙ୍କାନାଳ ଜିଲ୍ଲା ଯୋରନ୍ଦା ମହିମା ଗାଦୀ ପୀଠ । ଯୋରନ୍ଦା ମହିମାଗାଦୀ ପୀଠକୁ ରାଜ୍ୟ ତଥା ରାଜ୍ୟ ବାହାରୁ ଲକ୍ଷାଧିକ ମହିମା ଭକ୍ତ ଓ ସାଧୁସନ୍ଥଙ୍କର ଆଗମନ ଆରମ୍ଭ ହେଲାଣି ।

ବିଶ୍ୱର ମଙ୍ଗଳ କାମନା ଉଦ୍ଦେଶ୍ୟରେ ୨ ଦିନ ଧରି ଜଳିବ ଝାଡଦୀପ। ସୂର୍ଯ୍ୟଙ୍କୁ ପୂଜାରୁ ନେଇ ସମସ୍ତ ନୀତି ପାଳିବେ ମହିମାଧର୍ମୀ ମାନେ । ଏହି ଅବସରରେ ମୁଖ୍ୟ ଆକର୍ଷଣ ପାଲଟିବ ଝାଡଦୀପ । ମହଣ ମହଣ ଘିଅରେ ଆହୂତି ଦିଆଯିବ । ଚଳିତ ବର୍ଷ ୪ଲକ୍ଷ ଭକ୍ତ ସମାଗମ ହେବାକୁ ଥିବାବେଳେ ସୁରକ୍ଷା ପ୍ରତି ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି ।
ଏନେଇ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ସରିବା ସହିତ ଟ୍ରାଫିକ୍ ନିୟନ୍ତ୍ରଣ, ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାରିକେଡ ବ୍ୟବସ୍ଥା କରାଯାଇଛି। ଏବଂ ପରିସ୍ଥିତି ନିୟନ୍ତ୍ରଣ ପାଇଁ ବ୍ୟାପକ ପୁଲିସ ଫୋର୍ସ ମୁତୟନ କରାଯାଇଥିବା ନେଇ ଢେଙ୍କାନାଳ ଜିଲ୍ଲାପାଳ ମନୋରଞ୍ଜନ ମଲ୍ଲିକ କହିଛନ୍ତି ।
ଜିଲ୍ଳାପାଳ ଆହୁରି କହିଛନ୍ତି, ବିଶ୍ୱ ପ୍ରସିଦ୍ଧ ଯୋରନ୍ଦା ମେଳା ପାଇଁ ସବୁ ପ୍ରକାର ପ୍ରସ୍ତୁତି ଶେଷ ହୋଇଛି । ମେଳାଟି ବିଗତ ଦିନ ଅପେକ୍ଷା ଆହୁରି ଭଲରେ ହୋଇପାରିବ ସେ ନେଇ ଚେଷ୍ଟା କରାଯାଇଛି ।
-
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି, ବଢିଲା ଏଲପିଜି ସିଲିଣ୍ଡର ବୁକିଂର ସମୟ












Click it and Unblock the Notifications