କଟକ ଟାଙ୍ଗୀରେ ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ସାମିଲ ହେଲେ ମହାରାଷ୍ଟ୍ରର ସାମ୍ବାଦିକ ପ୍ରତିନିଧି

କେନ୍ଦ୍ର ସରକାରଙ୍କ ପ୍ରମୁଖ ଜନକଲ୍ୟାଣକାରୀ ଯୋଜନାର ଶତପ୍ରତିଶତ ପ୍ରସାର ଉଦ୍ଦେଶ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ଜାରି ରହିଛି । ଏହି କ୍ରମରେ ଆଜି କଟକ ଜିଲ୍ଲାର ଟାଙ୍ଗି ଠାରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ଆୟୋଜିତ ହୋଇଯାଇଛି । ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି) ପକ୍ଷରୁ ଆୟୋଜିତ ଏକ ଅଭିନବ ପ୍ରୟାସ ସ୍ୱରୂପ ମହାରାଷ୍ଟ୍ରର ବରିଷ୍ଠ ସାମ୍ବାଦିକମାନଙ୍କର ଏକ ୭ ଜଣିଆ ପ୍ରତିନିଧି ଦଳ ଆଜି ଟାଙ୍ଗୀ ଠାରେ ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ସାମିଲ ହୋଇଥିଲେ। ସେମାନେ କେନ୍ଦ୍ରୀୟ ଯୋଜନାର ସୁଫଳ ସମ୍ପର୍କରେ ହିତାଧିକାରୀଙ୍କ ସହ ମତ ବିନିମୟ କରିଥିଲେ ।

ଏହାବ୍ୟତୀତ ମହାରାଷ୍ଟ୍ରର ସାମ୍ବାଦିକ ପ୍ରତିନିଧି ଦଳ ଆଜି ଐତିହାସିକ କଟକ ସହରର ବିଭିନ୍ନ ପ୍ରସିଦ୍ଧ ସ୍ଥାନ ବୁଲି ଦେଖିଛନ୍ତି । ସାମ୍ବାଦିକମାନେ ହାଇକୋର୍ଟ ନିକଟରେ ପ୍ରତିଷ୍ଠା ହୋଇଥିବା ଅଭିନବ ନ୍ୟାୟ ସଂଗ୍ରହାଳୟ ବୁଲି ଦେଖିଛନ୍ତି । ଓଡ଼ିଶା ଉଚ୍ଚ ନ୍ୟାୟାଳୟଙ୍କ ଏଭଳି ଅଭିନବ ପରିକଳ୍ପନାକୁ ଦେଖି ମହାରାଷ୍ଟ୍ର ସାମ୍ବାଦିକମାନେ ପ୍ରଭାବିତ ହୋଇଥିଲେ। ବିଶେଷ କରି ସର୍ବୋଚ୍ଚ ନ୍ୟାୟାଳୟ ମଧ୍ୟ ଏଭଳି ଏକ ସଂଗ୍ରହାଳୟ ସ୍ଥାପନ ପାଇଁ ନିଷ୍ପତ୍ତି ନେଇଥିବା ସେମାନଙ୍କୁ ସୂଚନା ଦିଆଯାଇଥିଲା।

କଟକ ମୁଣ୍ଡୁଳି ସ୍ଥିତ ଜାତୀୟ ବିପର୍ଯ୍ୟୟ ପ୍ରଶମନ ବାହିନୀ (ଏନଡିଆରଏଫ) କ୍ୟାମ୍ପସ୍‌ ଠାରେ ସାମ୍ବାଦିକଙ୍କ ପାଇଁ ବିଶେଷ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଏଥିରେ ସାମ୍ବାଦିକମାନେ ଏନଡିଆରଏଫର କାର୍ଯ୍ୟଧାରା ସମ୍ପର୍କରେ ଅବଗତ ହୋଇଥିଲେ ।

ସାମ୍ବାଦିକଙ୍କ ଦଳ କଟକ ବିଦ୍ୟାଧରପୁର ଠାରେ ଥିବା ଜାତୀୟ ଧାନ ଗବେଷଣା ଅନୁଷ୍ଠାନ ପରିଦର୍ଶନ କରିଥିଲେ । ଅନୁଷ୍ଠାନର ନିର୍ଦ୍ଦେଶକ ଡ଼ଃ ଅମରେଶ କୁମାର ନାୟକ, ଅନୁଷ୍ଠାନର ଲକ୍ଷ୍ୟ, ସଫଳତା, କାର୍ଯ୍ୟକଳାପ ଏବଂ ଆକାଂକ୍ଷା ବିଷୟରେ ସୂଚନା ପ୍ରଦାନ କରିଥିଲେ। ସେ କହିଥିଲେ, ଅନୁଷ୍ଠାନ ସବୁଜ ବିପ୍ଳବରେ ଏକ ମହତ୍ୱପୂର୍ଣ୍ଣ ଅବଦାନ ଦେଇଥିଲା ଏବଂ ଭାରତକୁ ଖାଦ୍ୟ ଶସ୍ୟର ଆତ୍ମନିର୍ଭରଶୀଳ କରିବାରେ ସାହାଯ୍ୟ କରିଥିଲା । ଖାଦ୍ୟ ନିରାପତ୍ତା ସୁନିଶ୍ଚିତ କରିବାର ବ୍ୟାପକ ଲକ୍ଷ୍ୟ ସହିତ ଜଳବାୟୁ ସହନଶୀଳ କିସମର ଫସଲ ବିକଶିତ କରାଯାଉଛି ବୋଲି ସେ କହିଥିଲେ। ସାମ୍ବାଦିକମାନେ ଅନୁଷ୍ଠାନର ସମସ୍ତ ବିଭାଗର ମୁଖ୍ୟ ଏବଂ ବୈଜ୍ଞାନିକମାନଙ୍କ ସହିତ ମତବିନିମୟ କରିଥିଲେ, ସେମାନେ ଅନୁଷ୍ଠାନର ଗୁରୁତ୍ୱପୂର୍ଣ୍ଣ ପ୍ରୟୋଗଶାଳା, ସୁବିଧା ଏବଂ ଉତ୍ପାଦନ ୟୁନିଟ୍ ପରିଦର୍ଶନ କରିଥିଲେ । ସୂଚନାଯୋଗ୍ୟ ଯେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନା, କାର୍ଯ୍ୟକ୍ରମ ଏବଂ ଅନୁଷ୍ଠାନର ବିଷୟରେ ବିଭିନ୍ନ ରାଜ୍ୟର ଗଣମାଧ୍ୟମକୁ ଅବଗତ କରାଇବା ଉଦ୍ଦେଶ୍ୟରେ ସାମ୍ବାଦିକଙ୍କ ପାଇଁ ଏଭଳି ମତବିନିମୟ ଓ ଯାତ୍ରା କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+