ମିଳିଲା ଅନୁମତି, ୪ବର୍ଷ ପରେ ଲୋକସେବା ଭବନକୁ ପ୍ରବେଶ କରିଲେ ସାମ୍ବାଦିକ

ଭୁବନେଶ୍ୱର: ଲୋକସଭା ଭବନକୁ ପ୍ରବେଶ ପାଇଁ ସାମ୍ବାଦିକମାନଙ୍କୁ ମିଳିଲା ଅନୁମତି । ଦୀର୍ଘ ୪ ବର୍ଷ ପରେ ଲୋକସେବା ଭବନକୁ ପ୍ରବେଶ ପାଇଁ ମିଳିଲା ଅନୁମତି । ୨୦୨୦ ମାର୍ଚ୍ଚ ମାସ ଠାରୁ ଲୋକସେବା ଭବନକୁ ପ୍ରବେଶ ଉପରେ କଟକଣା ଲାଗିଥିଲା । ଆଜି ଅପରାହ୍ନରେ ଜନତା ମଇଦାନରେ ରାଜ୍ୟର ପ୍ରଥମ ବିଜେପି ସରକାର ଶପଥ ନେବା ପରେ ନବନିଯୁକ୍ତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜେ ସାମ୍ବାଦିକମାନଙ୍କୁ ଭେଟିବେ ବୋଲି ଇଚ୍ଛାବ୍ୟକ୍ତ କରିବା ପରେ ପ୍ରଶାସନିକସ୍ତରରେ ତତ୍ପରତା ପ୍ରକାଶ ପାଇଥିଲା ।

ଆଉ ସାମ୍ବାଦିକମାନେ ନିଜର ସଂସ୍ଥା ପକ୍ଷରୁ ମିଳିଥିବା ପରିଚୟ ପତ୍ର ଦେଖାଇ ସଚିବାଳୟକୁ ପ୍ରବେଶ କରିବାର ସୁଯୋଗ ପାଇଥିଲେ । ଯାହାକୁ ନେଇ ସାମ୍ବାଦିକମାନଙ୍କ ମଧ୍ୟରେ ଉତ୍ସାହ ଓ ଖୁସି ଦେଖିବାକୁ ମିଳିଛି । ସୂଚନା ଅନୁସାରେ ଆଜି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ମୋହନ ମାଝୀ । ରାଜ୍ୟପାଳ ରଘୁବର ଦାସ ତାଙ୍କୁ ଶପଥ ପାଠ କରାଇଛନ୍ତି ।

Odisha Secretariat

ମୋହନ ମାଝୀଙ୍କ ସହ ଉପମୁଖ୍ୟମନ୍ତ୍ରୀ ଭାବେ କେଭି ସିଂହଦେଓ ଓ ପ୍ରଭାତୀ ପରିଡ଼ା ମଧ୍ୟ ଶପଥ ନେଇଛନ୍ତି । ସେହିପରି ୧୩ ଜଣ ମନ୍ତ୍ରୀ ମଧ୍ୟ ଆଜି ଶପଥ ନେଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହ ମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀଙ୍କ ଉପସ୍ଥିତରେ ଶପଥ ନେଲେ ମୋହନ ମାଝୀ । ସେହିପରି ଏହି ଭବ୍ୟ ଶପଥ ଗ୍ରହଣ ସମାରୋହରେ ଯୋଗୀ ଆଦିତ୍ୟନାଥଙ୍କ ସହ ପ୍ରାୟ ୯ ରାଜ୍ୟର ମୁଖ୍ୟମନ୍ତ୍ରୀ ଉପସ୍ଥିତ ଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+