ମହୁମାଛି ଆକ୍ରମଣରେ କନିଷ୍ଠ ଯନ୍ତ୍ରୀଙ୍କ ମୃତ୍ୟୁ
ମହୁମାଛି ଆକ୍ରମଣରେ ଆଜି ଜଣେ କନିଷ୍ଠ ଯନ୍ତ୍ରୀଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ବିଶ୍ୱନାଥ ମୁର୍ମୁ। ସେ ମୟୂରଭଞ୍ଜ ଜିଲ୍ଲା ତିରିଂ ବ୍ଲକ୍ ଗ୍ରାମ୍ୟ ଉନ୍ନୟନ ବିଭାଗରେ କାର୍ଯ୍ୟ କରୁଥିଲେ।

ସ୍ଥାନୀୟ ଲୋକେ ବିଶ୍ୱନାଥଙ୍କୁ ଉଦ୍ଧାର କରି ତୁରନ୍ତ ରାଇରଙ୍ଗପୁର ମେଡିକାଲରେ ଭର୍ତ୍ତି କରିଥିଲେ। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
ସେହିପରି ରାସ୍ତାରେ ଯାଉଥିବା ଅନ୍ୟ ଜଣେ ଯୁବକଙ୍କୁ ମଧ୍ୟ ମହୁମାଛି ଆକ୍ରମଣ କରିଛି। ତାଙ୍କୁ ରାଇରଙ୍ଗପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।












Click it and Unblock the Notifications