ରତ୍ନ ଭଣ୍ଡାର ଖୋଲିବାକୁ ନେଇ ବଡ କଥା କହିଲେ ଜଷ୍ଟିସ୍ ଅରିଜିତ ପଶାୟତ
କେବେ ଖୋଲିବ ରତ୍ନ ଭଣ୍ଡାର? ସମସ୍ତଙ୍କ ମନରେ ଏହି ଗୋଟାଏ ପ୍ରଶ୍ନ । ଏହାରି ଭିତରେ ରତ୍ନ ଭଣ୍ଡାରକୁ ନେବ ବଡ କଥା କହିଲେ ଜଷ୍ଟିସ୍ ଅରିଜିତ ପଶାୟତ । ଆସନ୍ତା ୮ ତାରିଖରେ ମହାପ୍ରଭୁଙ୍କ ରତ୍ନଭଣ୍ଡାର ଖୋଲିବାକୁ କୁହାଯାଇଥିବା ବେଳେ ଏବେ ରତ୍ନଭଣ୍ଡାର ତଦାରଖ ଜଷ୍ଟିସ୍ ଅରିଜିତ ପଶାୟତ ଏନେଇ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ୮ ତାରିଖରେ ରତ୍ନଭଣ୍ଡାର ଖୋଲାଯିବା ସମ୍ଭାବନା କମ୍ ରହିଛି। ଯେବେ ସରକାର ନିଷ୍ପତ୍ତି ନେବେ, ସେବେ ଖୋଲାଯିବ।

ସୂଚନାଯୋଗ୍ୟ, ୨୦୧୮ ମାର୍ଚ୍ଚ ୨୨ରେ ହାଇକୋର୍ଟଙ୍କ ନିର୍ଦ୍ଦେଶ ମୁତାବକ ପ୍ରଥମେ ମାର୍ଚ୍ଚ ୨୬ରେ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା (ଏଏସ୍ଆଇ) ଟିମ୍ ରତ୍ନଭଣ୍ଡାର ଯାଞ୍ଚ କରିଥିଲେ। ପରେ ଏପ୍ରିଲ ୪ରେ ଭିତର ରତ୍ନଭଣ୍ଡାର ଖୋଲିବାକୁ ୧୭ ଜଣିଆ ପ୍ରାଧିକୃତ ଟିମ ଯାଇଥିଲା।
ତେବେ ଚାବି ହଜିଥିବାରୁ ଭିତର ରତ୍ନଭଣ୍ଡାର ଖୋଲାଯାଇପାରି ନ ଥିଲା। ପରେ ଚାବି ହଜିବା ସମ୍ପର୍କରେ ସରକାରଙ୍କ ପକ୍ଷରୁ ଜଷ୍ଟିସ ରଘୁବୀର ଦାସ କମିଶନ ତଦନ୍ତ କରିଥିଲା। ମାତ୍ର ତଦନ୍ତ ରିପୋର୍ଟ ସାର୍ବଜନୀନ କରାଗଲା ନାହିଁ। ଶ୍ରୀମନ୍ଦିର ରେକର୍ଡ ଅଫ୍ ରାଇଟସ୍ ମୁତାବକ ପ୍ରତି ତିନିବର୍ଷରେ ରତ୍ନଭଣ୍ଡାର ଖୋଲାହେବା ନିୟମ ରହିଥିବାବେଳେ ଆଜିକୁ ପ୍ରାୟ ୪୫ ବର୍ଷ ହେବ ଏହା ଖୋଲାଯାଇନାହିଁ।












Click it and Unblock the Notifications