ଖୋଲିବ ରତ୍ନ ଭଣ୍ଡାର ବୈଠକ ପରେ ବଡ ବୟାନ ଦେଲେ ରତ୍ନ ଭଣ୍ଡାର କମିଟିର ଅଧ୍ୟକ୍ଷ ଜଷ୍ଟିସ୍ ବିଶ୍ୱନାଥ ରଥ

ରତ୍ନଭଣ୍ଡାର ଖୋଲିବା ନେଇ ଆଜି ବୈଠକ ହେବା ପରେ ବଡ ବୟାନ ରଖିଛନ୍ତି ରତ୍ନଭଣ୍ଡାର କମିଟି ଅଧ୍ୟକ୍ଷ ଜଷ୍ଟିସ୍ ବିଶ୍ୱନାଥ ରଥ । କହିଛନ୍ତି, 'ଶ୍ରୀଜଗନ୍ନାଥ ମନ୍ଦିର ସମ୍ମିଳନୀ କକ୍ଷରେ ବୈଠକରେ ୧୮ଜଣ ପ୍ରତ୍ୟକ୍ଷ ଉପସ୍ଥିତିରେ ରତ୍ନଭଣ୍ଡାର ସମ୍ପର୍କୀତ ସମସ୍ତ ଦିଗକୁ ଅନୁଧ୍ୟାନ କରାଯିବା ସହ ସମସ୍ତ ନଥିପତ୍ର ଯାଞ୍ଚ କରାଯାଇଛି ।

ଏହା କରାଯିବା ପରେ କମିଟି କିଛି ନିଷ୍ପତ୍ତିରେ ଉପନୀତ ହୋଇଛି । ରତ୍ନଭଣ୍ଡାରର ଡୁପ୍ଲିକେଟ୍ ଚାବି ଥିବା ସ୍ପଷ୍ଟ ହୋଇଛି । ଏହାକୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅନୁଧ୍ୟାନରେ ଅଣାଯିବ ଏବଂ ରତ୍ନଭଣ୍ଡାର ଖୋଲାଯିବାକୁ ନିଷ୍ପତ୍ତି ହୋଇଛି । କିନ୍ତୁ ଯେହେତୁ ଚାବି ଦୀର୍ଘ ଦିନର ହେଲାଣି ତେଣୁ ଏଥିରେ ହୁଏତ କଳଙ୍କି ଲାଗିଥାଇପାରେ । ଯଦି ଏହି ଚାବିରେ ରତ୍ନଭଣ୍ଡାର ନଖୋଲେ ତାହେଲେ ତାଲା ଭଙ୍ଗାଯିବ । ଏନେଇ ସରକାରଙ୍କୁ ଜଣାଇଦେବା ପରେ ତାଙ୍କ ପକ୍ଷରୁ ଯେଉଁ ଏସଓପି ଜାରି କରାଯିବ ଯାହାକୁ ନେଇ ନିଷ୍ପତ୍ତି କାର୍ଯ୍ୟକାରୀ ହେବ । ଏନେଇ ଆସନ୍ତା ୯ ତାରିଖ ଦିନ ୧୦ଟାରେ ପରବର୍ତ୍ତୀ ବୈଠକ ବସିବ' ।

shree mandir

'ତେବେ ଯଦି ଡୁପ୍ଲିକେଟ ଚାବିରେ ତାଲା ଖୋଲେ ତାହେଲେ ପ୍ରଥମ କାମ ହେଲା ରତ୍ନଭଣ୍ଡାରର ମରାମତି କରାଯିବ । ଏହାପରେ ସେଠାରେ ଥିବା ବହୁମୂଲ୍ୟ ଅଳଙ୍କାରର ମଣତି ଗଣତି କରାଯିବ । କିନ୍ତୁ ମରାମତି କାମ ପାଇଁ ଆବଶ୍ୟକ ପଡିଲେ ସୁନା ଅଳଙ୍କାରକୁ କେଉଁଠାରେ ସୁରକ୍ଷିତ ରଖାଯିବ ତାହା ମ ଧ୍ୟ ଗୁରୁତ୍ୱପୂର୍ଣ୍ଣ । ତେବେ ମଣତି ଗଣତି ପାଇଁ ଜଣେ ଦକ୍ଷ ବଣିଆଙ୍କୁ ଅଣାଯିବ ଯିଏକି ଅଳଙ୍କାର ଗୁଡିକର ସଠିକ ଓଜନ କରିବା ସହ ଅଳଙ୍କାର ଗୁଡିକର ଚରିତ୍ର ନିର୍ଦ୍ଧାରଣ କରିପାରିବେ' ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+