Get Updates
Get notified of breaking news, exclusive insights, and must-see stories!

ହାଇକୋର୍ଟକୁ ମିଳିବ ନୂଆ ମୁଖ୍ୟ ବାଚରପତି, ଆଜି ଶପଥ ନେବେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ

କଟକ: ଓଡ଼ିଶା ହାଇକୋର୍ଟକୁ ମିଳିବ ନୂଆ ମୁଖ୍ୟ ବିଚାରପତି । ଆଜି ଶପଥ ନେବେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ । ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ ରାଜ୍ୟପାଳ ରଘୁବର ଦାସ । ବୁଧବାର ଦିନ 10 ଟାରେ ହାଇକୋର୍ଟରେ ହେବ ଶପଥ ଗ୍ରହଣ ସମାରୋହ ।

 Chakradhari Sharan Singh

ହାଇକୋର୍ଟରେ ନୂଆ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ନେଇ ଗତ 2 ତାରିଖରେ ଆଇନ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ଏହା ପୂର୍ବରୁ ସେ ପାଟନା ହାଇକୋର୍ଟରେ ବିଚାରପତି ଥିଲେ ।

1963 ଜାନୁୟାରୀ 20 ତାରିଖରେ ଜନ୍ମ ଗ୍ରହଣ କରିଥିବା ଜଷ୍ଟିସ ଶରଣ ସିଂ ଦିଲ୍ଲୀ ବିଶ୍ୱବିଦ୍ୟାଳୟରୁ ଏଲଏଲବି ଡିଗ୍ରୀ ହାସଲ କରିବା ପରେ, 1990 ଜାନୁୟାରୀରେ ପାଟନା ହାଇକୋର୍ଟରେ ଓକିଲାତି ଆରମ୍ଭ କରିଥିଲେ । ବିହାର ସରକାରଙ୍କ ଅତିରିକ୍ତ ଆଡଭୋକେଟ୍ ଜେନେରାଲ ଭାବେ ସେ 22 ବର୍ଷ ଧରି କାର୍ଯ୍ୟ କରିଛନ୍ତି । 2012 ଏପ୍ରିଲ 5 ତାରିଖରେ ସେ ପାଟନା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଥିଲେ । ଜଷ୍ଟିସ ଚକ୍ରଧାରୀ ଶରଣ ସିଂ 2025 ଜାନୁୟାରୀ ମାସରେ ଅବସର ନେବେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+