ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ ହରିଶ ଟଣ୍ଡନ
ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ ହରିଶ ଟଣ୍ଡନ । ମୁଖ୍ୟ ବିଚାରପତିଙ୍କୁ ଶପଥ ପାଠ କରାଇଲେ ରାଜ୍ୟପାଳ। ଶପଥ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଉପସ୍ଥିତ ।

ଜଷ୍ଟିସ୍ ଟଣ୍ଡନ ୨୦୧୦ ଏପ୍ରିଲ ୧୩ରେ କଲିକତା ହାଇକୋର୍ଟ ବିଚାରପତି ଭାବେ ନିଯୁକ୍ତି ପାଇ ସେବେଠୁ ଏହି ଦାୟିତ୍ୱ ସମ୍ପାଦନ କରିଆସୁଛନ୍ତି। ସର୍ବଭାରତୀୟ ସ୍ତରରେ ବରିଷ୍ଠତା ଭିତ୍ତିରେ ହାଇକୋର୍ଟ ବିଚାରପତିମାନଙ୍କ ମଧ୍ୟରେ ଜଷ୍ଟିସ୍ ଟଣ୍ଡନ ସପ୍ତମ ସ୍ଥାନରେ ରହିଛନ୍ତି। ବିଚାରପତି ଭାବେ ନ୍ୟାୟ ପ୍ରଦାନରେ ତାଙ୍କର ଅନେକ ଅଭିଜ୍ଞତା ରହିଛି। ସେ ହାଇକୋର୍ଟ ମୁଖ୍ୟ ବିଚାରପତି ହେବା ପାଇଁ ଯୋଗ୍ୟ ବୋଲି ସୁପ୍ରିମକୋର୍ଟ ଓ୍ବେବ୍ସାଇଟ୍ରେ କଲେଜିୟମ୍ ପକ୍ଷରୁ ଅପ୍ଲୋଡ୍ କରାଯାଇଥିବା ଏକ ବିବୃତିରେ କୁହାଯାଇଥିବାବେଳେ ବର୍ତ୍ତମାନ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି।
ଜଷ୍ଟିସ ଟଣ୍ଡନଙ୍କୁ ନିଯୁକ୍ତି ନେଇ ସୁପ୍ରିମକୋର୍ଟ କଲେଜିୟମ ପକ୍ଷରୁ ସୁପାରିସ୍ କରାଯାଇଥିବାବେଳେ ରାଷ୍ଟ୍ରପତି ନିଯୁକ୍ତି ପ୍ରଦାନ କରିଥିଲେ।












Click it and Unblock the Notifications