ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ହେବେ ଜଷ୍ଟିସ୍ ଶୁଭାଶିଷ ତାଳପତ୍ର
କଟକ: ଓଡ଼ିଶା ହାଇକୋର୍ଟକୁ ମିଳିବ ନୂଆ ମୁଖ୍ୟ ବିଚାରପତି । ଜଷ୍ଟିସ୍ ଶୁଭାଶିଷ ତାଳପତ୍ର ହେବେ ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି । ସୁପ୍ରିମକୋର୍ଟ କଲେଜିୟମ୍ ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ପାଇଁ ଜଷ୍ଟିସ୍ ଶୁଭାଶିଷ ତାଳପତ୍ରଙ୍କ ନାଁ ସୁପାରିସ କରିଛନ୍ତି । ଏବେ ସେ ଓଡ଼ିଶା ହାଇକୋର୍ଟର ବରିଷ୍ଠ ବିଚାରପତି ଅଛନ୍ତି ।

ବର୍ତ୍ତମାନର ମୁଖ୍ୟ ବିଚାରପତି ଏସ୍ ମୁରଲୀଧର ଅଗଷ୍ଟ ମାସରେ ଅବସର ନେବେ । ତା' ପରେ ଖାଲି ପଡ଼ିବାକୁ ଥିବା ମୁଖ୍ୟ ବିଚାରପତି ପଦ ପାଇଁ ସୁପ୍ରିମକୋର୍ଟ ଜଷ୍ଟିସ ତାଳପତ୍ରଙ୍କ ନାମକୁ ଅନୁମୋଦନ ଦେଇଛନ୍ତି ।
ଜଷ୍ଟିସ୍ ଶୁଭାଶିଷ ତାଳପତ୍ର କଲିକତା ବିଶ୍ୱବିଦ୍ୟାଳୟରୁ ଆଇନ୍ରେ ସ୍ନାତକ ପାସ୍ କରିଥିଲେ । ସେ ବିଭିନ୍ନ ସମୟରେ ଆସାମ, ନାଗାଲାଣ୍ଡ, ମେଘାଳୟ, ମଣିପୁର, ତ୍ରିପୁରା, ମିଜୋରାମ ଓ ଅରୁଣାଚଳ ପ୍ରଦେଶ ବାର କାଉନସିଲର ସଦସ୍ୟ ଥିଲେ । 2004 ଡିସେମ୍ବର 21 ଠାରୁ ବରିଷ୍ଠ ଆଇନଜୀବୀ ଭାବେ ଦେୱାନୀ ଓ ଫୌଜଦାରୀ ମାମଲା ଗୁଡ଼ିକର ପରିଚାଳଚା କରିଥିଲେ । 2011 ମସିହା ନଭେମ୍ବର 15 ରେ ଗୌହାଟୀ ହାଇକୋର୍ଟର ଅତିରିକ୍ତ ବିଚାରପତି ଭାବେ ନିଯୁକ୍ତ ହୋଇଥିଲେ । ଓଡ଼ିଶା ହାଇକୋର୍ଟର ବରିଷ୍ଠ ବିଚାରପତି ଭାବେ 2022 ଜୁନ୍ 10 ତାରିଖରେ ଦାୟିତ୍ୱ ନେଇଥିଲେ ।












Click it and Unblock the Notifications