ହାଇକୋର୍ଟ ମୁଖ୍ୟ ବିଚାରପତି ହେବେ ଜଷ୍ଟିସ ଯଶୱନ୍ତ ସିଂହ

ହାଇକୋର୍ଟର ମୁଖ୍ୟ ବିଚାରପତି ହେବେ ଜଷ୍ଟିସ ଯଶୱନ୍ତ ସିଂହ । ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ଦେବାକୁ ସୁପ୍ରିମକୋର୍ଟ କଲେଜିୟମ ଏହି ନିଷ୍ପତ୍ତି ନେଇଥିବା ଜଣାଯାଇଛି।

କଟକ: ହାଇକୋର୍ଟର ମୁଖ୍ୟ ବିଚାରପତି ହେବେ ଜଷ୍ଟିସ ଯଶୱନ୍ତ ସିଂହ । ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ଦେବାକୁ ସୁପ୍ରିମକୋର୍ଟ କଲେଜିୟମ ଏହି ନିଷ୍ପତ୍ତି ନେଇଥିବା ଜଣାଯାଇଛି। ଏବେ ଜଷ୍ଟିସ ସିଂହ ଓଡ଼ିଶା ଉଚ୍ଚ ନ୍ୟାୟାଳୟର ବରିଷ୍ଠ ବିଚାରପତି ଭାବେ କାର୍ଯ୍ୟରତ ଅଛନ୍ତି।

Odisha High Court

ସେହିପରି ଜଷ୍ଟିସ ପି. ବି. ବରାଲେ ବମ୍ବେ ହାଇକୋର୍ଟର ମୁଖ୍ୟ ବିଚାରପତି ହେବେ । ଜମ୍ମୁ ଏବଂ କାଶ୍ମୀର ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଅଲ୍ଲି ମୋହମ୍ମଦ ମାଗରେଙ୍କ ନାମ ସୁପାରିଶ ହୋଇଛି। ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଏସ.ମୁରଲିଧରନଙ୍କୁ ମାଡ୍ରାସ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ବଦଳି ପାଇଁ ସୁପାରିଶ କରିଛନ୍ତି ସୁପ୍ରିମକୋର୍ଟ କଲେଜିୟମ । ତାଙ୍କ ସ୍ଥାନରେ ଜଷ୍ଟିସ ଯଶୱନ୍ତ ସିଂହ ଆସିବେ । ୨୦୨୧ ଜାନୁଆରୀ ୪ ତାରିଖରେ ଜଷ୍ଟିସ୍‌ ଏସ୍‌ ମୁରଲୀଧର ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି ଭାବରେ ନିଯୁକ୍ତ ହୋଇଥିଲେ । ବର୍ତ୍ତମାନ ତାଙ୍କୁ ବଦଳି ପାଇଁ ସୁପାରିଶ କରିଛନ୍ତି ସୁପ୍ରିମକୋର୍ଟ କଲେଜିୟମ । ସୁପ୍ରିମକୋର୍ଟ କଲେଜିୟମ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+