କେ. ମୁରୁଗେସନ ହେଲେ ରାଜ୍ୟ ପରିବେଶ ନିର୍ଦ୍ଦେଶକ
ଆଇଏଫଏସ ସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ୧୯୯୪ ବ୍ୟାଚ୍ ଆଇଏଫଏସ୍ ଡଃ କେ. ମୁରୁଗେସନଙ୍କୁ ରାଜ୍ୟ ପରିବେଶ ନିର୍ଦ୍ଦେଶକ ଭାବେ ନିଯୁକ୍ତି ମିଳିଛି । ସେ ଏବେ ରାଜ୍ୟ ପରିବେଶ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ସଚିବ ଭାବେ କାର୍ଯ୍ୟ କରୁଛନ୍ତି ।
ଭୁବନେଶ୍ୱର: ଆଇଏଫଏସ ସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ୧୯୯୪ ବ୍ୟାଚ୍ ଆଇଏଫଏସ୍ ଡଃ କେ. ମୁରୁଗେସନଙ୍କୁ ରାଜ୍ୟ ପରିବେଶ ନିର୍ଦ୍ଦେଶକ ଭାବେ ନିଯୁକ୍ତି ମିଳିଛି । ସେ ଏବେ ରାଜ୍ୟ ପରିବେଶ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ସଚିବ ଭାବେ କାର୍ଯ୍ୟ କରୁଛନ୍ତି ।

ସେହିପରି ବରିଷ୍ଠ ଆଇଏଫଏସ ସୁଶାନ୍ତ ନନ୍ଦଙ୍କୁ ପିସିସିଏଫ (ନୋଡାଲ) ଭାବେ ନିଯୁକ୍ତ କରାଯାଇଛି । ଚଳିତ ମାସ ପ୍ରଥମ ସପ୍ତାହରେ ସୁଶାନ୍ତଙ୍କୁ ପିସିସିଏଫ ଭାବେ ପଦୋନ୍ନତି ଦେଇଥିଲେ ରାଜ୍ୟ ସରକାର । ସେ ଅତିରିକ୍ତ ଭାବେ ଚିଲିକା ଉନ୍ନୟନ ପ୍ରାଧିକରଣର କାର୍ଯ୍ୟନିର୍ବାହୀ ଅଧିକାରୀ ଓ ଆଇଜିଜେଏମପି ପ୍ରକଳ୍ପ ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରିବେ ।
ସେହିପରି ଖଣି ନିର୍ଦ୍ଦେଶକ ତଥା ୨୦୦୧ ଆଇଏଫଏସ୍ ଜି. ରାଜେଶ ଅତିରିକ୍ତ ଭାବେ ଓଏମବିଏଡିସି କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ଦାୟିତ୍ୱ ତୁଲାଇବେ ।
ସୂଚନାଯୋଗ୍ୟ, କେନ୍ଦ୍ର ସରକାର ୧୯୮୭ ବ୍ୟାଚ୍ ଆଇଏଫଏସ୍ ଶିଶିର କୁମାର ରଥୋଙ୍କୁ ଗତକାଲି ଓଡ଼ିଶା ରାଜ୍ୟ ପରିବେଶ ପ୍ରଭାବ ମୂଲ୍ୟାଙ୍କନ ପ୍ରାଧିକରଣର ଅଧ୍ୟକ୍ଷ ଭାବେ ୩ବର୍ଷ ନିମନ୍ତେ ନିଯୁକ୍ତି ଦେଇଛନ୍ତି ।
-
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ବାଚସ୍ପତିଙ୍କ ବିପକ୍ଷରେ ବିରୋଧୀଙ୍କ ଅବିଶ୍ୱାସ ପ୍ରସ୍ତାବ ଖାରଜ -
ଓଡ଼ିଶାର ଏହି ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍ -
ଗ୍ୟାସ ସଙ୍କଟକୁ ଏଡାଇବା ପାଇଁ କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି; ଲାଗୁ କଲେ ESMA ଆଇନ -
ମଧ୍ୟପ୍ରାଚ୍ୟରେ ଲକ୍ଷ ଲକ୍ଷ ଫସିଛନ୍ତି ଓଡ଼ିଆ, ଫେରାଇ ଆଣିବାର ଅନୁରୋଧ କଲେ ନବୀନ -
ମହାରାଷ୍ଟ୍ର ରାଜ୍ୟସଭା ନିର୍ବାଚନ; ୨୬ ନେତା ନିର୍ଦ୍ୱନ୍ଦ୍ୱରେ ବିଜୟୀ -
ଡାଇବେଟିସରେ ରୋଗୀ ଭାତ ଖାଇବା ଉଚିତ୍ ନା ନୁହେଁ, ଜାଣନ୍ତୁ ଏନେଇ....











Click it and Unblock the Notifications