ଆସନ୍ତା ୭ ଦିନ ଯାଏଁ ତାଣ୍ଡବ ରଚିବ କାଳ ବୈଶାଖୀ!

ରାଜ୍ୟରେ ଆହୁରି ୭ ଦିନ ଯାଏଁ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି। ଉପକୂଳ ଓଡ଼ିଶାରେ ବିଜୁଳି ଘଡଘଡି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ବର୍ଷା ର ସତର୍କତାକୁ ନେଇ ଉପକୂଳ ଓଡ଼ିଶାର ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଙ୍ଗ ଜାରି କରିଛି ପାଣିପାଗ ବିଭାଗ । ଏହିସବୁ ଜିଲ୍ଲାଗୁଡିକ ହେଲା ଭଦ୍ରକ, ଯାଜପୁର,କେନ୍ଦ୍ରାପଡା, ଜଗତସିଂହପୁର, ବାଲେଶ୍ୱର, କଟକ, ମୟୁରଭଞ୍ଜ ,କେନ୍ଦୁଝର, ରାୟଗଡା, କୋରାପୁଟ, ଗଜପତି, ପୁରୀ ଓ ଖୋର୍ଦ୍ଧା । ଏହିସବୁ ଜିଲ୍ଲାରେ ୫୦ ରୁ ୬୦ କିମି ଓ କିଛି ଜିଲ୍ଲାରେ ୩୦ ରୁ ୪୦ କିମି ପବନ ବହିବାର ସମ୍ଭାବନା ରହିଛି।

rain in odisha

ସେହିପରି ଶନିବାର ବିଜୁଳି ଘଡ଼ଘଡ଼ି ସହ ହାଲୁକରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ବାଲେଶ୍ୱର ,ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ ,ଜଗତସିଂହପୁର, ମୟୁରଭଞ୍ଜ ଓ କେନ୍ଦୁଝର ୮ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଦେଇଛି ବିଭାଗ। ୧୪ ତାରିଖ ବେଳକୁ ବର୍ଷାର ପରିମାଣ ବଢିବା ସହ ୧୮ ଯାଏ ବର୍ଷା ଜାରି ରହିବ ବୋଲି ବିଭାଗ ପୂର୍ବାନୁମାନ କରିଛି। ୧୪ ରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷାକୁ ନେଇ କେନ୍ଦୁଝର ଓ ମୟୁରଭଞ୍ଜକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ବିଭାଗ।

ସୁନ୍ଦରଗଡ, ବାଲେଶ୍ୱର, ଭଦ୍ରକ , ଯାଜପୁର, କେନ୍ଦ୍ରାପଡା, କଟକ ଓ ଜଗତସିଂହପୁରରେ ହାଲୁକରୁ ମଧ୍ୟମ ଧରଣର ବର୍ଷାକୁ ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେପଟେ ୪ ରୁ ୫ ଦିନ ଯାଏଁ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବାର ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ସୂତ୍ରରୁ ଜଣାପଡିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+