୧୨ ଜିଲ୍ଲାକୁ ଆଗାମୀ ୩ ଘଣ୍ଟା ପାଇଁ କାଳବୈଶାଖୀ ବର୍ଷା ସତର୍କତା
୧୨ ଜିଲ୍ଲାକୁ କାଳବୈଶାଖୀ ବର୍ଷା ସତର୍କତା । ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ, ମୟୁରଭଞ୍ଜ, କେନ୍ଦୁଝର। ଗଞ୍ଜାମ, ବୌଦ୍ଧ, ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଅନୁଗୁଳ ଜିଲ୍ଲାକୁ ଆଗାମୀ ୩ ଘଣ୍ଟା ପାଇଁ ସତର୍କତା ।
ବିଜୁଳି ଘଡ଼ଘଡ଼ି ସହ ବର୍ଷା ଓ ୪୦ ରୁ ୫୦ କିମି ପବନ । କିଛି ଅଞ୍ଚଳରେ କୁଆପଥର ବର୍ଷା ସମ୍ଭାବନା ।

ଆଜିଠୁ ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ । ୧୮ ତାରିଖ ଯାଏଁ ରହିବ କାଳବୈଶାଖୀ ପ୍ରଭାବ । ଏଭଳିକି କିଛି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କ କରିଛି ପାଣିପାଗ ବିଭାଗ ।
ସେହିଭଳି ନୟାଗଡ଼, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରିରେ ୪୦ରୁ ୫୦ କିଲୋମିଟର ବେଗରେ ଝଡ ପବନ ସହ ହାଲୁକା ବର୍ଷାର ସମ୍ଭାବନା ରହିଛି ।
କେନ୍ଦୁଝର, ମୟୁରଭଂଜ, ବାଲେଶ୍ଵର, ଢେଙ୍କାନାଳ, ଗଞ୍ଜାମ ଓ ଗଜପତିରେ ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ପଶ୍ଚିମ ଓଡ଼ିଶାକୁ ବାଦ୍ ଦେଲେ ଉତ୍ତର ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ବର୍ଷାର ପ୍ରଭାବ ରହିବ ।
Weather Update: ଆଜିଠାରୁ ରାଜ୍ଯରେ ବଢ଼ିବ ବର୍ଷାର ପରିମାଣ । ୨୪ ଘଣ୍ଟାରେ ଉତ୍ତର ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ସମ୍ଭାବନା । କେନ୍ଦୁଝର, ମୟୂରଭଂଜ, ବାଲେଶ୍ଵର ଓ ଗଞ୍ଜାମରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ । ୧୮ ଯାଏଁ ବର୍ଷା ସମ୍ଭାବନା । ଟ୍ବିନ୍ ସିଟିରେ କାଳବୈଶାଖୀ ବର୍ଷା । ଭୁବନେଶ୍ବର ଓ କଟକରେ ହାଲୁକା ପବନ ସହ ବର୍ଷା ।












Click it and Unblock the Notifications