ଆସନ୍ତା ୬ ତାରିଖ ଯାଏଁ ରାଜ୍ୟରେ କାଳବୈଶାଖୀ ସମ୍ଭାବନା; ୮ ଜିଲ୍ଲାକୁ ଅରେଞ୍ଜ୍, ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଆସନ୍ତା ୬ ତାରିଖ ଯାଏଁ ରାଜ୍ୟରେ କାଳବୈଶାଖୀ ସମ୍ଭାବନା । ୮ ଜିଲ୍ଲାକୁ ଅରେଞ୍ଜ୍, ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ।
ଗଂଜାମ, ଗଜପତି, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ ଏବଂ ସୁନ୍ଦରଗଡ଼ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲାରେ ପ୍ରବଳ ବର୍ଷା ସହ କୁଆପଥର ବର୍ଷା ହେବା ସମ୍ଭାବନା ରହିଛି ।
ସେହିପରି ବିଜୁଳି ଘଡ଼ଘଡ଼ି ସାଙ୍ଗକୁ ୫୦ରୁ ୬୦ କିମି ବେଗରେ ପବନ ବହିପାରେ । ଏସବୁ ଜିଲ୍ଲାକୁ ଛାଡ଼ି ବାକି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ରହିଛି । ୟେଲୋ ୱାର୍ଣ୍ଣିଂ ଥିବା ଜିଲ୍ଲାଗୁଡ଼ିକରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସାଙ୍ଗକୁ ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି ।

ଆଜି ୮ ଜିଲ୍ଲାକୁ ଅରେଞ୍ଜ ଏବଂ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ। କୁଆପଥର ମାଡ଼ ସହ ପ୍ରବଳ ବର୍ଷା ସମ୍ଭାବନା। ୫୦ରୁ ୬୦ କିମି ବେଗରେ ବହିପାରେ ପବନ। ଆସନ୍ତା ୭ ତାରିଖ ଯାଏଁ ରହିବ କାଳବୈଶାଖୀ ପ୍ରଭାବ ।
ଆସନ୍ତା ୬ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଯାହାଫଳରେ ଅସହ୍ୟ ତାତିରୁ ସାମାନ୍ୟ ନିସ୍ତାର ମିଳିବ ।
ଆଜି ୮ ଜିଲ୍ଲାକୁ ଅରେଞ୍ଜ ଏବଂ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
କୁଆପଥର ମାଡ଼ ସହ ପ୍ରବଳ ବର୍ଷା ସମ୍ଭାବନା
୫୦ରୁ ୬୦ କିମି ବେଗରେ ବହିପାରେ ପବନ
ଆସନ୍ତା ୬ ତାରିଖ ଯାଏଁ ରହିବ କାଳବୈଶାଖୀ ପ୍ରଭାବ












Click it and Unblock the Notifications