Get Updates
Get notified of breaking news, exclusive insights, and must-see stories!

ଆସୁଛି କାଳବୈଶାଖୀ, ଝଡ଼ବର୍ଷା ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ

ଆଜି ୬ ଜିଲ୍ଲାରେ କାଳବୈଶାଖୀ ପ୍ରଭାବରେ ଝଡ଼ ବର୍ଷା ହୋଇପାରେ । ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ଝାରସୁଗୁଡ଼ା, ବରଗଡ଼ ଓ ସମ୍ବଲପୁର ପାଇଁ ଏହି ଆଶଙ୍କା ଅଛି । ଘଡ଼ଘଡ଼ି ସହ କୁଆପଥର ବର୍ଷା ହୋଇପାରେ । ଏହି ସବୁ ଜିଲ୍ଲା ପାଇଁ ପାଣିପାଗ ବିଭାଗ ଅରେଞ୍ଜ ୱାର୍ଣ୍ଣିଂ ଦେଇଛି । ୨୧ ତାରିଖ (ଶନିବାର) ମଧ୍ୟ ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ଝଡ଼ବର୍ଷା ଆଶଙ୍କା ଅଛି । ପାଣିପାଗ ବିଭାଗ ଏଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ।

rain

ପାଣିପାଗ ବିଭାଗର ପୂର୍ବାନୁମାନ କହୁଛି, ୨୦ ତାରିଖ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ୬ ଜିଲ୍ଲାରେ ଘଡ଼ଘଡ଼ି ଓ କୁଆପଥର ବର୍ଷା ସହିତ ୫୦ରୁ ୬୦ କିମି ବେଗରେ ପବନ ବହିପାରେ । ସେହିଭଳି ଉତ୍ତର ଓଡ଼ିଶା, ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଏ ସବୁ ସ୍ଥାନରେ ୩୦ରୁ ୪୦ କିମି ବେଗରେ ପବନ ବହିବା ସମ୍ଭାବନା ଅଛି । ୨୧ରେ ଉପକୂଳ ଓଡ଼ିଶା, ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ଅନେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୨୫ ତାରିଖ ଯାଏ ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି । କାଳବୈଶାଖୀ ପ୍ରଭାବରେ ଅଚାନକ ଘଡ଼ଘଡ଼ି ଓ ବର୍ଷା ଆଶଙ୍କା ଥିବାରୁ ଲୋକେ ସୁରକ୍ଷିତ ସ୍ଥାନରେ ଆଶ୍ରୟ ନେବାକୁ ପରାମର୍ଶ ଦିଆଯାଇଛ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+