Get Updates
Get notified of breaking news, exclusive insights, and must-see stories!

୧୯ ଯାଏ ଲାଗି ରହିବ କାଳବୈଶାଖୀ ବର୍ଷା, ଆଜି ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ରାଜ୍ୟରେ କାଳବୈଶାଖୀ ବର୍ଷା ଜାରି । ୧୯ ତାରିଖ ଯାଏ ଲାଗି ରହିବ ବିଜୁଳି, ଘଡ଼ଘଡ଼ି ସହ ବର୍ଷା । ଆଗାମୀ ୨୪ ଘଣ୍ଟାରେ ପ୍ରବଳ ବର୍ଷା ନେଇ ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଅନୁଗୁଳ, ନୟାଗଡ଼, ଗଜପତି, ଗଞ୍ଜାମ ଓ କୋରାପୁଟ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ପ୍ରବଳ ବର୍ଷା ନେଇ ୨ ଜିଲ୍ଲା ରାୟଗଡା ଓ ମାଲକାନଗିରିକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।

Kalbaisakhi rains to continue for 19 days orange warning issued for 9 districts today

ସେହିପରି ବିଜୁଳି, ଘଡ଼ଘଡ଼ି, କୁଆପଥର ମାଡ଼ ସହ ଘଣ୍ଟାପ୍ରତି ୫୦ରୁ ୬୦ରୁ କିମି ବେଗରେ ପବନ ପାଇଁ ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ବିଜୁଳି, ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୪୦ରୁ ୫୦ରୁ କିମି ବେଗରେ ପବନ ପାଇଁ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତାକାଲି ମଧ୍ୟ ରାଜ୍ୟର ଅଧିକାଂଶ ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ବିଜୁଳି, ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୪୦ରୁ ୫୦ରୁ କିମି ବେଗରେ ପବନ ପାଇଁ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ପଶ୍ଚିମାଝଡ଼ ସହ ରାଜ୍ୟ ଉପରେ ଏକ ଘୂର୍ଣ୍ଣିବଳୟ ଉତ୍ତର ପୂର୍ବ ମଧ୍ୟପ୍ରଦେଶ ଠାରୁ ସଂଲଗ୍ନ ପାର୍ଶ୍ବବର୍ତ୍ତୀ ଅଞଳକୁ ବ୍ୟାପି ରହିଛି । ଆଗାମୀ ୩ଦିନ ଯାଏ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ । ଏହା ପରେ ଦିନ ତାପମାତ୍ରା ୨ରୁ ୪ ଡିଗ୍ରୀ ତାପମାତ୍ରା ବଢିବା ସମ୍ଭାବନା ରହିଥିବା ଭୁବନେଶ୍ବର ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+