Get Updates
Get notified of breaking news, exclusive insights, and must-see stories!

ମିଲେଟ୍‌ କାଫେ: ହକି ବିଶ୍ୱକପରେ କଲେ ୪ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ବ୍ୟବସାୟ

ମାତ୍ର ୧୫ ଦିନରେ ୪ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ବ୍ୟବସାୟ । ହକି ବିଶ୍ୱକପ ସମୟରେ ଏମିତି ମିଲେଟରୁ ପ୍ରସ୍ତୁତ ସାମଗ୍ରୀର ବ୍ୟବସାୟ କରି ଏବେ ଚର୍ଚ୍ଚାକୁ ଆସିଛନ୍ତି ବିଏମସି ୩୭ ନମ୍ବର ୱାର୍ଡ ଅନ୍ତର୍ଗତ ନୂଆପଲ୍ଲୀ ବେହେରା ସାହିର ସ୍ୱୟଂଶ୍ରଦ୍ଧା ମହିଳା ମହାସଂଘ ।

ଭୁବନେଶ୍ୱର: ମାତ୍ର ୧୫ ଦିନରେ ୪ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ବ୍ୟବସାୟ । ହକି ବିଶ୍ୱକପ ସମୟରେ ଏମିତି ମିଲେଟରୁ ପ୍ରସ୍ତୁତ ସାମଗ୍ରୀର ବ୍ୟବସାୟ କରି ଏବେ ଚର୍ଚ୍ଚାକୁ ଆସିଛନ୍ତି ବିଏମସି ୩୭ ନମ୍ବର ୱାର୍ଡ ଅନ୍ତର୍ଗତ ନୂଆପଲ୍ଲୀ ବେହେରା ସାହିର ସ୍ୱୟଂଶ୍ରଦ୍ଧା ମହିଳା ମହାସଂଘ । ମିଲେଟ୍‌ ସାମଗ୍ରୀ ପ୍ରସ୍ତୁତି ନିମନ୍ତେ ସଂଘର ସଦସ୍ୟାମାନେ ଭୁବନେଶ୍ୱର ସ୍ଥିତ ହୋଟେଲ୍‌ ମ୍ୟାନେଜ୍‌ମେଣ୍ଟ ପ୍ରତିଷ୍ଠାନରେ ତାଲିମ ନେଇଛନ୍ତି । ସେମାନଙ୍କ ଏହି ସବୁ ସାମଗ୍ରୀ ପ୍ରସ୍ତୁତିରେ ଦକ୍ଷତା ଓ ଅଭିଜ୍ଞତା ରଖନ୍ତି ।

Kalinga Stadium Millet Cafe

ତେବେ ପୂର୍ବରୁ ବିଭିନ୍ନ ଛୋଟ ଛୋଟ କାର୍ଯ୍ୟକ୍ରମ, ଉତ୍ସବ ଆଦିରେ ମିଲେଟ୍‌ରୁ ପ୍ରସ୍ତୁତ ପିଠା, ଲଡ଼ୁ ଓ ଅନ୍ୟାନ୍ୟ ସାମଗ୍ରୀ ଯୋଗାଇ ଦେଇ ଜୀବିକା ନିର୍ବାହ କରୁଥିଲେ । ମାତ୍ର କିଛି ବଡ ବ୍ୟବସାୟ କରି ପାରୁ ନଥିଲେ । ହେଲେ ଅପେକ୍ଷା ଥିଲା କେବଳ ଏକ ସୁଯୋଗର । ଆଉ ସେହି ସୁଯୋଗ ସେମାନଙ୍କୁ ଆଣି ଦେଲା ହକି ବିଶ୍ୱକପ୍‌ ।

ଯେତେବେଳେ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ୍‌ ଭିତରେ ଗୋଟିଏ ମିଲେଟ୍‌ ଶକ୍ତି କାଫେ ଖୋଲିବା ନିମନ୍ତେ ଓଡ଼ିଶା ମିଲେଟ୍‌ ମିଶନ ଏବଂ ମିଶନ ଶକ୍ତି ବିଭାଗ ତରଫରୁ ପଦକ୍ଷେପ ନିଆଗଲା । ଏହି କାଫେରେ ବିକ୍ରୟ ନିମନ୍ତେ ସେମାନେ ଆବେଦନ କଲେ ଏବଂ ମିଲେଟ୍‌ କାଫେ ପରିଚାଳନା ନିମନ୍ତେ କାର୍ଯ୍ୟାଦେଶ ପାଇଲେ । ଜାନୁଆରୀ ୧୨ ତାରିଖ ଦିନ ଏହି କାଫେ କଳିଙ୍ଗ ଷ୍ଟାଡିୟମ୍‌ ଭିତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଉଦ୍‌ଘାଟିତ ହେଲା । ହକି ବିଶ୍ୱକପ୍‌ ସମୟରେ ଜାତୀୟ ଏବଂ ଅନ୍ତର୍ଜାତୀୟ କ୍ରୀଡ଼ାବିତ୍‌ଙ୍କ ସମେତ ପୃଥିବୀର ବିଭିନ୍ନ ଦେଶରୁ ଆସିଥିବା ଅତିଥିମାନଙ୍କୁ ମିଲେଟ୍‌ରୁ ପ୍ରସ୍ତୁତ ବିଭିନ୍ନ ଖାଦ୍ୟ ସାମଗ୍ରୀ ଯୋଗାଇ ଦେବା ସେମାନଙ୍କ ପାଇଁ ଗୋଟେ ବହୁତ ବଡ଼ ସୁଯୋଗ ଥିଲା । ଯାହାକୁ ସେମାନେ ନିଜ ପରିଶ୍ରମ ମାଧ୍ୟମରେ ସାକାର କଲେ ।

Kalinga Stadium Millet Cafe

ତେବେ ମ୍ୟାଚ ଥିବା ଦିନମାନଙ୍କରେ ସେମାନେ ୨୫ରୁ ୩୦ ହଜାର ଟଙ୍କ ବ୍ୟବସାୟ କଲେ । ମ୍ୟାଚ୍‌ ନଥିବା ଦିନଗୁଡ଼ିକରେ ୧୦ରୁ ୧୫ ହଜାର ଟଙ୍କାର ବ୍ୟବସାୟ କଲେ । ଏହି ସମୟ ମଧ୍ୟରେ କମିଶନରେଟ୍‌ ପୋଲିସକୁ ସେମାନେ ଗୋଟିଏ କାର୍ଯ୍ୟକ୍ରମ ନିମନ୍ତେ ପ୍ରାୟ ୫୦୦ ପ୍ୟାକେଟ୍‌ ( ୬ ପ୍ରକାର ଖାଦ୍ୟ ସାମଗ୍ରୀର ଏକ ଜଳଖିଆ ପ୍ୟାକେଟ) ଯୋଗାଇଛନ୍ତି । ଏଥିରେ ସେମାନଙ୍କର ପ୍ରାୟ ୫୦ ହଜାର ଟଙ୍କାର ବ୍ୟବସାୟ ହୋଇଥିଲା । ପୁଣି ଭୁବନେଶ୍ୱର ମହାନଗର ନିଗମ କର୍ପୋରେଟରମାନଙ୍କ ଏକ ଉତ୍ସବ ନିମନ୍ତେ ସେମାନେ ୬୦୦ ପ୍ୟାକେଟ ଯୋଗାଇ ବେଶ ଲାଭବାନ ହୋଇଛନ୍ତି । ଖେଳ ଦେଖିବାକୁ ଆସିଥିବା ରାଜ୍ୟ ବାହାରର ବହୁ ଲୋକ ସେମାନଙ୍କ ସାମଗ୍ରୀ କିଣି ନେଇଛନ୍ତି ।

ମାତ୍ର ୧୫ ଦିନ ମଧ୍ୟରେ ସେମାନେ ୪ ଲକ୍ଷ ଟଙ୍କାର ବ୍ୟବସାୟ କରିଛନ୍ତି । ଆନୁଷଙ୍ଗିକ ଯନ୍ତ ପାତି, କଞ୍ଚାମାଲ ଆଦି କିଣିବା ପାଇଁ ମିଶନ ଶକ୍ତି ବିଭାଗ ତରଫରୁ ବ୍ୟାଙ୍କ୍‌ ଲିଙ୍କେଜ୍‌ ଜରିଆରେ ସେମାନଙ୍କୁ ଅର୍ଥ ରାଶି ଏବଂ ଅନ୍ୟାନ୍ୟ ସମସ୍ତ ସହାୟତା ଯୋଗାଇ ଦିଆଯାଇଛି । ବିଭାଗ ତରଫରୁ ମଧ୍ୟ ସଦସ୍ୟାମାନଙ୍କୁ ପ୍ୟାକେଜିଂ, ସଂରକ୍ଷଣ, ସାମଗ୍ରୀ ପ୍ରସ୍ତୁତି ଆଦି ସଂପର୍କରେ ଉଚ୍ଚ ତାଲିମ ପ୍ରଦାନ କରାଯାଇଛି । ପିଠା ଏବଂ ଶୁଖିଲା ଖାଦ୍ୟ ବ୍ୟତୀତ ମିଲେଟ୍‌ର ବିଭିନ୍ନ ବେକେରୀ ସାମଗ୍ରୀ ମଧ୍ୟ ପ୍ରସ୍ତୁତ କରି ସେମାନେ ବିଭିନ୍ନ ସ୍ଥାନକୁ ଯୋଗାଇ ଦେଇଛନ୍ତି । ଆଗାମୀ ଦିନରେ ଅନ୍‌ଲାଇନ୍‌ରେ ସେମାନେ ନିଜର ବ୍ୟବସାୟକୁ ସଂପ୍ରସାରିତ କରିବାର ଲକ୍ଷ୍ୟ ରଖିଛନ୍ତି ।

ଏହି ମହାସଂଘର ୧୮ ଜଣ ସଦସ୍ୟା କାମ କରୁଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମିଶନଶକ୍ତି ଏସ୍‌ଏଚ୍‌ଜିମାନଙ୍କ ନିମନ୍ତେ ବିନା ସୁଧରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ପ୍ରଦାନ ଘୋଷଣା କରିବା ପରେ ଏହି ସଂଘର ସଦସ୍ୟାମାନଙ୍କ ଆତ୍ମବିଶ୍ୱାସ ବୃଦ୍ଧି ପାଇଛି । ଆଜି ରାଜ୍ୟରେ ମିଶନ ଶକ୍ତି ଅଧୀନରେ ଏହିଭଳି ଅନେକ ଏସ୍‌ଏଚ୍‌ଜି ସରକାରୀ ପ୍ରୋତ୍ସାହନରେ ଧୀରେ ଧୀରେ ଏସ୍‌ଏମ୍‌ଇ (କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗୀ) ରେ ପରିଣତ ହେଉଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କୁ ଉଦ୍ୟୋଗୀ ଭାବେ ଦେଖିବାର ସ୍ୱପ୍ନ ଧୀରେ ଧୀରେ ବାସ୍ତବରେ ରୂପାନ୍ତରିତ ହେବାରେ ଲାଗିଛି । ସ୍ୱୟଂ ଶ୍ରଦ୍ଧା ମହିଳା ମହାସଂଘ ତା'ର ଜ୍ୱଳନ୍ତ ଉଦାହରଣ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+