କନ୍ନୁର ହେଲିକପ୍ଟର କ୍ରାସ୍: ସହିଦ ଓଡ଼ିଆ ଯବାନ ରାଣା ପ୍ରତାପଙ୍କ ପାଇଁ କାନ୍ଦୁଛି ଜନ୍ମ ମାଟି
ତାମିଲନାଡୁରେ ସେନା ହେଲିକପ୍ଟର କ୍ରାସ୍ ଘଟଣାରେ ସିଡିଏସ୍ ଜେନେରାଲ୍ ବିପିନ୍ ରାୱତଙ୍କ ସହ ୧୩ଜଣଙ୍କ ମୃତ୍ୟୁ ହୋଇଛି। ଏମାନଙ୍କ ଭିତରେ ଅଛନ୍ତି ଜଣେ ଓଡ଼ିଆ ଯବାନ। ସହିଦ ଯବାନ ହେଉଛନ୍ତି ଅନୁଗୁଳ ତାଳଚେରର ରାଣା ପ୍ରତାପ ଦାସ। ତାଳଚେର କଣ୍ଢାଳ ପଞ୍ଚାୟତ କୃଷ୍ଣଚନ୍ଦ୍ର
ଭୁବନେଶ୍ୱର: ତାମିଲନାଡୁରେ ସେନା ହେଲିକପ୍ଟର କ୍ରାସ୍ ଘଟଣାରେ ସିଡିଏସ୍ ଜେନେରାଲ୍ ବିପିନ୍ ରାୱତଙ୍କ ସହ ୧୩ଜଣଙ୍କ ମୃତ୍ୟୁ ହୋଇଛି। ଏମାନଙ୍କ ଭିତରେ ଅଛନ୍ତି ଜଣେ ଓଡ଼ିଆ ଯବାନ। ସହିଦ ଯବାନ ହେଉଛନ୍ତି ଅନୁଗୁଳ ତାଳଚେରର ରାଣା ପ୍ରତାପ ଦାସ। ତାଳଚେର କଣ୍ଢାଳ ପଞ୍ଚାୟତ କୃଷ୍ଣଚନ୍ଦ୍ରପୁର ଗାଁର ଶ୍ରୀବତ୍ସ ଦାସଙ୍କ ପୁଅ ହେଉଛନ୍ତି ରାଣା ପ୍ରତାପ ଦାସ। ଯାହାଙ୍କ ଦେହାନ୍ତରେ ପରିବାର ବର୍ଗ ମ୍ରିୟମାଣ ହୋଇପଡିଛନ୍ତି ।

ରାଣା ପ୍ରତାପ ବାୟୁସେନାର ଜୁନିୟର ୱାରେଣ୍ଟ ଅଫିସର ଭାବେ କାର୍ଯ୍ୟରତ ଥିଲେ। ପାଖାପାଖି ମାସେ ହେବ ତାମିଲନାଡୁରେ ରହିଆସୁଥିଲେ। ବାପା ଶ୍ରୀବତ୍ସ ଦାସ ଜଣେ ଅବସରପ୍ରାପ୍ତ କଲେଜ ବରିଷ୍ଠ କିରାଣୀ । ଅବସର ପରେ ସେ ଅସୁସ୍ଥ ପ୍ରାୟ ରହୁଥିବା ବେଳେ ମା ସୁଷମାଙ୍କ ମାନସିକ ସ୍ଥିତି ଭଲ ନାହିଁ। ବୟସର ଅପରାହ୍ନରେ ୩୫ବର୍ଷର ପୁଅକୁ ହରାଇବାର ଦୁଃଖ ସହିପାରିବେନି ବୋଲି ବାପା-ମାଙ୍କୁ ରାଣାଙ୍କ ସମ୍ପର୍କରେ ଅବଗତ କରାଯାଇନାହିଁ।
ରାଣାଙ୍କ ପତ୍ନୀ ଶିବାଙ୍ଗୀ ଏୟାରଫୋର୍ସରେ ଡେଣ୍ଟିଷ୍ଟ ଅଛନ୍ତି। ତାଙ୍କର ବର୍ଷକର ପୁଅଟିଏ ରହିଥିବା ବେଳେ ସେ ଏବେ ବିହାରରେ କାର୍ଯ୍ୟରତ ଥିବା ସୂଚନା ମିଳିଛି । ତେବେ ରାଣା ଘରର ସାନ ପୁଅ ହୋଇଥିବା ବେଳେ ତାଙ୍କ ବିୟୋଗରେ ଗାଁରେ ଶୋକର ଛାୟା ଖେଳିଯାଇଛି।
ସୂଚନାଯୋଗ୍ୟ, ଗତକାଲି ମଧ୍ୟାହ୍ନରେ ସିଡିଏସ୍ ବିପିନ ରାୱତ, ତାଙ୍କ ପତ୍ନୀଙ୍କ ସମେତ ୯ ଜଣ ସଦସ୍ୟ ଓ ୪ ଜଣ କ୍ରିଉ ମେମ୍ବର ୱେଲିଂଟନ୍ ଯାଉଥିବା ବେଳେ ହେଲିକପ୍ଟରଟି କ୍ରାସ୍ ହୋଇ ଯାଇଥିଲା । ୧୪ ଜଣଙ୍କ ମଧ୍ୟରୁ ୧୩ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ବାୟୁ ସେନା ଟ୍ୱିଟ୍ କରି ସୂଚନା ଦେଇଥିଲା।












Click it and Unblock the Notifications