ବାଲେଶ୍ୱରରେ କରମଣ୍ଡଳକୁ ଧକ୍କା ଦେଲା ମାଲବାହୀ ଗାଡ଼ି, 50 ରୁ ଅଧିକ ଗୁରୁତର, ହେଲ୍ପଲାଇନ୍ ନମ୍ବର ଜାରି

train accident

ବାଲେଶ୍ୱର : ବାଲେଶ୍ୱରରେ ଘଟିଛି ମର୍ମନ୍ତୁଦ ଦୁର୍ଘଟଣା । କରମଣ୍ଡଳ ଏକ୍ସପ୍ରେସ୍ କୁ ପଛପଟୁ ଧକ୍କା ଦେଇଛି ମାଲବାହୀ ଗାଡ଼ି । କରମଣ୍ଡଳ ଏକ୍ସପ୍ରେସର 3 ଏସି ବଗି ଏବଂ 5 ଟି ସ୍ଲିପର ବଗି ଲାଇନଚ୍ୟୁତ ହୋଇଛି । ବାହାନଗା ପଣପଣା ନିକଟରେ ଏହି ଦୁର୍ଘଟଣା ଘଟିଛି।

ଆଜି ସନ୍ଧ୍ୟାରେ କରମଣ୍ଡଳ ଏକ୍ସପ୍ରେସ୍‌ ଟ୍ରେନ୍‌ (୧୨୮୪୧-ଅପ୍‌) ଦୁର୍ଘଟଣାରେ ଅନେକ ଯାତ୍ରୀ ମୃତାହତ ହୋଇଥିବା ସୂଚନା ରହିଛି । ଏହି ଦୁର୍ଘଟଣାରେ ଶତାଧିକ ଯାତ୍ରୀ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଅନେକ ଗୁରୁତର ହୋଇଛନ୍ତି । ଆହତ ଏବଂ ଗୁରୁତରମାନଙ୍କୁ ଉଦ୍ଧାର କରାଯାଇ ବାହାନଗା, ସୋର ଓ ବାଲେଶ୍ୱର ଡାକ୍ତରଖାନାକୁ ଆମ୍ବୁଲାନ୍ସ ମାଧ୍ୟମରେ ନିଆଯାଉଛି । ସ୍ଥାନୀୟ ଲୋକଙ୍କର ସହାୟତାରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଘଟଣାସ୍ଥଳକୁ ଏନ୍‌ଡିଆରଏଫ୍‌ ଓ ଓଡ୍ରାଫ୍‌ ଟିମ୍‌ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି ।

train

ଦୁର୍ଘଟଣାସ୍ଥଳରେ ଗୁରୁତର ଯାତ୍ରୀଙ୍କୁ ଉଦ୍ଧାର କରିବା ପାଇଁ ପ୍ରଶାସନ ପକ୍ଷରୁ ଉଦ୍ୟମ ଜାରି ହୋଇଥିବା ବେଳେ ହେଲ୍‌ପଲାଇନ୍‌ ନମ୍ବର ଜାରି ହୋଇଛି। ରେଳବାଇ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଦୁର୍ଘଟଣାରେ ପୀଡିତ ପରିବାର ଲୋକଙ୍କ ପାଇଁ ହେଲ୍‌ପଲାଇନ୍‌ ନମ୍ବର ଜାରି କରାଯାଇଛି।
ହାୱଡା ହେଲ୍‌ପଲାଇନ୍‌ ନମ୍ବର ୦୩୩-୨୬୩୮୨୨୧୭,
ଖଡ଼ଗପୁର ହେଲ୍‌ପଲାଇନ୍‌ ନମ୍ବର ୮୯୭୨୦୭୩୯୨୫ ଓ ୯୩୩୨୩୯୨୩୩୯,
ବାଲେଶ୍ବର ହେଲ୍‌ପଲାଇନ୍‌ ନମ୍ବର ୮୨୪୯୫୯୧୫୫୯ ଓ ୭୯୭୮୪୧୮୩୨୨
ଶାଲିମାର ହେଲ୍‌ପଲାଇନ୍‌ ନମ୍ବର ୯୯୦୩୩୭୦୭୪୬।

ସୂଚନା ଅନୁସାରେ, ବାଲେଶ୍ବର ଜିଲ୍ଲା ବାହାନଗା ଷ୍ଟେସନ୍‌ ନିକଟ ପଣପଣାଠାରେ କରମଣ୍ଡଳ ଏକ୍ସପ୍ରେସ୍‌ (୧୨୮୪୧-ଅପ୍‌) ଦୁର୍ଘଟଣାଗ୍ରସ୍ତ ହୋଇଛି। ଆଜି ଟ୍ରେନ୍‌ଟି ସାଲିମାରରୁ ଚେନ୍ନାଇ ଯାଉଥିଲା । ଏହି ସମୟରେ ଅପରାହ୍ନ ପ୍ରାୟ ୭ଟା‌ ୨୦ ମିନିଟ୍‌ରେ ବାହାନଗା ଷ୍ଟେସନ୍‌ ନିକଟରେ ଛିଡ଼ା ହୋଇଥିବା ଏକ ମାଲ୍‌ବାହୀ ଟେନ୍‌ ଉପରେ ଏହା ଚଢ଼ିଯାଇଥିଲା। ଫଳରେ ଟ୍ରେନ୍‌ର ୮ଟି ବଗି ରେଳଧାରଣାରୁ ତଳକୁ ଖସିପଡ଼ିଛି । ଦୁର୍ଘଟଣା ଅତି ଭୟଙ୍କର ହୋଇଥିବା ବେଳେ ଅନେକ ଯାତ୍ରୀଙ୍କ ଜୀବନ ଯାଇଥିବା ଏବଂ ଶତାଧିକ ଯାତ୍ରୀ ଆହତ ହୋଇଥିବା ଅନୁମାନ କରାଯା‌ଉଛି। ଉଦ୍ଧାର କାର୍ଯ୍ୟ ଜାରି ରହିଛି। ରେଳବାଇ ପୁଲିସ ସହ ସ୍ଥାନୀୟ ସୋର, ବାହାନଗା ପୁଲିସ ତଥା ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟରେ ଲାଗିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+