ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା, ଓଡିଶା ସଂସ୍କୃତି ଓ ପରମ୍ପରାକୁ ମନେପକାଇ ହେଉଛି ଡଙ୍ଗା ଭସାଣ
ଭୁବନେଶ୍ୱର: ଆ କା ମା ବୈ... ପାନଗୁଆ ଥୋଇ... ପାନ ଗୁଆ ତୋ'ର.. ମାସକ ଧରମ ମୋର । ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା । ମାସର ଶେଷ ଦିନରେ ଡଙ୍ଗା ଭସାଇଛନ୍ତି ଶ୍ରଦ୍ଧାଳୁ । ଓଡିଶା ସଂସ୍କୃତି ଓ ପରମ୍ପରାକୁ ମନେପକାଇ ଡଙ୍ଗା ଭସାଯାଇଛି । ଏ ନେଇ ଭୋରରୁ ଜଳାଶୟରେ ଭିଡ଼ ଦେଖିବାକୁ ମିଳିଛି । ବହୁ ପୂରାତନ କାଳରୁ ଏହି ପରମ୍ପରା ପାଳିତ ହୋଇ ଆସୁଛି । ଓଡିଶା ଓ ଓଡିଆ ଲୋକଙ୍କ ସଂସ୍କୃତି, ପରମ୍ପରା, ଚାଲିଚଳଣି ତଥା ଧରର୍ମୀୟ ଭାବନା ସହ ଜଡ଼ିତ କାର୍ତ୍ତିକ ପୂର୍ଣ୍ଣିମା । ତେବେ କାର୍ତ୍ତିକ ପୂର୍ଣ୍ଣିମା ଦିନ କଦଳୀ ପଟୁକାରେ ନିର୍ମିତ ଡ଼ଙ୍ଗା ଭସାଇବାର ବିଧି ପ୍ରଚଳିତ ରହିଛି । ଏହିଦିନ ବଡି ଭୋରୁ ଉଠି ଆବାଳ ବୃଦ୍ଧ ବନିତା ବୁଡ଼ ପକାଇ କଦଳୀ ପାଟୁକାରେ ଡଙ୍ଗା ତିଆରି କରି ସେଥିରେ ଦୀପ ଓ ପାନଗୁଆ ଥୋଇ ଭସାଇଥାଆନ୍ତି ।

ପୂର୍ବକାଳରେ ଓଡ଼ିଆ ସାଧବ ପୁଅମାନେ କାର୍ତ୍ତିକ ମାସରେ ବେପାର ବାଣିଜ୍ୟ କରିବା ପାଇଁ ବୋଇତରେ ବିଦେଶ ଯାଉଥିଲେ । କାର୍ତ୍ତିକ ମାସକୁ ସେମାନେ ସମୁଦ୍ରରେ ବୋଇତ ନେଇଯିବାକୁ ପ୍ରକୃଷ୍ଟ ସମୟ ଭାବୁଥିଲେ । କାର୍ତ୍ତିକରେ ଯାଇ ସାଧବ ପୁଅମାନେ ବାଣିଜ୍ୟ ସାରି ପୁଣି ଆଷାଢ଼ ମାସରେ ଫେରୁଥିଲେ ।ତେବେ ଏହି ପରମ୍ପରା ତଥା ସାଧବପୁଅଙ୍କ ବୋଇତ ଯାତ୍ରାକୁ ସ୍ମରଣ କରିବା ପାଇଁ ପ୍ରତିବର୍ଷ କାର୍ତ୍ତିକ ପୂର୍ଣ୍ଣିମାରେ ଡଙ୍ଗା ଭସା ଯାଇଥାଏ । ଅନ୍ୟପକ୍ଷେ ଏହି ମାସର ବିଶେଷତା ହେଉଛି ଆକାଶଦୀପ ପ୍ରତିଷ୍ଠା । କାର୍ତ୍ତିକ ମାସ ବେଳକୁ ପିତୃପକ୍ଷ ଆରମ୍ଭ ହୋଇଯାଇଥାଏ । ପ୍ରେତପୁରୁଷ ତଥା ପିତୃଗଣଙ୍କୁ ପଥ ପ୍ରଦର୍ଶନ ଓ ସେମାନଙ୍କ ଅନ୍ଧାକାରମୟ ଦୁର୍ଗମ ପଥକୁ ଆଲୋକିତ କରିବା ପାଇଁ ଉଚ୍ଚ ସ୍ଥାନରେ ଏକ ପ୍ରଦୀପ ପ୍ରଜ୍ଜଳନ କରାଯାଏ । ଓଡ଼ିଶାର ପ୍ରାୟ ପ୍ରତ୍ୟେକ ଗ୍ରାମରେ ଏକ ଉଚ୍ଚ ବାଉଁଶ ଖୁଣ୍ଟ ଉପରେ ପ୍ରତି ସନ୍ଧ୍ୟାରେ ଆକାଶଦୀପ ରଖାଯାଇଥାଏ । ପୂର୍ଣ୍ଣମା ଅବକାଶରେ କଦଳୀପଟୁଆ ନିର୍ମିତ ଡଙ୍ଗା ଭସାଇବାର ବିଧି ପ୍ରଚଳିତ । କାର୍ତ୍ତିକ ମାସର ଶେଷ ଦିନକୁ ଲୋକେ କାର୍ତ୍ତିକ ପୂର୍ଣ୍ଣିମା ଭାବରେ ପାଳନ କରିଥାନ୍ତି ।
ପୂରାଣ ଅନୁସାରେ, କାର୍ତ୍ତିକ ପୂର୍ଣ୍ଣିମା ଦିନ ଗୋପୀମାନଙ୍କ ମେଳରେ ରାଧାକୃଷ୍ଣଙ୍କର ନୃତ୍ୟୋତ୍ସବ ହୋଇଥିଲା । ଭଗବାନ ଶ୍ରୀକୃଷ୍ଣ ରାସେଶ୍ବରୀ ଶ୍ରୀରାଧାଙ୍କ ସହ ବୃନ୍ଦାବନର କୁଞ୍ଜକାନନରେ ଏହି ଦିନ ରାସ ରଚନା କରିଥିଲେ । ଓଡିଶାର ଆଦିକବି ଶୂଦ୍ରମୁନି ସାରଳା ଦାସ ରଚିତ ମହାଭାରତର ଆଦିପର୍ବରେ କାର୍ତ୍ତିକ ମାସର ପବିତ୍ରତା ସମ୍ପର୍କରେ ବର୍ଣ୍ଣନା କରିଛନ୍ତି । ଏହି ପର୍ବରେ ବର୍ଣ୍ଣିତ କାର୍ତ୍ତିକ ପୂର୍ଣ୍ଣିମା ଦିନ ଭୋଜରାଜ ଓ ଭୀଷ୍ମଙ୍କ ଗଙ୍ଗାସ୍ନାନ ଯାତ୍ରା ପ୍ରସଙ୍ଗରୁ ଜଣାଯାଏ ଯେ, କାର୍ତ୍ତିକ ମାସରେ ମୃତ୍ୟୁବରଣ କଲେ ବୈକୁଣ୍ଠ ପ୍ରାପ୍ତି ହୁଏ । ଏହି ମାସରେ ଆବାଳ-ବୃଦ୍ଧ-ବନିତା ପ୍ରତ୍ୟହ ପ୍ରାତଃକାଳରେ ସ୍ନାନ ସମାପନ କରି ଦେବ ଦର୍ଶନ କରିଥାଆନ୍ତି । ପୂର୍ଣ୍ଣିମା 5 ଦିନ ପଞ୍ଚୁକ ପର୍ବ ବା ମହାପଞ୍ଚୁକ ନାମରେ ପରିଚିତ । ଏହି ପାଞ୍ଚଦିନ ପ୍ରତ୍ୟେକ ହିନ୍ଦୁ ଆମିଷ ପରିହାର କରି ଶ୍ରଦ୍ଧା ଭାବନା ତଥା ଧର୍ମୀୟ ମନୋଭାବରେ ଦେବତାଙ୍କୁ ପୂଜା କରିଥାଆନ୍ତି ।
ସେପଟେ ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ପୁରୀରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ । ରାଜରାଜେଶ୍ୱର ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ । ଦ୍ୱାର ଫିଟିବା ପରେ ମଙ୍ଗଳଆଳତି, ମଇଲମ, ଅବକାଶ ଆଦି ନୀତି କରାଯାଇ ମହାପ୍ରଭୁଙ୍କ ସୁନାବେଶ ସମ୍ପନ୍ନ କରାଯାଇଛି । ବିବିଧ ସ୍ବର୍ଣ୍ଣ ଅଳଙ୍କାରରେ ସଜେଇ ହୋଇ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମହାବାହୁ । ହରିଡ଼ା ମାଳି, ବାହାଡା ମାଳି, ଶ୍ରୀପୟର, ଶ୍ରୀଭୁଜ, କିରିଟ, କୁଣ୍ଡଳ, ଘାଗଡା ମାଳି, ବାଘ ନଖ ମାଳି, ଆଦି ସ୍ୱର୍ଣ୍ଣ ଅଳଙ୍କାରରେ ବିଭୂଷିତ ସାଆନ୍ତେଙ୍କ ଦୁର୍ଲଭ ଦର୍ଶନ କରି କୃତାର୍ଥ ହେଉଛନ୍ତି ଭକ୍ତ । ରାଜରାଜେଶ୍ୱର ବେଶରେ ଶ୍ରୀଜିଉଙ୍କୁ ଦର୍ଶନ କଲେ ଜନ୍ମଜନ୍ମାନ୍ତର ପାପରୁ ମୁକ୍ତି ମିଳିବା ସହ ଐଶ୍ବର୍ଯ୍ୟ ପ୍ରାପ୍ତି ହେବାର ବିଶ୍ବାସ ରହିଛି । ଜନସମାଗମକୁ ଦୃଷ୍ଟିରେ ରଖି ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି ।
-
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ବାଚସ୍ପତିଙ୍କ ବିପକ୍ଷରେ ବିରୋଧୀଙ୍କ ଅବିଶ୍ୱାସ ପ୍ରସ୍ତାବ ଖାରଜ -
ଓଡ଼ିଶାର ଏହି ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍ -
ଗ୍ୟାସ ସଙ୍କଟକୁ ଏଡାଇବା ପାଇଁ କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି; ଲାଗୁ କଲେ ESMA ଆଇନ -
ମଧ୍ୟପ୍ରାଚ୍ୟରେ ଲକ୍ଷ ଲକ୍ଷ ଫସିଛନ୍ତି ଓଡ଼ିଆ, ଫେରାଇ ଆଣିବାର ଅନୁରୋଧ କଲେ ନବୀନ -
ମହାରାଷ୍ଟ୍ର ରାଜ୍ୟସଭା ନିର୍ବାଚନ; ୨୬ ନେତା ନିର୍ଦ୍ୱନ୍ଦ୍ୱରେ ବିଜୟୀ -
ଡାଇବେଟିସରେ ରୋଗୀ ଭାତ ଖାଇବା ଉଚିତ୍ ନା ନୁହେଁ, ଜାଣନ୍ତୁ ଏନେଇ....











Click it and Unblock the Notifications