କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ମିଳିଛି ବଡ଼ ଦାୟିତ୍ୱ, ଦିଲ୍ଲୀ ନିର୍ବାଚନ ଇନ୍ଚାର୍ଜ ନିଯୁକ୍ତି
ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ମିଳିଛି ବଡ଼ ଦାୟିତ୍ୱ। ଦିଲ୍ଲୀ ନିର୍ବାଚନ ଇନ୍ଚାର୍ଜ ଭାବେ ତାଙ୍କୁ ଦାୟିତ୍ୱ ମିଳିଛି। ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ବିଜେପି ଇନ୍ଚାର୍ଜ ଭାବେ ଶ୍ରୀ ପଣ୍ଡାଙ୍କୁ ନିଯୁକ୍ତି ଦିଆଯାଇଛି। ସେହିପରି ସାଂସଦ ଅତୁଲ ଗର୍ଗଙ୍କୁ ସହକାରୀ ଇନଚାର୍ଜ ଭାବେ ମଧ୍ୟ ନିଯୁକ୍ତି ମିଳିଛି। ଉଭୟଙ୍କୁ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ନିଯୁକ୍ତି ଦେଇଛନ୍ତି।













Click it and Unblock the Notifications