Get Updates
Get notified of breaking news, exclusive insights, and must-see stories!

ଫେବୃଆରୀ 16 ରୁ ଖଣ୍ଡଗିରି ଏତିହାସିକ କୁମ୍ଭମେଳା

ଭୁବନେଶ୍ୱର: ଫେବୃଆରୀ 16 ରୁ ଆରମ୍ଭ ହେବ ଐତିହାସିକ ଖଣ୍ଡଗିରି କୁମ୍ଭମେଳା । 24 ତାରିଖ ଯାଏ ଚାଲିବ କୁମ୍ଭମେଳା । ଏହା ପୂର୍ବରୁ ବିଏମସି ପକ୍ଷରୁ ବସିଥିଲା ପ୍ରସ୍ତୁତି ବୈଠକ । ଶୃଙ୍ଖଳିତ ଓ ସୁରକ୍ଷିତ ମେଳାକୁ ନେଇ ଆଲୋଚନା କରାଯିବା ସହ ମୌଳିକ ସୁବିଧା ସୁଯୋଗ ସହ ସଠିକ ମେଳା ପରିଚାଳନା ପାଇଁ ବିଭିନ୍ନ ଦିଗକୁ ନେଇ ଆଲୋଚନା କରାଯାଇଛି ।

Khandagiri mela

ଚଳିତ ବର୍ଷ କିଭଳି ସୁରୁଖୁରରେ ମେଳା ହୋଇପାରିବ ସେନେଇ ବିଭିନ୍ନ ଦିଗରେ ଆଲୋଚନା ହୋଇଥିବା ବେଳେ ପୂର୍ବ ବର୍ଷ ଅପେକ୍ଷା ଏଥର ଆହୁରି ସୁନ୍ଦର କରିବାକୁ ଯୋଜନା କରାଯାଉଥିବା କହିଛି ବିଏମସି କମିଶନର । ସାଧୁ ସନ୍ଥ ମାନଙ୍କ ମୌଳିକ ଆବଶ୍ୟକତାକୁ ନେଇ ଅସ୍ଥାୟୀ ସ୍ନାନଗାର, ଅସ୍ଥାୟୀ ଶୌଚାଳୟ ,ପାନୀୟ ଜଳ, ବିଦ୍ୟୁତ ସଂଯୋଗ, ସୂଚନା କେନ୍ଦ୍ର, ଆମ୍ବୁଲାନ୍ସ ସେବା, ଅସ୍ଥାୟୀ ସ୍ଵାସ୍ଥ୍ୟ କେନ୍ଦ୍ର ଉପରେ ଗୁରୁତ୍ଵ ଦିଆଯାଇଥିବା କହିଛି ବିଏମସି ।

ଏହା ବାଦ୍ ପାର୍କିଂ ବ୍ୟବସ୍ଥା, ମୀନା ବଜାର, ମେଳାକୁ କିଭଳି ନୂଆ ବ୍ୟବସାୟୀ ମାନେ ଅଧିକ ଆସି ସାମିଲ ହେବେ ସେନେଇ ଦୃଷ୍ଟି ଦିଆଯିବ ବୋଲି କହିଛନ୍ତି ଭୁବନେଶ୍ୱର ମେୟର । ସମ୍ପୂର୍ଣ ମେଳା ପରିଚାଳନାକୁ ନେଇ ଏକ ସ୍ୱତନ୍ତ୍ର କମିଟି ଗଠନ କରାଯିବ ବୋଲି କହିଛନ୍ତି ମେୟର । ଏହି ପ୍ରସ୍ତୁତି ବୈଠକରେ ବିଭିନ୍ନ ବିଭାଗର ଅଧିକାରୀଙ୍କ ସହ ମେଳା କମିଟିର ସଦସ୍ୟ ଓ ସ୍ଥାନୀୟ କର୍ପୋରେଟର ମାନେ ସାମିଲ ଥିଲେ । ଖଣ୍ଡଗିରି ମେଳା ପଡିଆ ଯେଉଁମାନେ ଜବରଦଖଲ କରି ରହିଛନ୍ତି ସେମାନଙ୍କ ବିରୋଧରେ ଆକ୍ସନ ନିଆଯାଉଛି । ଯଦି କେଉଁଠି ତ୍ରୁଟି ପରିଲକ୍ଷିତ ହେଉଛି ବିଏମସିକୁ ଜଣାନ୍ତୁ ବୋଲି ଅନୁରୋଧ କରିଛି ବିଏମସି । ଯେଉଁ ବ୍ୟବସାୟୀମାନେ ଆସୁଛନ୍ତି ସେମାନଙ୍କ ପାଇଁ ସମାନ ମାପରେ ଷ୍ଟଲ୍ ରହିବ । ସମ୍ପୂର୍ଣ ପ୍ଲାଷ୍ଟିକ ବର୍ଜନ ପାଇଁ ପଦକ୍ଷେପ ନିଆଯିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+