ଆଜି ଶ୍ରୀମନ୍ଦିରରେ ଖସାପଡ଼ା ନୀତି : ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ
ଶ୍ରାବଣ ଶୁକ୍ଳ ଚତୁର୍ଥୀ ତିଥିରେ ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଶ୍ରୀମନ୍ଦିରରେ ସନ୍ଧ୍ୟା ୬ରୁ ରାତି ୧୦ଟା ପର୍ଯ୍ୟନ୍ତ ପ୍ରାୟ ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ସୂଚନା ଦିଆଯାଇଛି।
ସୂଚନା ମୁତାବକ, ଶ୍ରୀମନ୍ଦିରରେ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ପରେ ଦଇତାପତି ସେବକମାନେ ରତ୍ନ ସିଂହାସନ ଉପରେ ଚଢ଼ି ୪ଘଣ୍ଟା ଧରି ମହାପ୍ରଭୁଙ୍କ ଏହି ଗୁପ୍ତନୀତି ସମ୍ପାଦନ କରିବେ। ଶ୍ରୀଜୀଉଙ୍କ ଶ୍ରୀପୟର ସୁରକ୍ଷା ଲାଗି ଖସାପଡ଼ା ନୀତି କରାଯାଇ ଥାଏ। ବର୍ଷକରେ ଦୁଇରୁ ତିନିଥର ଏହି ନୀତି ସମ୍ପାଦନ କରାଯାଇଥାଏ। ଖସାପଡ଼ା ନୀତି ଶେଷ ପରେ ନୀତିକାନ୍ତି ପୂର୍ବ ଭଳି ଆଗକୁ ବଢ଼ିବା ସହ ସାଧାରଣ ଦର୍ଶନ ଆରମ୍ଭ ହେବ।













Click it and Unblock the Notifications