କିଟ୍ ଛାତ୍ରୀ ମୃତ୍ୟୁ ମାମଲା ; ନେପାଳ ଦୂତାବାସ ପକ୍ଷରୁ ନିରପେକ୍ଷ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ

କିଟ୍ ଛାତ୍ରୀ ମୃତ୍ୟୁକୁ ନେଇ ନେପାଳ ଦୂତାବାସ ପକ୍ଷରୁ ପ୍ରେସ୍ ବିଜ୍ଞପ୍ତି ଜାରି କରାଯାଇଛି । ଘଟଣାର ନିରପେକ୍ଷ ତଦନ୍ତ ପାଇଁ ଦୂତାବାସ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରାଯାଉଛି ।ନେପାଳ ଛାତ୍ରଛାତ୍ରୀଙ୍କ ସୁରକ୍ଷା ସହ ନିରପେକ୍ଷ ତଦନ୍ତ ପାଇଁ ଅନୁରୋଧ କରାଯାଉ । କେନ୍ଦ୍ର ସରକାର ଓ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସହ ଯୋଗାଯୋଗରେ ଅଛୁ । କିଟ୍‌ ପ୍ରତିନିଧିଙ୍କୁ ଦୂତାବାସକୁ ଡାକି ଘଟଣା ସଂପର୍କରେ ପଚାରି ବୁଝିଛୁ'

KIiT student death case

ସୂଚନାଯୋଗ୍ୟ, ଗୁରୁବାର କିଟ୍‌ ହଷ୍ଟେଲ ରୁମରୁ ନେପାଳ ଛାତ୍ରୀଙ୍କ ମୃତଦେହ ଉଦ୍ଧାର ହୋଇଥିଲା। ତେବେ କେଉଁ ପରିସ୍ଥିତିରେ ଛାତ୍ରୀଙ୍କ ମୃତ୍ୟୁ ହୋଇଛି ଏଯାଏ ସ୍ପଷ୍ଟ ହୋଇନାହିଁ। ଗତ ଫେବୃଆରୀ ୧୬, ୨୦୨୫ରେ ଜଣେ ୨୦ ବର୍ଷୀୟ ନେପାଳୀ ଛାତ୍ରୀ ପ୍ରକ୍ରିତି ଲମସାଲଙ୍କ ଆତ୍ମହତ୍ୟା ପରେ ଏହା ଦ୍ୱିତୀୟ ଏଭଳି ଘଟଣା। ଘଟଣାର ପ୍ରାଥମିକ ତଦନ୍ତରୁ ଜଣାପଡିଥିଲା ଯେ, ଛାତ୍ରୀ ଜଣଙ୍କ ଜଣେ ସହପାଠୀଙ୍କ ଦ୍ୱାରା ନିର୍ଯାତନାର ଶିକାର ହୋଇଥିଲେ। ଏହି ଅଭିଯୋଗକୁ ନେଇ ସେ ବିଶ୍ୱବିଦ୍ୟାଳୟର ଇଣ୍ଟରନ୍ୟାଶନାଲ ରିଲେସନ୍ସ ଅଫିସ (IRO)ରେ ଅଭିଯୋଗ କରିଥିଲେ, କିନ୍ତୁ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇ ନ ଥିଲା। ଜାତୀୟ ମାନବାଧିକାର ଆୟୋଗ (NHRC) ତାଙ୍କ ରିପୋର୍ଟରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଏହି ଅବହେଳାକୁ ଗୁରୁତର ଅବହେଳା ବୋଲି କୁହାଯାଇଥିଲା।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+