କିଟ୍ ଛାତ୍ରୀଙ୍କ ଆତ୍ମହତ୍ୟା ମାମଲା: ନେପାଳରେ ପ୍ରତିବାଦ
KIIT Student Suicide Case: କିଟ୍ କ୍ୟାମ୍ପସରେ ଜଣେ ବିଟେକ୍ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ଓଡ଼ିଶାରେ ସରଗରମ ରହିଛି ରାଜନୀତି । ଏହି ମାମଲାକୁ ନେଇ ବିଧାନସଭାଠୁ ଆରମ୍ଭ କରି ରାଜରାସ୍ତାରେ ଉତ୍ତେଜନା ଦେଖିବା ପାଇଁ ମିଳିଛି । ଗତକାଲି କିଟ୍'ରେ ନେପାଳୀ ଛାତ୍ରୀଙ୍କ ଆତ୍ମହତ୍ୟା ଖବର ସ୍ପଷ୍ଟ ହେବା ପରେ ତୁରନ୍ତ କ୍ୟାମ୍ପସ ଖାଲି କରାଯାଇଥିଲା ଏବଂ ସମସ୍ତ ନେପାଳ ଛାତ୍ରଛାତ୍ରୀଙ୍କୁ ଘରକୁ ଫେରିଯିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା ।
ଆଜି ନେପାଳ ରାଜରାସ୍ତାରେ ଶହ ଶହ ଛାତ୍ରଛାତ୍ରୀ କିଟ୍ ବିରୋଧରେ ନାରାବାଜି କରିବା ସହ ମୃତ ଛାତ୍ରୀଙ୍କୁ ନ୍ୟାୟ ଦାବି କରିଛନ୍ତି । ସେହିପରି ମୃତ ଛାତ୍ରୀଙ୍କ ପିତା କହିଛନ୍ତି ଓଡ଼ିଶା ପୋଲିସ ଏବଂ ସେଠାକାର ବ୍ୟବସ୍ଥା ଉପରେ ପୂର୍ଣ୍ଣ ବିଶ୍ୱାସ ରହିଛି । ତାଙ୍କ ଝିଅକୁ ନିଶ୍ଚୟ ନ୍ୟାୟ ମିଳିବ ବୋଲି ମଧ୍ୟ ସେ କହିଛନ୍ତି ।

ସୂଚନା ଅନୁସାରେ, ପ୍ରେମ ପ୍ରତାରଣକୁ ନେଇ କିଟ୍ ଛାତ୍ରୀ ଆତ୍ମହତ୍ୟା କରିଥିବା ଅଭିଯୋଗ ପରେ ତାଙ୍କ ପୁରୁଷ ବନ୍ଧୁଙ୍କୁ ଗିରଫ କରାଯାଇଛି । ଗତକାଲି ଏହି ମାମଲାକୁ ନେଇ କିଟ୍ କ୍ୟାମ୍ପସରେ ଉତ୍ତେଜନାରେ ମାହୋଲ ଦେଖିବା ପାଇଁ ମିଳିଥିଲା ଏବଂ କଲେଜ କ୍ୟାମ୍ପସରେ ବ୍ୟାପକ ଭଙ୍ଗାରୁଜା କରିଥିଲେ ଛାତ୍ରଛାତ୍ରୀ । ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ନେପାଳୀ ଛାତ୍ରଛାତ୍ରୀଙ୍କ ପାଇଁ କଲେଜରେ ସାଇନ-ଏ-ଡାଏ ଘୋଷଣା କରାଯାଇଥିଲା ।
-
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ, ଜାଣନ୍ତୁ କେଉଁ କାରଣ ପାଇଁ ଲେଖିଲେ ପତ୍ର? -
ମମତା ବାନାର୍ଜୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ..... -
ରାଷ୍ଟ୍ରପତିଙ୍କୁ TMC ସରକାର ଅପମାନ କରିବା ଲଜ୍ଜାଜନକ ;ମୋଦି -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ନବୋଦୟ ବିଦ୍ୟାଳୟର ୩ ଦଶମ ଛାତ୍ର ପାଣିରେ ବୁଡି ମୃତ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ












Click it and Unblock the Notifications