କିଟ୍ ବିଶ୍ୱବିଦ୍ୟାଳୟ ମାମଲା ; ଉଚ୍ଚସ୍ତରୀୟ କମିଟି ଗଠନ କଲେ ରାଜ୍ୟ ସରକାର, କମିଟିରେ ସ୍ଥାନ ପାଇଲେ ୩ ବିଭାଗର ସଚିବ

କିଟ୍‌ ବିଶ୍ୱବିଦ୍ୟାଳୟ ଘଟଣାକୁ ନେଇ କଠୋର ହେଲେ ରାଜ୍ୟ ସରକାର । ଛାତ୍ରୀ ମୃତ୍ୟୁ ଘଟଣାର ତଦନ୍ତ ନେଇ ଉଚ୍ଚସ୍ତରୀୟ କମିଟି ଗଠନ କଲେ ସରକାର। କମିଟିରେ ସ୍ଥାନ ପାଇଲେ ୩ଟି ବିଭାଗର ସଚିବ । କମିଟିରେ ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସହିତ କମିଟିରେ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପ୍ରମୁଖ ସଚିବ ଓ ଉଚ୍ଚ ଶିକ୍ଷା ବିଭାଗର ସଚିବ ମଧ୍ୟ କମିଟିରେ ସ୍ଥାନିତ ହେବେ । ଏହା ସହିତ ଛାତ୍ରଛାତ୍ରୀଙ୍କୁ ଘରୋଇ ସୁରକ୍ଷାକର୍ମୀ ମାଡ଼ ମାରିବାର ତଦନ୍ତ ପାଇଁ ମଧ୍ୟ ନିର୍ଦ୍ଦେଶ ହୋଇଛି । ଯେଉଁମାନେ ଦୋଷୀ ସାବ୍ୟସ୍ତ ହେବେ ଆଇନ ଅନୁସାରେ କାର୍ଯ୍ୟାନୁଷ୍ଠାନ ନିଆଯିବ । ସମସ୍ତ ଛାତ୍ରଛାତ୍ରୀଙ୍କ ସୁରକ୍ଷା ଓ ସମ୍ମାନ ନେଇ ସରକାର ପ୍ରତିଶ୍ରୁତିବଦ୍ଧ । ନ୍ୟାୟ ଦେବା ରାଜ୍ୟ ସରକାର ସମସ୍ତ ପ୍ରକାର ପଦକ୍ଷେପ ନେବେ ।

Kiit University case

ସୂଚନାଯୋଗ୍ୟ, କିଟ୍‌ ବିଶ୍ୱବିଦ୍ୟାଳୟରେ ପୁରୁଷବନ୍ଧୁଙ୍କ ନିର୍ଯାତନା ସହି ନ ପାରି ଜଣେ ନେପାଳୀ ଇଞ୍ଜିନିୟରିଂ ଛାତ୍ରୀ ଆତ୍ମହତ୍ୟା କରିଛନ୍ତି। ମୃତା ଛାତ୍ରୀ ହେଲେ ବି.ଟେକ୍‌ ତୃତୀୟ ବର୍ଷ (କମ୍ପ୍ୟୁଟର ସାଇନ୍ସ)ର ପ୍ରକ୍ରିତି ଲାମ୍‌ସଲ୍‌ (୨୦)। ପ୍ରକ୍ରିତି ବିଶ୍ୱବିଦ୍ୟାଳୟ କ୍ୟାମ୍ପସ୍‌ସ୍ଥିତ ହଷ୍ଟେଲ 'କ୍ୟୁସି୪'ର ରୁମ୍‌ ନଂ.୪ଏ୧୨୫ରେ ରବିବାର ଅପରାହ୍ନରେ ଫ୍ୟାନ୍‌ ଜରିଆରେ ଓଢ଼ଣିରେ ଝୁଲି ଆଖି ବୁଜିଛନ୍ତି।

ତେବେ ଏହି ଘଟଣାକୁ କେନ୍ଦ୍ର କରି କ୍ୟାମ୍ପସ୍‌ ଅଶାନ୍ତ ହୋଇଥିବା ଘଟଣାକୁ ନେଇ ଦେଶବ୍ୟାପୀ ଉଦ୍‌ବେଗ ପ୍ରକାଶ ପାଇଛି। ତେବେ ଅନ୍ୟପକ୍ଷରେ ଏହି ଘଟଣାକୁ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଚପାଇ ଦେବାକୁ ଉଦ୍ୟମ ହୋଇଥିବା ଅଭିଯୋଗ ହୋଇଛି। ପୁରୁଷବନ୍ଧୁଙ୍କ ବ୍ଲାକମେଲ୍‌ରୁ ପ୍ରକ୍ରିତି ଏଭଳି କରିବାକୁ ବାଧ୍ୟ ହୋଇଥିଲେ ବୋଲି ସହପାଠୀମାନେ ଦାବି କରିବା ସହ କଲେଜ କର୍ତ୍ତୃପକ୍ଷଙ୍କ ଅବହେଳାକୁ ଦାୟୀ କରି ଆନ୍ଦୋଳନକୁ ଓହ୍ଲାଇଥିଲେ। ଶତାଧିକ ନେପାଳୀ ଛାତ୍ରୀଛାତ୍ର ରବିବାର ରାତିରୁ ଆନ୍ଦୋଳନ କରିବା ସହ ସୋମବାର ସକାଳୁ ମଧ୍ୟ ବିଶ୍ୱବିଦ୍ୟାଳୟ ସାମ୍ନା ରାସ୍ତାକୁ ଅବରୋଧ କରି ବିକ୍ଷୋଭ କରିଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+