ଶ୍ରୀମନ୍ଦିରରେ ପଡିଲା ରକ୍ତ ଛିଟା,ଉତ୍ତର ଦ୍ୱାର ନିକଟରେ ଛୁରାମାଡ଼

ଆଧ୍ୟାତ୍ମିକ ସହର ଶ୍ରୀକ୍ଷେତ୍ରରେ ପୁଣି ହିଂସାକାଣ୍ଡ ଦେଖିବାକୁ ମିଳିଛି। ସ୍ବଷ୍ଟ ଦିବାଲୋକରେ ଛୁରାମାଡ଼ ହୋଇଛି। ଶ୍ରୀମନ୍ଦିର ଉତ୍ତର ଦ୍ୱାର ନିକଟରେ ହୋଇଥିବା ଛୁରାମାଡ଼ରେ ଦାଦା ଓ ପୁତୁରା ଆହତ ହୋଇଛନ୍ତି। ଆହତ ବ୍ୟକ୍ତିମାନେ ହେଲେ ଗୌରାଙ୍ଗ ସାହୁ ଓ ସନ୍ତୋଷ କୁମାର ସାହୁ। ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।,ସେପଟେ ଛୁରାମାଡ଼ କରି ଘଟଣାସ୍ଥଳରୁ ଦୁର୍ବୃତ୍ତ ଫେରାର ହୋଇଯାଇଛି । ଏନେଇ ସିଂହଦ୍ବାର ଥାନାରେ ଏତଲା ଦିଆଯିବା ସହ ପୋଲିସ ତଦନ୍ତ ଆରମ୍ଭ କରିଛି ।

ତେବେ ଛୁରାମାଡ଼ ହୋଇଥିବା ଦାଦା-ପୁତୁରା ଉଭୟେ ମାର୍କଣ୍ଡେଶ୍ଵର ସାହି ଅଞ୍ଚଳର ବୋଲି ଜଣାପଡ଼ିଛି। ଚିକିତ୍ସା ପାଇଁ ଉଭୟଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଛୁରାମାଡ଼ର କାରଣ ଜଣାପଡ଼ି ନ ଥିବାବେଳେ ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

Shrimandir

ସୂଚନା ଅନୁସାରେ ଆଜି ଅପରାହ୍‌ଣ ପ୍ରାୟ ସାଢ଼େ ୩ଟାରେ ଉଭୟ ଗୌରାଙ୍ଗ ସାହୁ ଓ ସନ୍ତୋଷ କୁମାର ସାହୁ ଶ୍ରୀମନ୍ଦିର ଉତ୍ତର ଦ୍ବାର ନିକଟରେ ଥିଲେ। ଏହି ସମୟରେ ଏକ ବାଇକ୍‌ରେ କିଛି ଦୁର୍ବୃତ୍ତ ଘଟଣାସ୍ଥଳରେ ପହଞ୍ଚି ଦାଦା ଓ ପୁତୁରାଙ୍କୁ ଛୁରୀରେ ଅତର୍କିତ ଆକ୍ରମଣ କରିଥିଲେ। ଦୁର୍ବୃତ୍ତମାନେ ଛୁରାମାଡ଼ କରି ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+