କୋଲକତା ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ହତ୍ୟା ଘଟଣା: କଳା ବ୍ୟାଚ୍ ପିନ୍ଧି ଆନ୍ଦୋଳନକୁ ଓହ୍ଲାଇଲେ ଏମ୍ସ ଡାକ୍ତର
Kolkata Rape, Murder Case: କୋଲକତା ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ହତ୍ୟା ଘଟଣାକୁ ନେଇ ଆନ୍ଦୋଳନକୁ ଓହ୍ଲାଇଲେ ଭୁବନେଶ୍ୱର ଏମ୍ସ ଡାକ୍ତର । କଳା ବ୍ୟାଚ ପିନ୍ଧି ବିରୋଧ ପ୍ରଦର୍ଶନ କରୁଛନ୍ତି ଭୁବନେଶ୍ୱର ଏମ୍ସରେ ସିନିୟର୍ ରେଶିଡେଣ୍ଟ, ଜୁନିୟର ରେସିଡେଣ୍ଟ ଓ ଡାକ୍ତରୀ ଛାତ୍ରଛାତ୍ରୀ । ପୀଡ଼ିତାଙ୍କୁ ନ୍ୟାୟ ଦାବି କରିବା ସହ ସଠିକ୍ ତଦନ୍ତ ଓ ଡାକ୍ତରଙ୍କୁ ସୁରକ୍ଷା ଦାବି ନେଇ ଏହି ଆନ୍ଦୋଳନ କରାଯାଉଛି ।

ମୁଣ୍ଡରେ ଧଳା ପଟି ଏବଂ ହାତରେ କଳା ବ୍ୟାଚ୍ ପିନ୍ଧି ଆନ୍ଦୋଳନକୁ ଓହ୍ଲାଇଛନ୍ତି ଡାକ୍ତର । ଜରୁରୀକାଳୀନ ସେବା ଛାଡ଼ିଦେଲେ ଓପିଡି, ଆଇପିଡି, ଓଟି କାର୍ଯ୍ୟରୁ ନିବୃତ୍ତ ରହିଛନ୍ତି ଡାକ୍ତର। ଯାହାକୁ ନେଇ ରୋଗୀ ସେବା ବାଧାପ୍ରାପ୍ତ ହୋଇଛି ବର୍ତ୍ତମାନ କେବଳ ପ୍ରଫେସର ଏବଂ ଆସିଷ୍ଟାଣ୍ଟ ପ୍ରଫେସର ରୋଗୀ ସେବାରେ ନିୟୋଜିତ ଅଛନ୍ତି।
ସୂଚନାଥାଉ ଯେ, କୋଲକତା ଆରଜି କର ମେଡିକାଲ କଲେଜ ଓ ହସ୍ପିଟାଲରେ ଜଣେ ଟ୍ରେନି ଡାକ୍ତରଙ୍କୁ ପ୍ରଥମେ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିଲା । ଉକ୍ତ ମେଡିକାଲର କ୍ୟାମ୍ପରେ ଥିବା ସେମିନାର ହଲରେ ତାଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିଲା । ଏହି ମାମଲାରେ ପୋଲିସ ସିଭିକ ସ୍ୱେଚ୍ଛାସେବୀ ଭାବେ କାମ କରୁଥିବା ସଞ୍ଜୟଙ୍କୁ ଗିରଫ କରି ସାରିଛି। ବର୍ତ୍ତମାନ ସିବିଆଇ ଏହି ମାମଲାର ତଦନ୍ତ କରୁଛି ।












Click it and Unblock the Notifications