କୁମାର ପୂର୍ଣ୍ଣିମାରେ ଚନ୍ଦ୍ର ଗ୍ରହଣ, ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି
ପୁରୀ: ଆଜି କୁମାର ପୂର୍ଣ୍ଣମୀ । ତା ସହ ରହିଛି ଚନ୍ଦ୍ରଗ୍ରହଣ । କୁମାର ପୂର୍ଣ୍ଣିମାରେ ଏକମାତ୍ର ରାହୁଗ୍ରସ୍ତ ଖଣ୍ଡଗ୍ରାସ ଚନ୍ଦ୍ରଗ୍ରହଣ ହେବ । ଆଜି ରାତି 1 ଟା 4 ମିନିଟ୍ 55 ସେକେଣ୍ଡରେ ଗ୍ରହଣ ସ୍ପର୍ଶ କରି ରାତି 2 ଟା 24 ମିନିଟ୍ 2 ସେକେଣ୍ଡରେ ଗ୍ରହଣ ଛାଡ଼ିବ । 1 ଘଣ୍ଟା 19 ମିନିଟ୍ 7 ସେକେଣ୍ଡ ପର୍ଯ୍ୟନ୍ତ ଗ୍ରହଣ ଲାଗିବ । ଗ୍ରହଣ ସ୍ପର୍ଶର 9 ଘଣ୍ଟା ପୂର୍ବରୁ ଅର୍ଥାତ ପାକତ୍ୟାଗ ରହିଛି ।

ଅପରାହ୍ନ 4 ଟା 4ମିନିଟ୍ 55 ସେକେଣ୍ଡରୁ ଆରମ୍ଭ ହୋଇ ରାତି 2 ଟା 24 ମିନିଟ୍ 2 ସେକେଣ୍ଡ ପର୍ଯ୍ୟନ୍ତ ରହିବ । ଗ୍ରହଣକୁ ଦୃଷ୍ଟିରେ ରଖି ପୁରୀ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତି ଚୂଡ଼ାନ୍ତ ହୋଇଛି । କୁମାର ପୂର୍ଣ୍ଣମୀରେ ଚକ୍ରରାଜ ସୁଦର୍ଶନ ଚାରି ଆଶ୍ରମ ପରିକ୍ରମା କରିଥାନ୍ତି । ଗ୍ରହଣ ସ୍ପର୍ଶ ସମୟରୁ ହିଁ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ସ୍ନାନ, ଗ୍ରହଣ ଖଇକୋରା ଭୋଗ ନୀତି ସମ୍ପନ୍ନ ହେବ ।
କୁମାରପୂର୍ଣ୍ଣିମା ଉପଲକ୍ଷେ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ । ଶ୍ରୀମନ୍ଦିରରେ ମଧ୍ୟାହ୍ନଧୂପ ଶେଷ ହେବାପରେ ଶ୍ରୀଦେବୀ ଓ ଭୂଦେବୀଙ୍କୁ ଖଟଶେଯ ଘରେ ବିଜେ କରାଯିବ । ଏହାପରେ ଆଜ୍ଞାମାଳ ପାଇ ଶ୍ରୀସୁଦର୍ଶନ ବିଜେ ହୋଇ ଚଉଦୋଳରେ ଶ୍ରୀକ୍ଷେତ୍ରରେ ଥିବା ଚାରି ଆଶ୍ରମକୁ ବିଜେ କରିବା ପରେ ସେଠାରେ ପନ୍ତିଭୋଗ ଓ ବନ୍ଦାପନା ନୀତି କରାଯିବ । ବଡସିଂହାର ଭୋଗ ସରିଲେ ରତ୍ନସିଂହାସନ ତଳେ ଓ ଉପରେ ଶକଟା, ପଶା ଓ କଉଡି ଖେଳ ହେବ । ଶ୍ରୀମନ୍ଦିରର ପରମ୍ପରାରେ ଏହା ଦ୍ୟୁତକ୍ରୀଡା ଉତ୍ସବ ନାମରେ ଅଭିହିତ ।
ସର୍ତ୍ତ ଅନୁଯାୟୀ ଏହି ଦ୍ୟୂତି କ୍ରୀଡାରେ ମା ମହାଲକ୍ଷ୍ମୀଙ୍କ ଠାରୁ ଜଗନ୍ନାଥ ମହାପ୍ରଭୁ ହାରିଯାଇଥିବାରୁ ପ୍ରଭୁଙ୍କ ଚଳନ୍ତି ପ୍ରତିମା ଶ୍ରୀମାଧବ ସାତଦିନ ପର୍ଯ୍ୟନ୍ତ ଲକ୍ଷ୍ମୀ ମନ୍ଦିରରେ ବନ୍ଧା ରହିବେ । ଅଷ୍ଟମୀ ଦିନ ଅବକାଶ ପୂଜା ସମୟରର ପୁନଃ ମାଧବ ସିଂହାସନରେ ବିଜେ କରିବେ । ମହାପ୍ରଭୁଙ୍କ ତରଫରୁ ପ୍ରତିନିଧ ମୁଦିରସ୍ତ ଓ ଲକ୍ଷ୍ମୀଙ୍କ ପ୍ରତିନିଧି ଭିତରଚ୍ଛ ମହାପାତ୍ର 21 ଟି ହିଙ୍ଗୁଳ କଉଡ଼ି , 21 ଟି ରୂପା କଉଡି, ପଶା ଶକଟା ଖେଳମାନ ଖେଳିଥାନ୍ତି ।
-
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଯୁଦ୍ଧ ଭିତରେ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ କଥା ହେଲେ ଟ୍ରମ୍ପ, କହିଲେ ଆଲୋଚନା... -
T20 ବିଶ୍ୱକପ: କେତେ ମିଳିଲା ପୁରସ୍କାର ରାଶି ? -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ












Click it and Unblock the Notifications