ରାଜଧାନୀର କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ର କରୋନା ପଜେଟିଭ୍

ଭୁବନେଶ୍ୱର କେନ୍ଦ୍ରୀୟ ବିଦ୍ୟାଳୟ-1 ରୁ ଜଣେ ଛାତ୍ର କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି

ଭୁବନେଶ୍ୱର । ଭୁବନେଶ୍ୱର କେନ୍ଦ୍ରୀୟ ବିଦ୍ୟାଳୟ-1 ରୁ ଜଣେ ଛାତ୍ର କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏ ନେଇ ସୂଚନା ଦେଇଛନ୍ତି କେନ୍ଦ୍ରୀୟ ବିଦ୍ୟାଳୟ-1ର ଭାଇସ୍ ପ୍ରିନ୍ସିପାଲ ଉପେନ୍ଦ୍ର ସିଂ । ଏହି ଘଟଣା ଜଣାପଡ଼ିବା ପରେ ବିଦ୍ୟାଳୟର ଅଭିଭାବକ ଓ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଚିନ୍ତା ବଢିଯାଇଛି ।ଶ୍ରୀ ସିଂଙ୍କ ସୂଚନା ଅନୁଯାୟୀ, ପୂର୍ବରୁ ଉକ୍ତ ଛାତ୍ରଙ୍କ ବାପା ପଜିଟିଭ ଚିହ୍ନଟ ହୋଇଥିଲେ ।

କୋଭିଡ 19

ଛାତ୍ର ଜଣକ ଗତ ଶନିବାର ଗୋଟିଏ ଦିନ ପରୀକ୍ଷା ଦେବାକୁ ସ୍କୁଲ ଆସିଥିଲେ । ଲକ୍ଷଣ ଦେଖାଦେବାରୁ ତାଙ୍କ ପରୀକ୍ଷା କରାଯାଇଥିଲା । ଏବେ ତାଙ୍କର ନମୁନା ପଜିଟିଭ ଆସିଛି । ସେହିପରି ଏହି ଛାତ୍ରଙ୍କ କଣ୍ଟାକ୍ଟ ଟ୍ରେସିଂ ଜାରି ରହିଛି । ଆବଶ୍ୟକ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି ସ୍କୁଲ କର୍ତ୍ତୃପକ୍ଷ । ସେହିପରି ଆଜି ବିଦ୍ୟାଳୟର ଅନ୍ୟ ଛାତ୍ରଛାତ୍ରୀଙ୍କ ନମୁନା ପରୀକ୍ଷା କରିବ BMC । ମିଳିଥିବା ସୂଚନା ଅନୁସାରେ, ରାଜଧାନୀର ସମସ୍ତ କେନ୍ଦ୍ରୀୟ ବିଦ୍ୟାଳୟରେ ବିଏମସି ପକ୍ଷରୁ ଛାତ୍ରଛାତ୍ରୀ ଓ କର୍ମଚାରୀଙ୍କ ଟେଷ୍ଟିଂ କରାଯିବା ସମ୍ଭାବନା ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+