କେଭି ସିଂହଦେଓ ଏବଂ ପ୍ରଭାତୀ ପରିଡା ଉପ-ମୁଖ୍ୟମନ୍ତ୍ରୀ
ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ଦିନ ଠାରୁ ରାଜ୍ୟରେ କିଏ ହେବ ମୁଖ୍ୟମନ୍ତ୍ରୀ ଲାଗି ରହିଥିଲା ସସପେନ୍ସ । ମୁଖ୍ୟମନ୍ତ୍ରୀ ରେସ୍ରେ ଥିଲେ ଅନେକ ନେତା । ଆଉ ବର୍ତ୍ତମାନ ତାହା ଉପରେ ବିରାମ ଲଗାଇଛନ୍ତି ଭାରତୀୟ ଜନତା ପାର୍ଟିର କେନ୍ଦ୍ରୀୟ ନେତୃତ୍ୱ । ଶେଷରେ ମଙ୍ଗଳବାର ଭାଜପା କାର୍ଯ୍ୟାଳୟରେ ଅନୁଷ୍ଠିତ ବିଧାୟକ ଦଳ ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କରାଯାଇଛି ।
ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ମୋହନ ମାଝୀ ନାଁରେ ମୋହର ବାଜିଛି । ବୁଧବାର ମୋହନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ । ଏନେଇ ଜନତା ମଇଦାନରେ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି ।

ଏହା ସହ ପାଟଣାଗଡ ବିଧାୟକ କେଭି ସିଂହଦେଓ ଏବଂ ନିମାପଡା ବିଧାୟିକା ପ୍ରଭାତୀ ପରିଡା ହେବେ ଉପ-ମୁଖ୍ୟମନ୍ତ୍ରୀ । ଏନେଇ ଆଜି ବିଜେପି ବିଧାୟକ ଦଳ ବୈଠକରେ ନିଷ୍ପତ୍ତି ହେଇଛି । ଉଭୟଙ୍କ ନାଁ ଘୋଷଣା କଲେ ରାଜନାଥ ସିଂହ ।
ତେବେ ଜଣେ ମୁଖ୍ୟମନ୍ତ୍ରୀ ଏବଂ ଦୁଇ ଜଣ ଉପ-ମୁଖ୍ୟମନ୍ତ୍ରୀ ଫର୍ମୁଲାରେ ଓଡିଶାରେ ସରକାର ଗଢିବ ବିଜେପି ।












Click it and Unblock the Notifications